କାଗଜପତ୍ରରେ ରୋଗୀ ସେବା

ସୁନାବେଡ଼ା, ୬।୫ (ସ୍ବ.ପ୍ର.): କୋରାପୁଟ ଜିଲା ସୁନାବେଡ଼ା ପୌର ପରିଷଦ ଅଞ୍ଚଳରେ କାଗଜପତ୍ରରେ ଚାଲିଛି ସ୍ବାସ୍ଥ୍ୟକେନ୍ଦ୍ର। ୨୦୧୫-୧୬ରେ ୧୭ଲକ୍ଷ ୬୪ହଜାର ଟଙ୍କା ଖର୍ଚ୍ଚ କରି ଏଇଏଫ୍‌ ମାର୍କେଟ-ହାଉସିଂ ରାସ୍ତା ପାର୍ଶ୍ୱରେ ପୌର ପରିଷଦ ଏକ ମିନି କଲ୍ୟାଣ ମଣ୍ଡପ ନିର୍ମାଣ କରିଥିଲା। ଦୀର୍ଘ ବର୍ଷ ଧରି ଏହା ତାଲା ପଡି ରହିଥିଲା। ପରେ ପୌର ପରିଷଦ ଏଠାରେ ସ୍ବାସ୍ଥ୍ୟ ବିଭାଗକୁ ଏକ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର କରିବାକୁ ପ୍ରସ୍ତାବ ଦେଇଥିଲା। ଏହା ହୋଇଥିଲେ ପୁରୁଣା ସୁନାବେଡ଼ା, ଡ୍ରାଇଭର କଲୋନି, ହାଉସିଂ ବୋର୍ଡ, ଗଞ୍ଜାମ କଲୋନି ସହ ଆଖପାଖ ଅଞ୍ଚଳର ଲୋକେ ଉପକୃତ ହୋଇଥାନ୍ତେ। ପୌର ପରିଷଦ ଦୀର୍ଘଦିନ ହେବ ଜିଲା ସ୍ବାସ୍ଥ୍ୟ ବିଭାଗକୁ ମଣ୍ଡପ ହସ୍ତାନ୍ତର କରିଥିଲେ ସୁଦ୍ଧା ଏପର୍ଯ୍ୟନ୍ତ ସ୍ବାସ୍ଥ୍ୟକେନ୍ଦ୍ର ଖୋଲିପାରିନାହିଁ । ଫଳରେ ଲକ୍ଷାଧିକ ଟଙ୍କାରେ ନିର୍ମିିତ ଘର ଏବେ ଭୂତକୋଠି ପାଲଟିଲାଣି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜ୍ୟୋତି ପ୍ରକାଶ ଗିରି ନାମକ ଜଣେ ଡାକ୍ତର ଏଠାରେ ଡେପୁଟିଶନରେ ରହିଛନ୍ତି। ଏହା କେବଳ କାଗଜ କଲମରେ ସୀମିତ ହୋଇ ରହିଛି। ସେ କେବେ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସନ୍ତି ନାହିଁ। ତେବେ ଆଶ୍ଚର୍ଯ୍ୟର କଥା ଯେ, ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯାଇ ନ ଥିବା ବେଳେ ଏଠାରେ ପ୍ରତ୍ୟହ ୨୦ରୁ ଊଦ୍ଧର୍‌ବ ରୋଗୀ ଚିକିତ୍ସିତ ହେଉଥିବା କାଗଜପତ୍ରରେ ଦର୍ଶାଯାଉଛି। ଏ ସମ୍ପର୍କରେ ମଧ୍ୟ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଅରୁଣ ପାଢ଼ୀଙ୍କ ପାଖରେ କିଛି ଖବର ନାହିଁ। ଏ ବିଷୟରେ ତାଙ୍କୁ ପଚାରିବାରୁ ସେ କହିଛନ୍ତି, ସେଠାରେ ଶୀଘ୍ର ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯାଇ ରୋଗୀ ସେବା ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri