ବାରଣ୍ଡାରେ ରୋଗୀ ସେବା

ବାରିପଦା,୨୦ା୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ସଦର ମହକୁମା ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ (ପିଆର୍‌ଏମ୍‌) ମେଡିକାଲ କଲେଜ ଓ ହସ୍ପିଟାଲର ପ୍ରସୂତି ଓ ଶିଶୁ ବିଭାଗରେ ଅଗ୍ନିକାଣ୍ଡ ପରେ ରୋଗୀ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶନିବାର ଡାକ୍ତରଖାନା ବାରଣ୍ଡାରେ ରୋଗୀଙ୍କୁ ଚିକିତ୍ସା କରାଯାଉଥିବା ଦେଖିବାକୁ ମିଳିଛି। ପରିସ୍ଥିତିକୁ ସ୍ବାଭାବିକ କରିବା ପାଇଁ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ଅପରେଶନ ଥିଏଟର ଓ ୱାର୍ଡକୁ ବିଶୋଧନ ପୂର୍ବକ ସଫା କରାଯାଉଛି। ଯୁଦ୍ଧକାଳୀନ ଭିତ୍ତିରେ ଅପରେଶନ ଥିଏଟରକୁ ପୁନଃ କାର୍ଯ୍ୟକ୍ଷମ ସହ ୩ ଦିନ ମଧ୍ୟରେ ପରିସ୍ଥିତି ସ୍ବାଭାବିକ କରି ଅସ୍ତ୍ରୋପଚାର ଆରମ୍ଭ କରିବାକୁ ଜିଲାପାଳ ବିନୀତ ଭରଦ୍ୱାଜ ନିର୍ଦ୍ଦେଶ ଦେଇଛନ୍ତି। ଏ ସମ୍ପର୍କରେ ସିଡିଏମ୍‌ଓ ଡା. ଜ୍ଞାନେନ୍ଦ୍ର ମହାନ୍ତି କହିଛନ୍ତି, ରୋଗୀମାନଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ କର୍ମଚାରୀଙ୍କ ସହ ଆଲୋଚନା କରାଯାଉଛି। ଜରୁରିକାଳୀନ ସେବା ପାଇଁ ଅର୍ଥୋପେଡିକ ଅପରେଶନ ଥିଏଟରକୁ ବ୍ୟବହାର କରାଯାଉଥିବା ବେଳେ ପ୍ରସୂତିଙ୍କ ନିମନ୍ତେ ଏକ ଲେବରରୁମ୍‌ ବ୍ୟବସ୍ଥା କରାଯାଇଛି। ଖୁବ୍‌ଶୀଘ୍ର ଅପରେଶନ ଥିଏଟର ମରାମତି କାର୍ଯ୍ୟ କରାଯାଇ ପରିସ୍ଥିତିକୁ ସ୍ବାଭାବିକ କରାଯିବ।
ଶର୍ଟସର୍କିଟ ଯୋଗୁ ଶହେ ଶଯ୍ୟା ବିଶିଷ୍ଟ ଡାକ୍ତରଖାନାର ୭ ମହଲା କୋଠାର ତୃତୀୟ ମହଲାରେ ଥିବା ଅପରେଶନ ଥିଏଟରରୁ ନିଆଁ ଲାଗିଥିଲା। ଏଥିରେ ପାଖାପାଖି କୋଟିଏ ଟଙ୍କାର ଆସବାବପତ୍ର, ମେଶିନ ଓ ଯନ୍ତ୍ରାଂଶ ପୋଡ଼ି ଛାରଖାର ହୋଇଯାଇଛି। ୨ଶହରୁ ଊର୍ଦ୍ଧ୍ୱ ଶିଶୁ ଓ ସର୍ଜରି ପ୍ରସୂତି ରୋଗୀ ଚିକିତ୍ସାଧୀନ ଥିବା ବେଳେ ନିଆଁ ଓ ଧୂଆଁ ଯୋଗୁ ଅଣନିଃଶ୍ୱାସୀ ହୋଇପଡ଼ିଥିଲେ। ମେଡିକାଲ କର୍ମଚାରୀ ଉପସ୍ଥିତ ବୁଦ୍ଧି ଘଟାଇ ରୋଗୀମାନଙ୍କୁ ସୁରକ୍ଷିତ ସ୍ଥାନରେ ପହଞ୍ଚାଇବାରୁ ବଡ଼ ବିପଦ ଟଳିଯାଇଥିଲା। ଏଭଳି ସ୍ଥିତିରେ ୭ ମହଲା କୋଠାରେ ଥିବା ସମସ୍ତ ରୋଗୀକୁ ସ୍ଥାନାନ୍ତର କରାଯାଇଥିଲା। ଶିଶୁ ଓ ପ୍ରସୂତିଙ୍କୁ ଡାକ୍ତରଖାନା ବାରଣ୍ଡାରେ ଚିକିତ୍ସା କରାଯାଉଛି। ଗୁରୁତର ରୋଗୀମାନେ ଉପଯୁକ୍ତ ସେବାରୁ ବଞ୍ଚତ୍ତ ରହୁଥିବା ବେଳେ ରୋଗୀଙ୍କ ସମ୍ପର୍କୀୟ ଓ କର୍ମଚାରୀମାନେ ଚଳପ୍ରଚଳ କରିବାରେ ଅସୁବିଧା ପରିଲକ୍ଷିତ ହୋଇଛି। ପରିସ୍ଥିତିକୁ ସ୍ବାଭାବିକ କରିବା ପାଇଁ ବିଭାଗ ପକ୍ଷରୁ ୨୪ଘଣ୍ଟିଆ କାର୍ଯ୍ୟକ୍ରମ ଜାରି ରହିଛି। ବିଦ୍ୟୁତ୍‌ ବିଭାଗ ପକ୍ଷରୁ ପ୍ରତି ମହଲାକୁ ଯାଞ୍ଚ କରାଯାଉଥିବା ବେଳେ ଅପରେଶନ ଥିଏଟରକୁ ପୁନଃ କାର୍ଯ୍ୟକ୍ଷମ କରିବା ପାଇଁ ପ୍ରୟାସ ଜାରି ରହିଛି। ତେବେ ମୁଖ୍ୟାଳୟକୁ ଆସୁଥିବା ଜିଲା ତଥା ପଡ଼ୋଶୀ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗର ଲୋକମାନେ ଏଭଳି ଦୁର୍ଘଟଣା ଯୋଗୁ ଭୟଭୀତ ହୋଇପଡ଼ିଛନ୍ତି। ଆବଶ୍ୟକ ଶଯ୍ୟାଠାରୁ ବହୁଗୁଣାରେ ରୋଗୀ ଚିକିତ୍ସିତ ହେଉଥିବାରୁ ଡାକ୍ତର ଓ କର୍ମଚାରୀମାନେ ଠିକ୍‌ ଭାବେ ସେବା ଯୋଗାଇପାରୁନାହାନ୍ତି। ଖାଲି ପଡ଼ିଥିବା ଡାକ୍ତର ଓ କର୍ମଚାରୀ ପଦବୀ ପୂରଣ କରିବା ପାଇଁ ଭଞ୍ଜସେନାର ପ୍ରତିଷ୍ଠାତା କଳିଙ୍ଗ କେଶରୀ ଜେନା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri