Posted inଖେଳ

ପଟିଆଲା, ବେଙ୍ଗାଲୁରୁ ସାଇରେ ୩୦ ପଜିଟିଭ୍‌: ତାଲିକାରେ ଅଲିମ୍ପିକ୍ସ ଖେଳାଳି ନାହାନ୍ତି

ନୂଆଦିଲ୍ଲୀ,୧।୪(ପି.ଟି.): ପଟିଆଲା ଓ ବେଙ୍ଗାଲୁରୁସ୍ଥିତ ସ୍ପୋର୍ଟ୍ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ)ରେ ୩୦ ଜଣ କ୍ରୀଡ଼ାବିତ୍‌ ଓ ସପୋର୍ଟ ଷ୍ଟାଫ୍‌ କୋଭିଡ୍‌-୧୯ ପଜିଟିଭ ବୋଲି ଜଣାପଡ଼ିଛି। ଏ ନେଇ ୭୪୧ ଜଣଙ୍କର ଟେଷ୍ଟ କରାଯାଇଥିଲା। ତେବେ ଟୋକିଓ ଅଲିମ୍ପିକ୍ସ ଖେଳିବାକୁ ଯାଉଥିବା ଖେଳାଳିମାନେ ପଜିଟିଭ୍‌ ନୁହନ୍ତି ବୋଲି ସ୍ପଷ୍ଟ କରାଯାଇଛି।
ଭାରତୀୟ ପୁରୁଷ ବକ୍ସିଂ ମୁଖ୍ୟ କୋଚ୍‌ ସି.ଏ. କୁଟାପ୍ପା ଓ ଶଟ୍‌ପୁଟ୍‌ କୋଚ୍‌ ମହିନ୍ଦର ସିଂ ଧିଲନ ଟେଷ୍ଟରେ ପଜିଟିଭ ବୋଲି ଜଣାପଡିଛି। ପଟିଆଲା ଓ ବେଙ୍ଗାଲୁରୁରେ ଯଥାକ୍ରମେ ୩୧୩ ଓ ୪୨୮ ଜଣଙ୍କର ପରୀକ୍ଷା କରାଯାଇଥିଲା ବୋଲି ସାଇ ତରଫରୁ କୁହାଯାଇଛି। ପଟିଆଲାରେ ୨୬ ଓ ବେଙ୍ଗାଲୁରୁରେ ୪ଜଣ ପଜିଟିଭ ବୋଲି ଜଣାପଡିଛି। ପଟିଆଲାରେ ୨୬ଜଣ ପଜିଟିଭଙ୍କ ମଧ୍ୟରୁ ୧୬ଜଣ କ୍ରୀଡ଼ାବିତ୍‌ ଓ ବାକି ସମସ୍ତେ ସପୋର୍ଟ ଷ୍ଟାଫ୍‌ ବୋଲି କୁହାଯାଇଛି। ୧୬ଜଣ ପଜିଟିଭଙ୍କ ମଧ୍ୟରୁ ୧୦ ବକ୍ସର ଓ ୬ଜଣ ଟ୍ରାକ୍‌ ଆଣ୍ଡ ଫିଲ୍ଡ ଆଥଲେଟ ସାମିଲ ରହିଥିଲେ। ସେହିପରି ବେଙ୍ଗାଲୁରୁରେ ଜଣେ ରେସ୍‌ଓ୍ବାକ କୋଚ୍‌ ପଜିଟିଭ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri