ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ ନ ଥିବାରୁ ଗ୍ରାମବାସୀଙ୍କୁ କିଭଳି ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି, ତାହାର ଏକ ଜ୍ୱଳନ୍ତ ଉଦାହରଣ ସାମ୍ନାକୁ ଆସିଛି। ଗତ ସୋମବାର ବିଳମ୍ବିତ ରାତିରେ ଜଣେ ଅସୁସ୍ଥ ରୋଗୀଙ୍କୁ ଖଟିଆରେ ବୋହି ଭାଲିଆ ନାଳ ପାର କରାଯାଇଥିବା ଦେଖିବାକୁ ମିଳିଛି।

ମିଳିଥିବା ସୂଚନା ଅନୁଯାୟୀ, ଗ୍ରାମର ବିଭୀଷଣ ନାଏକ ଗତ ସୋମବାର ବିଳମ୍ବିତ ରାତିରେ ହଠାତ୍ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ। ପରିବାରବର୍ଗ ତୁରନ୍ତ ଡାକବର୍ଷା କରି ଆମ୍ବୁଲାନ୍ସକୁ ଖବର ଦେଇଥିଲେ। ମାତ୍ର ଗାଁକୁ ଯିବା ପାଇଁ ଭଲ ରାସ୍ତା ନଥିବାରୁ ଏବଂ ମଝିରେ ଭାଲିଆ ନାଳ ରହିଥିବାରୁ ଆମ୍ବୁଲାନ୍ସ ଗାଁ ଭିତରକୁ ଯାଇପାରି ନଥିଲା। ଆମ୍ବୁଲାନ୍ସଟି ନାଳର ଅପର ପାର୍ଶ୍ୱରେ ଅଟକି ରହିଥିଲା। ବାଧ୍ୟହୋଇ ପରିବାର ଲୋକେ ଏବଂ ଗ୍ରାମବାସୀମାନେ ଅସୁସ୍ଥ ବିଭୀଷଣଙ୍କୁ ଏକ ଖଟିଆରେ ଶୁଆଇ ବିଳମ୍ବିତ ରାତିରେ ଅନ୍ଧାରରେ ହିଁ ଖଟିଆରେ ବୋହି ଭାଲିଆ ନାଳ ପାର କରାଇଥିଲେ।

ଏହାପରେ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ପ୍ରଥମେ ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନା ଏବଂ ସେଠାରୁ ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ପରିବାର ପକ୍ଷରୁ କୁହାଯାଇଛି। ଗାଁକୁ ରାସ୍ତା ଓ ନାଳ ଉପରେ ପୋଲ ନଥିବାରୁ ଏଭଳି ଦୁଃଖ ଓ ଦୁର୍ଦ୍ଦଶା ସେମାନଙ୍କ ନିତିଦିନିଆ ସାଥୀ ପାଲଟିଥିବା ଗ୍ରାମବାସୀ କ୍ଷୋଭ ପ୍ରକାଶ କରିଛନ୍ତି। ସବୁଠାରୁ ବଡ଼ କଥା ହେଉଛି, ଭାଲିଆ ନାଳ ଉପରେ ପୋଲ ନିର୍ମାଣ ପାଇଁ ସରକାରୀ ସ୍ତରରୁ ଅନୁଦାନ ମଞ୍ଜୁର ହୋଇଥିଲେ ମଧ୍ୟ ଜଙ୍ଗଲ ବିଭାଗର ଅନୁମତି ମିଳୁନଥିବାରୁ ପୋଲ ନିର୍ମାଣ କାର୍ଯ୍ୟ ଅଧାରୁ ଅଟକି ରହିଛି, ଯାହାକି ସାଧାରଣରେ ଗଭୀର ଅସନ୍ତୋଷ ସୃଷ୍ଟି କରିଛି। ତୁରନ୍ତ ଏଥିପ୍ରତି ପ୍ରଶାସନ ଦୃଷ୍ଟି ଦେଇ ରାସ୍ତା ଓ ପୋଲ ନିର୍ମାଣ ପଦକ୍ଷେପ ନେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି

ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ପାଟଣା କଲେଜର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଜଗନ୍ନାଥ ମହାନ୍ତ

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ତଥା ରିଡର ଜଗନ୍ନାଥ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri