କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଧର୍ମପୁର ଗ୍ରାମର ଡି. ମିଥୁନ ଦୋରା କୋର୍ଟଙ୍କ ଆଦେଶ ଅନୁଯାୟୀ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ହାଜର ହୋଇ ନ ଥିଲେ। ଏନେଇ ଜି ଆର ମାମଲା ନଂ. ୩୨୩/୨୨ ଅନୁଯାୟୀ ତାଙ୍କ ବିରୋଧରେ ଜାମିନବିହୀନ ଗିରଫ ପରୱାନା ଜାରି କରାଯାଇଥିଲା। ପାଟପୁର ଥାନା ଏସଆଇ ତ୍ରିନାଥ ଭୋଇ ୱାରେଣ୍ଟ ବଳରେ ତାଙ୍କୁ ଗିରଫ କରି ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟରେ ହାଜର କରିଥିଲେ ବୋଲି ଥାନା ଅଧିକାରୀ ଦୀପ୍ତି ରଞ୍ଜନ ବେହେରା ଜଣାଇଛନ୍ତି।

ସେହିପରି ଅନ୍ୟ ଏକ ମାମଲାରେ ଦାମପୁର ଗ୍ରାମର ହାବିଲି ନାଇକ (ମାମଲା ନଂ. ୨(ଏ) ସି.ସି – ୧୮/୨୧) ଏବଂ ନୀର ଦଳାଇ (ମାମଲା ନଂ. ଏମ.ସି – ୩୯/୨୧)ଙ୍କୁ ମଧ୍ୟ ପୋଲିସ ଜାମିନବିହୀନ ୱାରେଣ୍ଟ ବଳରେ ଗିରଫ କରି କୋର୍ଟ ଚାଲାଣ କରିଛି। ଅପରାଧିକ ମାମଲାରେ ଦୀର୍ଘଦିନ ହେଲା କୋର୍ଟରେ ହାଜର ହେଉନଥିବା ଏହି ୱାରେଣ୍ଟିମାନଙ୍କ ବିରୋଧରେ ପୋଲିସ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ଆଇଆଇସି ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri