ଲାଇଫ ଲାଇନ ଏକ୍ସପ୍ରେସରେ ରୋଗୀ ସେବା

ଅନୁଗୋଳ ଅଫିସ,୧୬।୧୧- ହସ୍ପିଟାଲ ଇନ୍‌ ଟ୍ରେନ ବା ଲାଇଫ୍‌ ଲାଇନ ଏକ୍ସପ୍ରେସ୍‌ ଯୋଗେ ଅନୁଗୋଳ ରେଳ ଷ୍ଟେଶନରେ ରୋଗୀ ସେବା ସୋମବାରଠାରୁ ଆରମ୍ଭ ହୋଇଛି। ୩୦ ତାରିଖ ପର୍ଯ୍ୟନ୍ତ ଏହି ଟ୍ରେନ ଷ୍ଟେଶନରେ ରହି ଗରିବ ରୋଗୀଙ୍କୁ ନିଃଶୁଳ୍କ ଚିକିତ୍ସା ସେବା ଯୋଗାଇଦେବ। ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲାପାଳ ରଜନୀକାନ୍ତ ସ୍ବାଇଁ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ତ୍ରିଲୋଚନ ପ୍ରଧାନ, ଭାରତ ରେଲୱେ ପକ୍ଷରୁ ସତବୀର ସିଂହ, ବ୍ରିଜେଶ କୁମାର, ଆଦିତ୍ୟବିର୍ଲା ମାଇନିଂର ସିଇଓ ମୁକେଶ କୁମାର, ଡିଜିଏମ୍‌ ସମୀର ମଲ୍ଲିକ, ପ୍ରଶାସନିକ ମୁଖ୍ୟ ଶତର ମହାନ୍ତି ପ୍ରମୁଖ ଯୋଗଦେଇଥିଲେ। ପରିଚାଳନା ସଂସ୍ଥା ଇମ୍ପାକ୍ଟ ଇଣ୍ଡିଆ ଫାଉଣ୍ଡେସନ ଅଧିକାରୀ ପ୍ରଫେସର ରୋହିଣୀ ଭି. ଚୋଗୁଲୁ ପରିଚାଳନା କରିଥିଲେ। ଏହି ଟ୍ରେନ ଭିତରେ ଅତ୍ୟାଧୁନିକ ଅସ୍ତ୍ରୋପଚାର ଗୃହ ଥିବାରୁ ଦେଶର କୋଣ ଅନୁକୋଣରୁ ଅଭିଜ୍ଞ ଡାକ୍ତରମାନେ ଆସି ଅସ୍ତ୍ରୋପଚାର କରିବା ବ୍ୟବସ୍ଥା ରହିଛି। ତେଣୁ ଜିଲାବାସୀ ଏହାର ସୁଯୋଗ ନେବାକୁ ପରିଚାଳନା ସଂସ୍ଥା ଇମ୍ପାକ୍ଟ ଇଣ୍ଡିଆ ଫାଉଣ୍ଡେଶନ ପକ୍ଷରୁ ଅନୁରୋଧ କରାଯାଇଛି। ପ୍ରଥମ ଦିନରେ ମୋଟ ୧୩୫ ଜଣ ପଞ୍ଜୀକରଣ କରିଥିବାବେଳେ ଓପିଡିରେ ସେମାନଙ୍କୁ ଚିକିତ୍ସାସେବା ଯୋଗାଇ ଦିଆଯାଇଥିଲା। ଏମାନଙ୍କ ମଧ୍ୟରୁ ୨୩ ଜଣଙ୍କ ମୋତିଆବିନ୍ଦୁ ଅସ୍ତ୍ରପ୍ରଚାର କରାଯିବ ବୋଲି ଇମ୍ପାକ୍ଟ ଇଣ୍ଡିଆ ଫାଉଣ୍ଡେଶନ୍‌ ପରିଚାଳକ ବିବେକ ଦାସ ସୂଚନା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri