Posted inଖେଳ

ପଟିଦାର ଆଇପିଏଲ୍‌ରୁ ବାହାର

ବେଙ୍ଗାଲୁରୁ, ୫ା୪ (ପି.ଟି.): ଗୋଇଠିରେ ଇଞ୍ଜୁରି ଯୋଗୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଟପ୍‌ ଅର୍ଡର ବ୍ୟାଟର ରଜତ ପଟିଦାର ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ସିଜନରୁ ବାଦ୍‌ ପଡ଼ିଛନ୍ତି। ଫଳରେ ଦଳକୁ ଶକ୍ତ ଧକ୍କା ଲାଗିଛି। ଏହି ୨୯ ବର୍ଷୀୟ କ୍ରିକେଟର ଗତବର୍ଷ ଆରସିବିର ତୃତୀୟ ସର୍ବୋଚ୍ଚ ସ୍କୋରର ଥିଲେ। ସେ ୫୫.୫୦ ଆଭରେଜରେ ୮ଟି ମ୍ୟାଚ ଖେଳି ୩୩୩ ରନ ସଂଗ୍ରହ କରିଥିଲେ। ସେ ଦୁଇଟି ଅର୍ଦ୍ଧଶତକ ମଧ୍ୟ ହାସଲ କରିଥିଲେ। ଜଣେ ଭାରତୀୟ ଭାବେ ଆଇପିଏଲ୍‌ କ୍ୱାଲିଫାୟର-୧ରେ ସେ ଦ୍ରୁତତମ ଶତକ ହାସଲ କରିବାର ଗୌରବ ଅର୍ଜନ କରିଛନ୍ତି। ପ୍ରଥମେ କୁହାଯାଉଥିଲା, ପଟିଦାର ଇଞ୍ଜୁରି ମୁକ୍ତ ହୋଇ ଆଇପିଏଲର ଦ୍ୱିତୀୟ ପର୍ଯ୍ୟାୟରେ ଉପଲବ୍ଧ ହେବେ। ମାତ୍ର ସେ ଆଇପିଏଲ୍‌ର ଏହି ସିଜନରେ ଆଦୌ ଖେଳିପାରିବେ ନାହିଁ ବୋଲି ମଙ୍ଗଳବାର ସ୍ପଷ୍ଟ ହୋଇଛି। ଆର୍‌ସିବିର ଅନ୍ୟତମ ଖେଳାଳି ଜୋସ୍‌ ହାଜେଲଉଡ୍‌ ମଧ୍ୟ ଆଘାତପ୍ରାପ୍ତ ହୋଇଛନ୍ତି। ଗତବର୍ଷ ସେ ଦଳର ସବୁଠାରୁ ସଫଳ ବୋଲର ଥିଲେ। ୧୨ଟି ମ୍ୟାଚରେ ସେ ୨୦ ଉଇକେଟ ଅକ୍ତିଆର କରିଥିଲେ। ତେବେ ସେ ଏପ୍ରିଲ ଚତୁର୍ଥ ସପ୍ତାହ ବେଳକୁ ଠିକ୍‌ ହୋଇଯାଇଥିବେ ବୋଲି କୁହାଯାଉଛି। ଆରସିବିର ଇଂଲଣ୍ଡ ପେସ୍‌ ବୋଲର ରିସି ଟପ୍‌ଲେ ମଧ୍ୟ ଆଘାତପ୍ରାପ୍ତ ହୋଇଛନ୍ତି। ଏଠାରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଦଳର ୮ଉଇକେଟ ବିଜୟ ମ୍ୟାଚରେ ଫିଲ୍ଡିଂ କରୁଥିବା ବେଳେ ତାଙ୍କ ଡାହାଣ କାନ୍ଧରେ ଆଘାତ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri