Posted inରାଜ୍ୟ

ହଟ୍‌ସ୍ପଟ୍‌ ପାଲଟିଛି ରାଜଧାନୀର ପଟିଆ

ଭୁବନେଶ୍ୱର,୯।୭(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ୱର ସର୍ବାଧିକ ୨୨୮ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ମାତ୍ର ୯ ଦିନ ଭିତରେ ସହରରୁ ୧୪ଶହ ୨୨ଜଣ ସଂକ୍ରମିତ ବାହାରି ସାରିଲେଣି। ଚିହ୍ନଟ ହେଉଥିବା ସମସ୍ତ ସଂକ୍ରମିତ ସ୍ଥାନୀୟ ଲୋକ ହୋଇଥିବାରୁ ଚିନ୍ତା ବଢ଼ିଛି। ଅପରପକ୍ଷେ ପ୍ରଥମ ଓ ଦ୍ୱିତୀୟ ଲହରରେ ଭୁବନେଶ୍ୱରର ହଟ୍‌ସ୍ପଟ୍‌ ପାଲଟିଥିବା ପଟିଆ, ନୟାପଲ୍ଲୀ ଏବଂ ଖଣ୍ଡଗିରିରୁ ଏଥର ମଧ୍ୟ ଏକାଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ୯ଦିନ ମଧ୍ୟରେ ପଟିଆରୁ ସର୍ବାଧିକ ୧୯୩ଜଣ, ନୟାପଲ୍ଲୀରୁ ୧୧୦ଜଣ ଏବଂ ଖଣ୍ଡଗିରିରୁ ୯୧ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୨୮ ଆକ୍ରାନ୍ତଙ୍କ ମଧ୍ୟରୁ ପଟିଆରୁ ସର୍ବାଧିକ ୩୫ଜଣ ଚିହ୍ନଟ ହୋଇଥିବାବେଳେ, ପାତ୍ରପଡାରୁ ୧୫ଜଣ, ଖଣ୍ଡଗିରି, ନୟାପଲ୍ଲୀରୁ ୧୧ଜଣ ଲେଖାଏ, ସତ୍ୟନଗର, ପୁରୁଣା ଭୁବନେଶ୍ୱରରୁ ୯ଜଣ ଲେଖାଏ, ଜୟଦେବ ବିହାର, ନଖରାରୁ ୮ଜଣ ଲେଖାଏ, ବଡଗଡ, ବରମୁଣ୍ଡା, ଚନ୍ଦ୍ରଶେଖରପୁରରୁ ୭ଜଣ ଲେଖାଏ, ଆଚାର୍ଯ୍ୟବିହାର, ସହୀଦ ନଗର, ସୁନ୍ଦରପଦା ଏବଂ ୟୁନିଟ-୮ରୁ ୬ଜଣ ଲେଖାଏ ଏବଂ ଅନ୍ୟାନ୍ୟ ଅଞ୍ଚଳରୁ ଏକାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୫୮ହଜାର ୬୭୩ରେ ପହଞ୍ଚତ୍ଛି। ତେବେ ସ୍ଥିତି ଅତ୍ୟଧିକ ବିଗିଡିବା ପରେ ଗତଥର ବିଏମ୍‌ସି ପକ୍ଷରୁ ବିଭିନ୍ନ ଅଞ୍ଚଳକୁ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ୍‌ କରାଯାଇଥିଲା। ଏଥର ମଧ୍ୟ ସମ୍ପୃକ୍ତ ଅଞ୍ଚଳଗୁଡିକରୁ ସଂଖ୍ୟାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବାରୁ ଏହି ଅଞ୍ଚଳଗୁଡିକ ପାଇଁ ଆରମ୍ଭରୁ ବିଏମ୍‌ସିକୁ ପଦକ୍ଷେପ ନେବାକୁ ପ୍ରସ୍ତୁତ ହେଉଛି। ସଂକ୍ରମଣରେ ବ୍ରେକ୍‌ ଲଗାଇବାକୁ ଏଭଳି କଟକଣା ଲଗାଯାଇପାରେ ବୋଲି ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଣିଜି୍ୟକ ବିଶ୍ୱାସରେ ଖାଦ୍ୟାଭ୍ୟାସ

ଆପଣ କେବେ ଏହା ଜାଣିବାକୁ କୌତୂହଳୀ ହୋଇଛନ୍ତି କି, କାହିଁକି ଇହୁଦୀମାନେ କୋଶେର ନିୟମ ପାଳନ୍ତି, ମୁସଲମାନମାନେ ହଲାଲ ଖାଦ୍ୟ ଖାଆନ୍ତି? ଆପଣ କେବେ ଭାବିଛନ୍ତି କି,…

ଏସ୍‌ଇବିସି ପାଇଁ କମିଶନ ଗଢ଼ିଲେ ସରକାର

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ(ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ…

ବିଭାଜିତ ରାୟ ପ୍ରତ୍ୟାହାର ଆବେଦନର ପୁନର୍ବିଚାର କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮ା୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଏବଂ ନିର୍ବାଚନ କମିଶନର (ଇସି) ନିଯୁକ୍ତି ପାଇଁ ଅଣାଯାଇଥିବା ୨୦୨୩ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକୁ ବୃହତ୍ତର ସାମ୍ବିଧାନିକ ପୀଠକୁ…

ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୮୧୦ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ବିରୋଧରେ କକ୍‌ରୋଚ ଜନତା ପାର୍ଟି (ସିଜେପି)ର ଆନ୍ଦୋଳନ ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ସିଇସି ଜ୍ଞାନେଶ କୁମାରଙ୍କ…

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ…

‘ଇଣ୍ଡି’ ମେଣ୍ଟର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଅଖଚକ ସବୁ ବନ୍ଦ

ଭୁବନେଶ୍ୱର,୮।୧୦: ଗୁରୁବାର ସକାଳୁ ସକାଳୁ ସାରା ଓଡ଼ିଶାରେ ‘ଓଡ଼ିଶା ବନ୍ଦ’ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ୪ଦଫା ଦାବିରେ କଂଗ୍ରେସ ସହ ୯ଟି ବିରୋଧି ଦଳ ଏହି…

ଆଜି ଓଡ଼ିଶା ବନ୍ଦ

ଭୁବନେଶ୍ୱର, ୮ା୧୦, (ରବିନାରାୟଣ ଜେନା): କଂଗ୍ରେସ ନେତୃତ୍ୱରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ୪ ଦଫା ଦାବି ନେଇ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?