୩ ଦିନିଆ ରିମାଣ୍ଡରେ ପାଠକ ବାପ, ପୁଅ

ଭୁବନେଶ୍ୱର,୩।୧୨(ବ୍ୟୁରୋ):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଜେଲ ଯାଇଥିବା ଆଇଏଫ୍‌ଏସ୍‌ ଅଧିକାରୀ ତଥା ନିଲମ୍ବିତ ରାଜ୍ୟ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶଙ୍କ ଠକେଇ ର଼୍ୟାକେଟ୍‌ର ଗୁମର ଖୋଲିବ ଭିଜିଲାନ୍ସ। ପାଠକ ବାପପୁଅଙ୍କ କଳା ସାମ୍ରାଜ୍ୟର ଗୁମର ଖୋଲିବା ପାଇଁ ଭିଜିଲାନ୍ସ ଏସ୍‌ଆଇଟି ସେମାନଙ୍କୁ ୩ ଦିନିଆ ରିମାଣ୍ଡରେ ଆଣିଛି। ଏଥିପାଇଁ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବୁଧବାର ଆବେଦନ କରାଯାଇଥିଲା। ତେବେ କୋର୍ଟ ଅନୁମତି ଦେଇଛନ୍ତି। ଅଭୟକାନ୍ତ କିପରି ଓ କେଉଁଠୁ ଏପରି ବହୁ କୋଟିର ବେଆଇନ ସମ୍ପତ୍ତି ଠୁଳ କରୁଥିଲେ। ଏହା ପଛରେ କେଉଁମାନଙ୍କର ହାତ ରହିଛି। ଏହି ସମ୍ପତ୍ତିକୁ ସୁରକ୍ଷା ଦେଇ କେଉଁମାନେ ଭାଗ ପାଇଛନ୍ତି ଓ ଠକେଇ ଅଭିଯୋଗ ନେଇ ଦୃଢ଼ ତଥ୍ୟ ସହ ପ୍ରମାଣ ଯୋଗାଡ଼ କରିବାକୁ ଲକ୍ଷ୍ୟ ରଖିଛି ଏସ୍‌ଆଇଟି।
ଅନ୍ୟପକ୍ଷରେ ବେଆଇନ ସମ୍ପତ୍ତି ଓ ଅର୍ଥ କାରବାରର ତଦନ୍ତ ପାଇଁ ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଓ ଆୟକର ବିଭାଗକୁ ଚିଠି ଲେଖିଛି ଭିଜିଲାନ୍ସ। ୧୪ କୋଟି ୭୭ ଲକ୍ଷ ଟଙ୍କାର ଟିକସ ପଇଠ ହୋଇ ନ ଥିବା ଜଣାପଡିଥିବାରୁ ଆୟକର ବିଭାଗ ଏହାର ଖୋଳତାଡ଼ କରିବ। ସେହିପରି ବିଭିନ୍ନ ବେନାମୀ ଲୋକଙ୍କ ନାମରେ ପାଠକ ବେଆଇନ ସମ୍ପତ୍ତି ଠୁଳ କରିଥିବାରୁ ଏହାର ତଦନ୍ତ କରିବ ଇଡି।
ସୂଚନାଯୋଗ୍ୟ, ଗତ ନଭେମ୍ବର ୨୭ରେ ଅଭୟ ଓ ପୁଅ ଆକାଶ ଗିରଫ ହେବା ପରେ ଭୁବନେଶ୍ୱରର ସ୍ପେଶାଲ ଭିଜିଲାନ୍ସ କୋର୍ଟ ସେମାନଙ୍କୁ ୧୪ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି। ସେମାନେ ଏବେ ଝାରପଡ଼ା ଜେଲରେ ରହିଥିବାବେଳେ ଆସନ୍ତା ଡିସେମ୍ବର ୯ ପର୍ଯ୍ୟନ୍ତ ସେମାନେ ସେଠାରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri