ଅଣ୍ଢରା ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ ସେବା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୩୧ା୭(ଅକ୍ଷୟ ବିଶ୍ୱାଳ):କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ବ୍ଲକର ଧୋୟାଞ୍ଚଳ ବନ୍ୟାବିପନ୍ନ ଲୋକମାନଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ୧୯୭୧ରେ ଅଣ୍ଢରା ସ୍ବାସ୍ଥ୍ୟସହାୟକ କେନ୍ଦ୍ର ପ୍ରତିଷ୍ଠା କରାଯାଇଥିଲା। ଯାହା ପରବର୍ତ୍ତୀ ସମୟରେ ଅଣ୍ଢରା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ ହୋଇଥିଲା। ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଅମୃତମଣୋହି, ବଲୁରିଆ, ପେଣ୍ଠପାଳ ସିଂହଗଁା ଓ ଆଳି ବ୍ଲକର ନୂଆପଡା ସମେତ ଆଖପାଖ ବହୁ ପଞ୍ଚାୟତର ଲୋକମାନେ ସ୍ବାସ୍ଥ୍ୟ ସେବା ପାଇବା ପାଇଁ ନିର୍ଭର କରୁଛନ୍ତି। ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଇବା ଉପରେ ରାଜ୍ୟ ସରକାର ଯଥେଷ୍ଟ ଗୁରୁତ୍ୱାରୋପ କରୁଥିବାରୁ ସରକାରୀ ଅନୁଦାନରେ ଅଣ୍ଢରା ସ୍ବାସ୍ଥ୍ୟକେନ୍ଦ୍ରର ଭିତ୍ତିଭୂମି ବିକାଶ କରାଯାଇଛି ହେଲେ ଆବଶ୍ୟକ ସଂଖ୍ୟକ ଡାକ୍ତର ନିଯୁକ୍ତି ହୋଇନାହିଁ। ଫଳରେ ରୋଗୀ ସେବା କ୍ଷେତ୍ରରେ ଘୋର ସମସ୍ୟା ଦେଖା ଦେଇଛି। ଏହା ଛଡା ଅଣ୍ଢରା ସ୍ବାସ୍ଥ୍ୟକେନ୍ଦ୍ରର ଅନେକ ସମସ୍ୟା ରହିଛି। ସମସ୍ୟାର ସମାଧାନ କ୍ଷେତ୍ରରେ ଉପଯୁକ୍ତ ପଦକ୍ଷେପ ନିଆଯାଇ ନ ଥିବାରୁ ଲୋକମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ଡାକ୍ତର ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ରହୁଛନ୍ତି। ସମ୍ପ୍ରତି ଲଗାଣବର୍ଷା ଲାଗି ରହିଥିବାରୁ ଖାଲୁଆ ଅଞ୍ଚଳ ଓ ଚାଷଜମିଗୁଡ଼ିକ ବୁଡ଼ି ଯାଇଛି। ବହୁ ଲୋକ ସର୍ପ ଦଂଶନର ଶିକାର ହୋଇ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସୁଛନ୍ତି। ମାତ୍ର ଏଠାରେ ସାପ କାମୁଡ଼ା ଇଞ୍ଜେକସନ ମହଜୁଦ ନ ଥିବାରୁ ଲୋକମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ନିଯୁକ୍ତ ଡାକ୍ତର ସବୁ ସମୟରେରେ ଉପସ୍ଥିତ ରହୁ ନ ଥିବାରୁ ସାଧାରଣ ଥଣ୍ଡା, ଜ୍ୱର, ଝାଡ଼ା ରୋଗୀ ମଧ୍ୟ ଚିକିତ୍ସା ପାଇଁ ଆସି ଅସୁବିଧା ଭୋଗୁଛନ୍ତି। ଏହାଛଡା ଗରିବ ଲୋକମାନେ ମାଗଣାରେ ଔଷଧ ପାଇ ପାରୁନାହାନ୍ତି। ସେମାନେ ବାହାରୁ ଔଷଧ କିଣି ଖର୍ଚ୍ଚାନ୍ତ ହେବା ସାର ହେଉଛି। ଗୁଣାତ୍ମକ ସ୍ବାସ୍ଥ୍ୟସେବା ପାଇଁ ଖାଲି ସୁନ୍ଦର ଗୃହ ନିର୍ମାଣ କଲେ ହେବ ନାହିଁ। ଏଥିପାଇଁ ଆନୁଷଙ୍ଗିକ ବ୍ୟବସ୍ଥାର ଆବଶ୍ୟକତା ରହିଛି। ସମଗ୍ର ଧୋୟାଞ୍ଚଳର ଲୋକମାନଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ ୨୪ ଘଣ୍ଟିଆ ଡାକ୍ତର ନିଯୁକ୍ତି ସହ ଔଷଧ, ସାଲାଇନ ଓ ସାପ କାମୁଡା ଇଞ୍ଜେକସନ ପର୍ଯ୍ୟାପ୍ତ ପରିମାଣର ମହଜୁଦ କରିବାର ଯଥେଷ୍ଟ ଆବଶ୍ୟକତା ରହିଛି। ମଧ୍ୟାହ୍ନ ୧୨ଟା ପରେ ଡାକ୍ତର ଅନୁପସ୍ଥିତ ରହୁଥିବାରୁ ସାଧାରଣଠାରୁ ଗୁରୁତର ରୋଗୀ ପର୍ଯ୍ୟନ୍ତ ସୁଦୂର ପଟ୍ଟାମୁଣ୍ଡାଇ ଓ କେନ୍ଦ୍ରାପଡ଼ା ଯିବା ସାର ହେଉଛି। ରାଜ୍ୟ ସରକାର ଓ ଜିଲା ପ୍ରଶାସନ ତୁରନ୍ତ ଦୃଷ୍ଟି ଦେଇ ବିହିତ ପ୍ରତିକାର କରିବା ପାଇଁ ପୂର୍ବତନ ବ୍ଲକ ଅଧ୍ୟକ୍ଷ ମାନସ ରଞ୍ଜନ ସାମଲ, ସିଂହଗଁା ସମିତି ସଭ୍ୟ ଅଭୟ ସ୍ବାଇଁ, ସାମାଜିକ କର୍ମୀ ଚିତ୍ତ ରଞ୍ଜନ ମଲ୍ଲିକ, ପୂର୍ବତନ ସରପଞ୍ଚ ବସନ୍ତ ସ୍ବାଇଁ ପ୍ରମୁଖ ଦାବି କାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri