ପ୍ରସ୍ତୁତ ହେଲା ପଠାଣି ସାମନ୍ତ ପ୍ଲାନେଟୋରିୟମ: ଜାନୁଆରି ୨୧ରୁ ୩୧ ତାରିଖ ପର୍ଯ୍ୟନ୍ତ ଦେଖିହେବ ଗ୍ରହପୁଞ୍ଜ

ଭୁବନେଶ୍ୱର,୨୦।୧: ଆମ ସୌର ଜଗତର ମଙ୍ଗଳ, ଶୁକ୍ର, ବୃହସ୍ପତି, ଶନି, ନେପଚୁନ୍ ଓ ୟୁରେନସ୍ ସମେତ ୬ଟି ଗ୍ରହଙ୍କୁ ନେଇ ବିରଳ ମହଜଗତିକ ଦୃଶ୍ୟ ଆସନ୍ତା ଜାନୁଆରି ୨୧ରୁ ୩୧ ତାରିଖ ପର୍ଯ୍ୟନ୍ତ ଦେଖିବାକୁ ମିଳିବ । ଏହି ଗ୍ରହଗୁଡ଼ିକ ଏକ ସରଳ ରେଖାରେ ରହିବା ଦ୍ୱାରା ଆକାଶରେ ଏକ ସୁନ୍ଦର ଦୃଶ୍ୟ ଦେଖିହେବ ।

ମଙ୍ଗଳ, ଶୁକ୍ର, ବୃହସ୍ପତି ଏବଂ ଶନି ଭଳି ଗ୍ରହ ଏକ ସରଳରେଖାରେ ରହି ସୁନ୍ଦର ଦୃଶ୍ୟ ସୃଷ୍ଟି କରିବେ ଏବଂ ଏଗୁଡିଙ୍କୁ ଖାଲି ଆଖିରେ ଦେଖିହେବ। ସେହିଭଳି ଦୂରବୀକ୍ଷଣ ଏବଂ ଟେଲିସ୍କୋପ୍ ମାଧ୍ୟମରେ ନେପଚୁନ୍ ଏବଂ ୟୁରେନସ୍ ଦୃଶ୍ୟମାନ ହେବେ।

ସର୍ବସାଧାରଣ ମାନଙ୍କ ପାଇଁ ଏଥିନିମନ୍ତେ ବ୍ୟବସ୍ଥା କରାଯାଇଛି । ବିଜ୍ଞାନ ଓ କାରିଗରୀ ବିଭାଗ ଅଧୀନରେ ଥିବା ଭୁବନେଶ୍ୱରସ୍ଥିତ ପଠାଣି ସାମନ୍ତ ପ୍ଲାନେଟୋରିୟମରେ ଏହି ବିରଳ ଦୃଶ୍ୟ ଦେଖିବାର ଆବଶ୍ୟକୀୟ ବ୍ୟବସ୍ଥା କରାଯାଇଛି । ସୋମବାର ବ୍ୟତୀତ ଏହି ଦିନଗୁଡ଼ିକରେ ସନ୍ଧ୍ୟା ସାଢ଼େ ୫ଟାରୁ ସାଢ଼େ ୭ଟା ପର୍ଯ୍ୟନ୍ତ ଏଭଳି ବିରଳ ଦୃଶ୍ୟ ଦେଖିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri