ଗଞ୍ଜାମ,୨୨।୧୧(ଡି.ଏନ୍.ଏ.): ଗଞ୍ଜାମ ସହର ବଡ଼ ବଜାର ସ୍ଥିତ ବହୁ ପୁରାତନ ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ର ଏବେ ଅବ୍ୟବସ୍ଥା ଘେରରେ ରହିଛି। ବିପଦ ସଙ୍କୁଳ ଅବସ୍ଥାରେ ଚାଲିଛି ରୋଗୀସେବା। ମେଡିକାଲ କୋଠାଗୁଡିକ ଭାଙ୍ଗିରୁଜି ଯାଇଥିବା ବେଳେ ବ୍ରହ୍ମପୁର ଏମ୍କେସିଜି ମେଡିକାଲରୁ କଂକ୍ରିଟ ଖସିଲା ଭଳି ଏହି ମେଡିକାଲ ଛାତରୁ କଂକ୍ରିଟ ଖସିବା ଆରମ୍ଭ ହେଲାଣି। ମେଡିକାଲ ଅଫିସରଙ୍କ କୋଠରୀ, ଆୟୁଷ ଡାକ୍ତରଙ୍କ କୋଠରୀ ଏବଂ ରକ୍ତ ପରୀକ୍ଷା ହଲ୍ ମଧ୍ୟ ବିପଦ ସଙ୍କୁଳ ଅବସ୍ଥାରେ ଥିବା ଦେଖିବାକୁ ମିଳିଛି। ଏହି ସ୍ବାସ୍ଥ୍ୟ କେନ୍ଦ୍ରଟି ରାସ୍ତା ପାର୍ଶରେ ଥିବା ହେତୁ ପୁରୀ ଜିଲା କୃଷ୍ଣ ପ୍ରସାଦ ବ୍ଲକ ଓ ଗଞ୍ଜାମ ବ୍ଲକର ପ୍ରାୟ ଅଧିକାଂଶ ପଞ୍ଚାୟତ ଏବେ ଏନ୍ଏସିର ୧୨ଟି ୱାର୍ଡର ଲୋକମାନେ ଚିକିତ୍ସା ପାଇଁ ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରିଥାନ୍ତି। ଏଥିସହ ପ୍ରାଥମିକ ଚିକିତ୍ସା ପାଇଁ ଦୈନନ୍ଦିନ ଶହ ଶହ ରୋଗୀଙ୍କ ଭିଡ଼ ଜମୁଥିବା ବେଳେ ଜିଲା ସ୍ବାସ୍ଥ୍ୟ ବିଭାଗ ଏଥିପ୍ରତି ଦୃଷ୍ଟି ଦେବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବୀ କରିଛନ୍ତି।
ଅବ୍ୟବସ୍ଥା ଘେରରେ ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ର: ବିପଦ ସଙ୍କୁଳ କୋଠାରେ ଚାଲିଛି ରୋଗୀସେବା
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ
ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…
ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ
ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…
ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ
ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…
ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍ରେ
ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…
ଭିଏଚ୍ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ
ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍ଘାଟନୀ…
ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ
ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…
ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ
ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…
ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ
ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

