ଏମ୍‌ସ ୫ମ ମହଲାରୁ ଡେଇଁ ରୋଗୀ ମୃତ

ଭୁବନେଶ୍ୱର,(ବ୍ୟୁରୋ)୨୧।୮: ରାଜଧାନୀସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍‌ସ)ରେ ଏକ ଦୁଃଖଦ ଘଟଣା ଘଟିଛି। ଶନିବାର ପୂର୍ବାହ୍ନ ୧୧ଟାରେ ମେଡିକାଲର ୫ମ ମହଲାରୁ ଡେଇଁ ଜଣେ ରୋଗୀ ଜୀବନ ହାରିଛନ୍ତି। ସ୍ତ୍ରୀଙ୍କ ଆଗରେ ସ୍ବାମୀ ଜୀବନ ହାରିବା ଘଟଣା ଶୋକାକୁଳ ପରିବେଶ ସୃଷ୍ଟି କରିଛି। ମୃତକ ଜଣଙ୍କ ହେଲେ ଏମ୍‌ସର ପ୍ଲାଷ୍ଟିକ ସର୍ଜରୀ ୱାର୍ଡରେ ଚିକିତ୍ସିତ ହେଉଥିବା ପୁରୀ ଜିଲା ଚନ୍ଦନପୁର ବ୍ଲକ ବୀରପ୍ରତାପପୁର ଅଞ୍ଚଳର ମହେନ୍ଦ୍ର ସ୍ବାଇଁ। ତେବେ ସେ ତଳକୁ କାହିଁକି ଡେଇଁ ଆତ୍ମହତ୍ୟା କଲେ ତା’ର କାରଣ ସ୍ପଷ୍ଟ ହୋଇ ନ ଥିଲେ ହେଁ ରୋଗ ଯନ୍ତ୍ରଣା ସହ୍ୟ କରି ନ ପାରି ମହେନ୍ଦ୍ର ଏଭଳି ନିଷ୍ପତ୍ତି ନେଇଥିବା କୁହାଯାଉଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ଅପରପକ୍ଷରେ ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଥିବା ଏମ୍‌ସ ପକ୍ଷରୁ ସୂଚନା ଦିଆଯାଇଛି। ସ୍ତ୍ରୀ ତାଙ୍କୁ ହୁଇଲ ଚେୟାରରେ ବୁଲାଉଥିବାବେଳେ ମହେନ୍ଦ୍ର ହଠାତ ଚେୟାରରୁ ୫ ମହଲାରେ ଥିବା ବାଲକୋନିରୁ ତଳକୁ ଡେଇଁ ପଡ଼ିଥିଲେ। ତାଙ୍କୁ ସଙ୍ଗେସଙ୍ଗେ କାଜୁଆଲିଟି ବିଭାଗକୁ ନିଆଯାଇଥିଲା। ହେଲେ ସେଠାରେ ଡାକ୍ତର ମହେନ୍ଦ୍ରଙ୍କୁ ମୃତ ଘୋଷଣା କରିଥିଲେ।
ସୂଚନାନୁସାରେ, ମହେନ୍ଦ୍ର ଗ୍ରାମରେ ପରିବା ବିକ୍ରି କରୁଥିବାବେଳେ ସ୍ତ୍ରୀ ବନିତା ମନ୍ଦିର ସାମ୍ନାରେ ଦୀପ ବିକ୍ରି କରି ଗୁଜରାଣ ମେଣ୍ଟାନ୍ତି। ହେଲେ କୌଣସି କାରଣରୁ ମହେନ୍ଦ୍ରଙ୍କ ବାମ ଗୋଡ଼ରେ ଘା’ ହୋଇଥିଲା। ଆର୍ଥିକ ଅବସ୍ଥା ଭଲ ନ ଥିବାରୁ ଗତ ଜୁଲାଇ ୧୧ ତାରିଖରେ ମହେନ୍ଦ୍ର ଏମ୍‌ସର ପ୍ଲାଷ୍ଟିକ ସର୍ଜରୀ ୱାର୍ଡରେ ଭର୍ତ୍ତି ହୋଇଥିଲେ। ପ୍ରଥମେ ଅସ୍ତ୍ରୋପଚାର କରାଯିବା ପରେ ଜଙ୍ଘରୁ ମାଂସ ନିଆଯାଇ ବାମ ଗୋଡ଼ ଘା’ ସ୍ଥାନରେ ପ୍ଲାଷ୍ଟିକ୍‌ ସର୍ଜରୀ କରାଯାଇଥିଲା। ଆସନ୍ତା ଦିନେ କିମ୍ବା ୨ଦିନ ମଧ୍ୟରେ ସେ ମେଡିକାଲରୁ ଡିସ୍‌ଚାର୍ଜ ହୋଇଥାନ୍ତେ। ହେଲେ ହଠାତ୍‌ ମହେନ୍ଦ୍ର ବାହାରକୁ ଟିକେ ପବନ ଖାଇ ଆସିବାକୁ ସ୍ତ୍ରୀଙ୍କୁ କହିଥିଲେ। ସ୍ବାମୀ ମହେନ୍ଦ୍ରଙ୍କ କଥା ରଖି ବନିତା ହୁଇଲ ଚେୟାରରେ ବୁଲାଉଥିବାବେଳେ ମହେନ୍ଦ୍ର ଚେୟାରରୁ ଉଠି ପଡ଼ି ପଞ୍ଚମ ମହଲାର ବାଲ୍‌କୋନି ବାଡ଼ାରେ ଚଢ଼ିଯାଇଥିଲେ। ଏହି ସମୟରେ ସ୍ତ୍ରୀ ତାଙ୍କ ଶାର୍ଟକୁ ଭିଡ଼ି ଅଟକେଇବାକୁ ଉଦ୍ୟମ କରୁଥିବାବେଳେ ଶାର୍ଟ ଚିରିଯାଇଥିଲା ଏବଂ ମହେନ୍ଦ୍ର ସିଧା ତଳେ ପଡିଯାଇଥିଲେ। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା ବୋଲି ଏମ୍‌ସ ଜନସମ୍ପର୍କ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…

ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ...

୪ମାସ ପର୍ଯ୍ୟନ୍ତ ଦେବାକୁ ପଡିବନି ଟୋଲ ଟାକ୍ସ!

ନୂଆଦିଲ୍ଲୀ,୧୭।୧୨: ଦିଲ୍ଲୀ-ଏନସିଆରରେ ପ୍ରଦୂଷଣ ବୃଦ୍ଧି ପାଉଛି। ପ୍ରଦୂଷଣକୁ ଦୃଷ୍ଟିରେ ରଖି, ସୁପ୍ରିମକୋର୍ଟ ଭାରତୀୟ ମହାନଗର ନିଗମ (ଏମସିଡି)କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି...

ମୋକିମ ବହିଷ୍କାର ବିବାଦ, କଥାହେଲେ କେନ୍ଦ୍ରୀୟ ନେତା

ଭୁବନେଶ୍ୱର,୧୭।୧୨:  କଂଗ୍ରେସରୁ ମୋକିମଙ୍କୁ ବହିଷ୍କାର କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଅନେକ ନେତା ମୋକିମ ସପକ୍ଷରେ ବାହାରୁଥିବା ଦେଖାଯାଇଛି । ଏହାରି...

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri