‘ବେସରମ ରଙ୍ଗ’ ଗୀତରେ ହେବ ପରିବର୍ତ୍ତନ

ଅଭିନେତା ଶାହରୁଖ ଖାନ୍‌ ଏବଂ ଦୀପିକା ପାଦ୍ୟୁକୋନଙ୍କ ଆଗାମୀ ଫିଲ୍ମ ‘ପଠାନ’ର ବେସରମ ରଙ୍ଗ ଗୀତକୁ ନେଇ ବିବାଦ ସୃଷ୍ଟି ହୋଇଛି। ଫିଲ୍ମ ରିଲିଜ ନହେଉଣୁ ଫିଲ୍ମର ଗୀତକୁ ନେଇ ତେଜିଛି ବିବାଦ। ଫିଲ୍ମର ପ୍ରଥମ ଗୀତ ବେସରମ ରଙ୍ଗରେ ଦୀପିକା ପିନ୍ଧିଥିବା ଗେରୁଆ ରଙ୍ଗର ବିକିନିକୁ ନେଇ ବିବାଦ ଉଠିଛି। ଶାହରୁଖ ଓ ଦୀପିକାଙ୍କ ଡ୍ୟାନ୍ସଙ୍କୁ ଦେଖି ମଧ୍ୟ ଲୋକେ ଆପତ୍ତି ଉଠାଇଛି। ଏପରିକି ଫିଲ୍ମକୁ ବୟକଟ କରିବାକୁ ସୋଶିଆଲ ମିଡିଆରେ ଟ୍ରେଣ୍ଡ ଆରମ୍ଭ ହୋଇଯାଇଥିବା ବେଳେ ଦୀପିକା ଓ ଶାହରୁଖଙ୍କୁ ହତ୍ୟା ଧମକ ମଧ୍ୟ ମିଳିଥିବା ଜଣାପଡିଛି।
ବେସରମ ଗୀତକୁ ନେଇ ବିବାଦ ତେଜିବା ପରେ କେନ୍ଦ୍ରୀୟ ଚଳଚ୍ଚିତ୍ର ପ୍ରମାଣନ ବୋର୍ଡ (ସିବିଏଫସି ) ହସ୍ତକ୍ଷେପ କରିଛି। ଫିଲ୍ମର ଏହି ଗୀତରେ କେତେକ ଅଂଶ ପରିବର୍ତ୍ତନ କରିବାକୁ ସିବିଏଫସି ପରାମର୍ଶ ଦେଇଛି। ଗୀତ ସହ ଫିଲ୍ମର କେତେ ଭାଗକୁ ମଧ୍ୟ ପରିବର୍ତ୍ତନ ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସିବିଏଫସି ଅଧ୍ୟକ୍ଷ ପ୍ରସୁନ ଯୋଶୀ ସୂଚନା ଦେଇଛନ୍ତି। ନିକଟରେ ଫିଲ୍ମଟିକୁ ପ୍ରମାଣପତ୍ର ପାଇଁ ସିବିଏଫସି ଯାଞ୍ଜ କମିଟିରେ ପହଞ୍ଚିଥିଲା। ବୋର୍ଡର ନିର୍ଦ୍ଦେଶାବଳୀ ଅନୁଯାୟୀ ଉ ଅନୁଧ୍ୟାନ କରାଯିବାପରେ ଏପରି ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri