ଏମ୍‌ସ ୫ମ ମହଲାରୁ ଡେଇଁ ରୋଗୀ ମୃତ

ଭୁବନେଶ୍ୱର,(ବ୍ୟୁରୋ)୨୧।୮: ରାଜଧାନୀସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍‌ସ)ରେ ଏକ ଦୁଃଖଦ ଘଟଣା ଘଟିଛି। ଶନିବାର ପୂର୍ବାହ୍ନ ୧୧ଟାରେ ମେଡିକାଲର ୫ମ ମହଲାରୁ ଡେଇଁ ଜଣେ ରୋଗୀ ଜୀବନ ହାରିଛନ୍ତି। ସ୍ତ୍ରୀଙ୍କ ଆଗରେ ସ୍ବାମୀ ଜୀବନ ହାରିବା ଘଟଣା ଶୋକାକୁଳ ପରିବେଶ ସୃଷ୍ଟି କରିଛି। ମୃତକ ଜଣଙ୍କ ହେଲେ ଏମ୍‌ସର ପ୍ଲାଷ୍ଟିକ ସର୍ଜରୀ ୱାର୍ଡରେ ଚିକିତ୍ସିତ ହେଉଥିବା ପୁରୀ ଜିଲା ଚନ୍ଦନପୁର ବ୍ଲକ ବୀରପ୍ରତାପପୁର ଅଞ୍ଚଳର ମହେନ୍ଦ୍ର ସ୍ବାଇଁ। ତେବେ ସେ ତଳକୁ କାହିଁକି ଡେଇଁ ଆତ୍ମହତ୍ୟା କଲେ ତା’ର କାରଣ ସ୍ପଷ୍ଟ ହୋଇ ନ ଥିଲେ ହେଁ ରୋଗ ଯନ୍ତ୍ରଣା ସହ୍ୟ କରି ନ ପାରି ମହେନ୍ଦ୍ର ଏଭଳି ନିଷ୍ପତ୍ତି ନେଇଥିବା କୁହାଯାଉଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ଅପରପକ୍ଷରେ ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଥିବା ଏମ୍‌ସ ପକ୍ଷରୁ ସୂଚନା ଦିଆଯାଇଛି। ସ୍ତ୍ରୀ ତାଙ୍କୁ ହୁଇଲ ଚେୟାରରେ ବୁଲାଉଥିବାବେଳେ ମହେନ୍ଦ୍ର ହଠାତ ଚେୟାରରୁ ୫ ମହଲାରେ ଥିବା ବାଲକୋନିରୁ ତଳକୁ ଡେଇଁ ପଡ଼ିଥିଲେ। ତାଙ୍କୁ ସଙ୍ଗେସଙ୍ଗେ କାଜୁଆଲିଟି ବିଭାଗକୁ ନିଆଯାଇଥିଲା। ହେଲେ ସେଠାରେ ଡାକ୍ତର ମହେନ୍ଦ୍ରଙ୍କୁ ମୃତ ଘୋଷଣା କରିଥିଲେ।
ସୂଚନାନୁସାରେ, ମହେନ୍ଦ୍ର ଗ୍ରାମରେ ପରିବା ବିକ୍ରି କରୁଥିବାବେଳେ ସ୍ତ୍ରୀ ବନିତା ମନ୍ଦିର ସାମ୍ନାରେ ଦୀପ ବିକ୍ରି କରି ଗୁଜରାଣ ମେଣ୍ଟାନ୍ତି। ହେଲେ କୌଣସି କାରଣରୁ ମହେନ୍ଦ୍ରଙ୍କ ବାମ ଗୋଡ଼ରେ ଘା’ ହୋଇଥିଲା। ଆର୍ଥିକ ଅବସ୍ଥା ଭଲ ନ ଥିବାରୁ ଗତ ଜୁଲାଇ ୧୧ ତାରିଖରେ ମହେନ୍ଦ୍ର ଏମ୍‌ସର ପ୍ଲାଷ୍ଟିକ ସର୍ଜରୀ ୱାର୍ଡରେ ଭର୍ତ୍ତି ହୋଇଥିଲେ। ପ୍ରଥମେ ଅସ୍ତ୍ରୋପଚାର କରାଯିବା ପରେ ଜଙ୍ଘରୁ ମାଂସ ନିଆଯାଇ ବାମ ଗୋଡ଼ ଘା’ ସ୍ଥାନରେ ପ୍ଲାଷ୍ଟିକ୍‌ ସର୍ଜରୀ କରାଯାଇଥିଲା। ଆସନ୍ତା ଦିନେ କିମ୍ବା ୨ଦିନ ମଧ୍ୟରେ ସେ ମେଡିକାଲରୁ ଡିସ୍‌ଚାର୍ଜ ହୋଇଥାନ୍ତେ। ହେଲେ ହଠାତ୍‌ ମହେନ୍ଦ୍ର ବାହାରକୁ ଟିକେ ପବନ ଖାଇ ଆସିବାକୁ ସ୍ତ୍ରୀଙ୍କୁ କହିଥିଲେ। ସ୍ବାମୀ ମହେନ୍ଦ୍ରଙ୍କ କଥା ରଖି ବନିତା ହୁଇଲ ଚେୟାରରେ ବୁଲାଉଥିବାବେଳେ ମହେନ୍ଦ୍ର ଚେୟାରରୁ ଉଠି ପଡ଼ି ପଞ୍ଚମ ମହଲାର ବାଲ୍‌କୋନି ବାଡ଼ାରେ ଚଢ଼ିଯାଇଥିଲେ। ଏହି ସମୟରେ ସ୍ତ୍ରୀ ତାଙ୍କ ଶାର୍ଟକୁ ଭିଡ଼ି ଅଟକେଇବାକୁ ଉଦ୍ୟମ କରୁଥିବାବେଳେ ଶାର୍ଟ ଚିରିଯାଇଥିଲା ଏବଂ ମହେନ୍ଦ୍ର ସିଧା ତଳେ ପଡିଯାଇଥିଲେ। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା ବୋଲି ଏମ୍‌ସ ଜନସମ୍ପର୍କ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଟିରେ ପ୍ଲାଷ୍ଟିକ୍‌ ପୋତିହୋଇ ଜଳଧାରଣ ହ୍ରାସ

ପଟ୍ଟାମୁଣ୍ଡାଇ,୧ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପ୍ଲାଷ୍ଟିକର ବ୍ୟବହାର ବହୁଳ ଭାବରେ ବଢ଼ିଚାଲିଛି। ସହର ସାରା କୁଢ଼ କୁଢ଼ ପ୍ଲାଷ୍ଟିକ ଅଳିଆ ଓ ଆବର୍ଜନା…

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri