ରୋଗୀ ଲହୁଲୁହାଣ

ଦିଗପହଣ୍ଡି,୧୭।୧୦(ସଞ୍ଜୀବ କୁମାର ପାତ୍ର) ୫୭ ବର୍ଷିୟ ବ୍ୟକ୍ତିଙ୍କୁ କେହି ଜଣେ ଅଜଣା ଧାରୁଆ ଅସ୍ତ୍ର ସାହାଯ୍ୟରେ ଆକ୍ରମଣ କରି ଲହୁଲୁହାଣ କରିବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣା ସ୍ଥଳରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା କରିବା ପରେ ବ୍ରହ୍ମପୁର ବଡ ମେଡିକାଲ୍‌ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି। ଆକ୍ରମଣରେ ତାଙ୍କର ମୁଣ୍ଡର ବିଭିନ୍ନ ସ୍ଥାନରେ କ୍ଷତବିକ୍ଷକ୍ତ ହୋଇଯାଇଛି। ଗୁରୁତର ଜଣକ ହେଲେ କଇଠଡା ପଞ୍ଚାୟତ ଅନ୍ତର୍ଗତ
ବିରଲକ୍ଷ୍ମୀ ନାରାୟଣପୁର ଗ୍ରାମର ବିପ୍ର ଚରଣ ପଣ୍ଡା ବୋଲି ଜଣାପଡିଛି। ବିପ୍ର ଚରଣ ଜଣେ ପକ୍ଷାଘାତ ରୋଗୀ। ମଙ୍ଗଳବାର ପୂର୍ବାହ୍ନ ସମୟରେ ସେ ଚାଲି ଚାଲି ନିଜ ଗ୍ରାମରୁ କଲ୍ୟାଣପୁର ତୋଟା ଅଭିମୁଖେ ଯାଉଥିବା ବେଳେ ପଛପଟୁ ଜଣେ ଅଜଣା ଦୁର୍ବୁତ୍ତ ତାଙ୍କ ନାକକୁ ଶକ୍ତ ମୁଥ ମାରିବାରୁ ତାଙ୍କ ନାକପଟୁ ପ୍ରବଳ ରକ୍ତସ୍ରାବ ହୋଇଥିଲା। ପରେ ଧାରୁଆ ଅସ୍ତ୍ର ସାହାର୍ଯ୍ୟରେ ତାଙ୍କ ମୁହଁର ବିଭିନ୍ନ ସ୍ଥାନକୁ ଆକ୍ରମଣ କରିଥିଲା। ସ୍ପଷ୍ଟ ଦିବାଲୋକରେ
ଏହି ଘଟଣା ଘଟିଥିଲେ ମଧ୍ୟ କୌଣସି ବ୍ୟକ୍ତି ପ୍ରତିବାଦ କରିବା ପାଇଁ ସାହାସ କରି ପାରି ନ ଥିଲେ। ବିପ୍ର ଗୁରୁତର ହୋଇଯିବା ପରେ ଆକ୍ରମଣକାରୀ କୌଶଳକ୍ରମେ ଘଟଣା ସ୍ଥଳରୁ ଚମ୍ପଟ ମାରିଥିଲା।

ଏହି ଘଟଣା ପରିବାର ଲୋକ ଜାଣିବା ପରେ ଘଟଣା ସ୍ଥଳକୁ ଆସି ତାଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । କେଉଁ କାରଣକୁ ନେଇ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଏଭଳି ଆକ୍ରମଣ କରାଗଲା ଖବର ଲେଖାହେବା ସୁଦ୍ଧା ସେ ସମ୍ପର୍କରେ ସ୍ପଷ୍ଟ ସୁଚନା ମିଳିପାରିନାହଁି। ଏନେଇ ବିପ୍ରଙ୍କ ପୁଅ ସନ୍ତୋଷ ପଣ୍ଡା ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଏତଲା ଆଧାରରେ ଦିଗପହଣ୍ଡି ପୋଲିସ ଘଟଣା ସ୍ଥଳକୁ ଯାଇ ତଦନ୍ତ କରି ଫେରିଥିବା ଆଇ.ଆଇ.ସି ଦୀପ୍ତି ରଞ୍ଜନ ବେହେରା ସୂଚନା ଦେଇଛନ୍ତି । ଖବର ପାଇ ପୂର୍ବତନ ସରପଞ୍ଚ ଭୀମସେନ ସାହୁ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ବିପ୍ରଙ୍କୁ ଚିକିତ୍ସା କ୍ଷେତ୍ରରେ ସହଯୋଗ କରିବା ସହ ଏହି ଘଟଣା ପଛରେ କଣ ରହସ୍ୟ ରହିଛି ତାହା ଅନୁଧ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ଭଞ୍ଜନଗର ଥାନା ଏସଆଇଙ୍କୁ ଡିଜିପି ଡିସ୍କ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୧୩।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସଆଇ ସମୀର କୁମାର ସେଠୀଙ୍କୁ ବୁଧବାର ଡିଜିପି ଡିସ୍କ ଆୱାର୍ଡ଼ ମିଳିଛି। କଟକ ଠାରେ ଆୟୋଜିତ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ପଦକ…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri