ଏସ୍‌ସିବିରେ ରୋଗୀ ସେବା ବିପର୍ଯ୍ୟସ୍ତ

କଟକ,୧୨ା୫(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍‌ସିବି ମେଡିକାଲକୁ ଏମ୍ସ ପ୍ଲସ୍‌ରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ମେଡିକାଲର ଭିତ୍ତିଭୂମୀକୁ ସୁଦୃଢ କରାଯାଉଛି। ହେଲେ ଏଠାରେ ରୋଗୀସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ବିଭିନ୍ନ ସ୍ଥାନରୁ ଆସୁଥିବା ରୋଗୀଙ୍କୁ ଠିକ୍‌ଭାବେ ଚିକିତ୍ସା ସେବା ମିଳୁ ନ ଥିବାରୁ ସେମାନଙ୍କ ସମ୍ପର୍କୀୟ ଅସନ୍ତୋଷ ପ୍ରକାଶ କରିଛନ୍ତି। ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବା ପାଇଁ ରୋଗୀ ଓ ସେମାନଙ୍କ ସମ୍ପର୍କୀୟ ଦାବି କରିଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଏସ୍‌ସିବି ମେଡିକାଲକୁ ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରର ରୋଗୀମାନେ ଚିକିତ୍ସା ପାଇଁ ଆସୁଛନ୍ତି। ହେଲେ ଏଠାକାର କୌଣସି ବିଭାଗରେ ଇସିଜି ମେଶିନ ନ ଥିବାରୁ ପରୀକ୍ଷା ପାଇଁ ସେମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅପରପକ୍ଷରେ ମେଡିକାଲ ପରିସର କାନ୍ଥରେ ଘରୋଇ ଲାବରେଟୋରିର ବିଜ୍ଞାପନ ଲଗାଯାଉଛି। ରୋଗୀମାନେ ଏସ୍‌ସିବିରେ ଠିକ୍‌ ଭାବେ ଚିକିତ୍ସା ସେବା ନ ପାଇଁ ବାଧ୍ୟ ହୋଇ ଘରୋଇ ଲାବରେଟୋରିକୁ ଯାଇ ଟଙ୍କା ଖର୍ଚ୍ଚ କରି ଚିକିତ୍ସିତ ହେଉଛନ୍ତି। ମେଡିକାଲ କର୍ତ୍ତୃପକ୍ଷ ଗଠନ କରିଥିବା ଅନ୍ତରୀଣ ସ୍କ୍ବାଡ୍‌ ଏଥିପ୍ରତି ନଜର ଦେଉନାହିଁ। ସେହିପରି ମେଡିକାଲର ମେଡିିସିନ ବିଭାଗରେ ଶତାଧିକ ରୋଗୀ ଭର୍ତ୍ତି ହେଉଥିବାବେଳେ ୬୦ଟି ଆଇସିୟୁ ବେଡ୍‌ ରହିଛି। ଅନେକ ସମୟରେ ଗୁରୁତର ରୋଗୀମାନେ ଆଇସିୟୁ ବେଡ୍‌ ପାଇବାରୁ ବଞ୍ଚିତ ହେଉଛନ୍ତି। ମେଡିକାଲର ପ୍ରତି ୱାର୍ଡରେ ୫୦ରୁ ଅଧିକ ଅକ୍ସିଜେନ ସିଲିଣ୍ଡର ଆବଶ୍ୟକ ଥିବାବେଳେ ଏବେ ପ୍ରାୟ ୩୦ଟି ସିଲିଣ୍ଡର ରହୁଛି। ଫଳରେ ଅକ୍ସିଜେନ ଆବଶ୍ୟକ କରୁଥିବା ରୋଗୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅପରପକ୍ଷରେ ଜେରକ୍ସ ମେଶିନ କୌଣସି ଆଉଟ୍‌ଡୋରରେ ଉପଲବ୍ଧ ନାହିଁ। ତେଣୁ ମେଡିକାଲ ବାହାରକୁ ଯାଇ ରୋଗୀଙ୍କ ସମ୍ପର୍କୀୟଙ୍କୁ ଜେରକ୍ସ କରିବାକୁ ପଡୁଛି। ମେଡିକାଲରେ ବିଭିନ୍ନ ପରୀକ୍ଷା କରିବା ପାଇଁ ଡାକ୍ତର ପ୍ରେସ୍‌କ୍ରାଇବ୍‌ କରୁଛନ୍ତି। ହେଲେ କୌଣସି କାରଣରୁ ରୋଗୀମାନେ ଏହି ସୁବିଧାରୁ ବଞ୍ଚିତ ହେଉଛନ୍ତି। ମୋଟାମୋଟି ଭାବେ କହିବାକୁ ଗଲେ ପ୍ରତିଦିନ ରୋଗୀ ଓ ସେମାନଙ୍କ ସମ୍ପର୍କୀୟ ଉପରୋକ୍ତ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହି ସମସ୍ୟାଗୁଡିକର ସମାଧାନ ପାଇଁ କିଛିମାସ ପୂର୍ବରୁ ପିଜି ଛାତ୍ରୀଛାତ୍ରମାନେ ଏସ୍‌ସିବି ମେଡିକାଲ କର୍ତ୍ତୃପକ୍ଷଙ୍କୁ ଲିଖିତ ଆକାରରେ ଜଣାଇଥିଲେ। ହେଲେ ଅଦ୍ୟାବଧି ଏ ଦିଗରେ ପଦକ୍ଷେପ ଗ୍ରହଣ କରାଯାଇନାହିଁ। ଏନେଇ ଜଣେ ପିଜି ଛାତ୍ର ପରିଚୟ ଗୋପନ ରଖି କହିଛନ୍ତି, ଏସ୍‌ସିବି ମେଡିକାଲରେ ଅନେକ ଅବ୍ୟବସ୍ଥା ରହିଛି। ଏଥିରେ ସୁଧାର ଆଣିବା ପାଇଁ ମେଡିକାଲ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଥିଲେ ମଧ୍ୟ ପଦକ୍ଷେପ ନିଆଯାଉ ନାହିଁ। ତୁରନ୍ତ ଏ ଦିଗରେ ପଦକ୍ଷେପ ନିଆ ନ ଗଲେ ଆଗାମୀ ଦିନରେ ପିଜି ଛାତ୍ରୀଛାତ୍ରମାନେ ଆନ୍ଦୋଳନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏନେଇ ଏସ୍‌ସିବି ମେଡିକାଲର ପ୍ରଶାସନିକ ଅଧିକାରୀ ଡା. ଅବିନାଶ ରାଉତଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri