Posted inରାଜ୍ୟ

ହଟ୍‌ସ୍ପଟ୍‌ ପାଲଟିଛି ରାଜଧାନୀର ପଟିଆ

ଭୁବନେଶ୍ୱର,୯।୭(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ୱର ସର୍ବାଧିକ ୨୨୮ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ମାତ୍ର ୯ ଦିନ ଭିତରେ ସହରରୁ ୧୪ଶହ ୨୨ଜଣ ସଂକ୍ରମିତ ବାହାରି ସାରିଲେଣି। ଚିହ୍ନଟ ହେଉଥିବା ସମସ୍ତ ସଂକ୍ରମିତ ସ୍ଥାନୀୟ ଲୋକ ହୋଇଥିବାରୁ ଚିନ୍ତା ବଢ଼ିଛି। ଅପରପକ୍ଷେ ପ୍ରଥମ ଓ ଦ୍ୱିତୀୟ ଲହରରେ ଭୁବନେଶ୍ୱରର ହଟ୍‌ସ୍ପଟ୍‌ ପାଲଟିଥିବା ପଟିଆ, ନୟାପଲ୍ଲୀ ଏବଂ ଖଣ୍ଡଗିରିରୁ ଏଥର ମଧ୍ୟ ଏକାଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ୯ଦିନ ମଧ୍ୟରେ ପଟିଆରୁ ସର୍ବାଧିକ ୧୯୩ଜଣ, ନୟାପଲ୍ଲୀରୁ ୧୧୦ଜଣ ଏବଂ ଖଣ୍ଡଗିରିରୁ ୯୧ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୨୮ ଆକ୍ରାନ୍ତଙ୍କ ମଧ୍ୟରୁ ପଟିଆରୁ ସର୍ବାଧିକ ୩୫ଜଣ ଚିହ୍ନଟ ହୋଇଥିବାବେଳେ, ପାତ୍ରପଡାରୁ ୧୫ଜଣ, ଖଣ୍ଡଗିରି, ନୟାପଲ୍ଲୀରୁ ୧୧ଜଣ ଲେଖାଏ, ସତ୍ୟନଗର, ପୁରୁଣା ଭୁବନେଶ୍ୱରରୁ ୯ଜଣ ଲେଖାଏ, ଜୟଦେବ ବିହାର, ନଖରାରୁ ୮ଜଣ ଲେଖାଏ, ବଡଗଡ, ବରମୁଣ୍ଡା, ଚନ୍ଦ୍ରଶେଖରପୁରରୁ ୭ଜଣ ଲେଖାଏ, ଆଚାର୍ଯ୍ୟବିହାର, ସହୀଦ ନଗର, ସୁନ୍ଦରପଦା ଏବଂ ୟୁନିଟ-୮ରୁ ୬ଜଣ ଲେଖାଏ ଏବଂ ଅନ୍ୟାନ୍ୟ ଅଞ୍ଚଳରୁ ଏକାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୫୮ହଜାର ୬୭୩ରେ ପହଞ୍ଚତ୍ଛି। ତେବେ ସ୍ଥିତି ଅତ୍ୟଧିକ ବିଗିଡିବା ପରେ ଗତଥର ବିଏମ୍‌ସି ପକ୍ଷରୁ ବିଭିନ୍ନ ଅଞ୍ଚଳକୁ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ୍‌ କରାଯାଇଥିଲା। ଏଥର ମଧ୍ୟ ସମ୍ପୃକ୍ତ ଅଞ୍ଚଳଗୁଡିକରୁ ସଂଖ୍ୟାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବାରୁ ଏହି ଅଞ୍ଚଳଗୁଡିକ ପାଇଁ ଆରମ୍ଭରୁ ବିଏମ୍‌ସିକୁ ପଦକ୍ଷେପ ନେବାକୁ ପ୍ରସ୍ତୁତ ହେଉଛି। ସଂକ୍ରମଣରେ ବ୍ରେକ୍‌ ଲଗାଇବାକୁ ଏଭଳି କଟକଣା ଲଗାଯାଇପାରେ ବୋଲି ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri