ଆୟୁଷ ଡାକ୍ତରଙ୍କ ଭରସାରେ ରୋଗୀ

ଚଣ୍ଡିଖୋଲ,୧୮ା୯(ପ୍ରଦୀପ୍ତ କୁମାର ପୃଷ୍ଟି): ଗ୍ରାମାଞ୍ଚଳରେ ଦେଖିବାକୁ ମିଳୁଛି ସ୍ବାସ୍ଥ୍ୟସେବାର ବିକଳ ଚିତ୍ର। ସମସ୍ତେ ନିଯୁକ୍ତି ପାଇଛନ୍ତି। ହେଲେ କାହାର ଦେଖା ମିଳୁନାହିଁ ବୋଲି ଅଭିଯୋଗ କରିଛନ୍ତି ଗ୍ରାମବାସୀ। ରୋଗୀଙ୍କ ଏକମାତ୍ର ଭରସା ପାଲଟିଛନ୍ତି ଆୟୁଷ ଡାକ୍ତର। ସେ କାମଚଳା ରୋଗୀ ଦେଖୁଛନ୍ତି। ହେଲେ ଜରୁରୀକାଳୀନ ଚିକିତ୍ସା ବେଳେ ହାତ ଟେକି ଦେଉଛନ୍ତି। ଏଲୋପାଥିକ ଡାକ୍ତର ନିଯୁକ୍ତ ଥିବାବେଳେ ଚିକିତ୍ସାରୁ ବଞ୍ଚିତ ହେଉଛନ୍ତି ରୋଗୀ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଯାଜପୁର ଜିଲା ବଡ଼ଚଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଦର୍ପଣୀ ଡାକ୍ତରଖାନାରେ। ଏହି ଡାକ୍ତରଖାନାକୁ ଅଧିକ ସଂଖ୍ୟକ ରୋଗୀ ଆସୁଥିବାରୁ ବିଭାଗ ପକ୍ଷରୁ ଜଣେ ସ୍ଥାୟୀ ଏଲୋପାଥିକ ଡାକ୍ତର, ଜଣେ ଆୟୁଷ ଡାକ୍ତର ଓ ଫାର୍ମାସିଷ୍ଟଙ୍କୁ ନିଯୁକ୍ତ କରାଯାଇଛି।
ଆୟୁଷ ଡାକ୍ତର ନିୟମିତଭାବେ ରୋଗୀଙ୍କୁ ଚିକିତ୍ସା କରି ଔଷଧ ଦେଉଥିବା ବେଳେ ନିଯୁକ୍ତ ମହିଳା ଫାର୍ମାସିଷ୍ଟ ସପ୍ତାହରେ ଏକାଧିକ ଦିନ ଅସୁସ୍ଥତା ଦର୍ଶାଇ ଅନୁପସ୍ଥିତ ରହୁଛନ୍ତି। ମହିଳା ଫାର୍ମାସିଷ୍ଟ ଜଣକ ସରକାରୀ ଡାକ୍ତରଖାନାରେ ଅନୁପସ୍ଥିତ ରହି ଏକ ଘରୋଇ ଚିକିତ୍ସାଳୟରେ କାମ କରିବାନେଇ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ସମସ୍ତ ସ୍ବାସ୍ଥ୍ୟକେନ୍ଦ୍ରକୁ ୫-ଟିରେ ଅନ୍ତର୍ଭୁକ୍ତ କରାଯାଇଥିଲେ ମଧ୍ୟ କର୍ମଚାରୀଙ୍କ ଲାଭଖୋର ମନବୃତ୍ତି ଯୋଗୁ ସରକାରୀ ଡାକ୍ତରଖାନା ଉପରୁ ରୋଗୀଙ୍କ ଭରସା ତୁଟି ଯାଉଥିବା ଅଭିଯୋଗ ହୋଇଛି। ସବୁଠାରୁ ସମ୍ବେଦନଶୀଳ ଘଟଣା ହେଉଛି ଏହି ଡାକ୍ତରଖାନା ଉପରେ ନିର୍ଭର କରୁଥିବା ଏକାଧିକ ଗାଁ ଲୋକଙ୍କ ସମେତ ଦୁର୍ଘଟଣା ଜନିତ ରୋଗୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଠାରେ ନିଯୁକ୍ତ ହୋଇଥିବା ଏଲୋପାଥିକ ଡାକ୍ତରଙ୍କୁ କେହି କେବେବି ଗୋଟିଏ ଦିନ ଦେଖି ନ ଥିବା କହୁଥିବା ବେଳେ ଆଉ କେତେଜଣ ଲୋକ କହୁଛନ୍ତି କଁାଭାଁ ସପ୍ତାହର ମଙ୍ଗଳବାର ପୂର୍ବାହ୍ନ ୧୦ଟାରେ ଆସି ମଧ୍ୟାହ୍ନ ୧୨ଟାରେ ଡାକ୍ତର ପଳାଇଯାଉଛନ୍ତି। ବଡ଼ଚଣା ମେଡିକାଲ ଅଫିସରଙ୍କୁ ଅନ୍ଧାରରେ ରଖି ଡାକ୍ତର ଜଣକ କର୍ତ୍ତବ୍ୟରେ ବହୁ ଅବହେଳା କରୁଥିବା ନେଇ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ତେଣୁ ଏଥିପ୍ରତି ଯାଜପୁର ଜିଲାପାଳ ଓ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଦୃଷ୍ଟି ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ବଡ଼ଚଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଚିକିତ୍ସା ଅଧିକାରୀ ଅଶୋକ କୁମାର ମିଶ୍ରଙ୍କୁ ପଚାରିବାରୁ ସେ କହିଛନ୍ତି, ଟ୍ରେନିଂରେ କଟକରେ ଅଛନ୍ତି। ଫେରିଲା ପରେ କିଛି କହିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?