ମେଡିକାଲରୁ ରୋଗୀ ନିଖୋଜ, ସାଂଘାତିକ ଅଭିଯୋଗ ଆଣି ପରିବାର ଲୋକେ କହିଲେ…

ବଲାଙ୍ଗୀର,୩ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାସ୍ଥିତ ଭୀମ ଭୋଇ ମେଡିକାଲ କଲେଜରୁ ଜଣେ ରୋଗୀ ନିଖୋଜ ହୋଇଯାଇଥିବା ନେଇ ଅଭିଯୋଗ ହୋଇଛି। ସର୍ଜରୀ ଓ୍ବାର୍ଡରୁ ରୋଗୀ ନିଖୋଜ ହୋଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ। ତେବେ ଗୁରୁବାର ରାତି ୧୧ଟାରୁ ରୋଗୀ ଜଣକ ନିଖୋଜ ଥିବା ନେଇ ପରିବାର ଲୋକେ ଅଭିଯୋଗ ଆଣିବା ପରେ ମେଡିକାଲ ପରିସରରେ ଉତ୍ତେଜନା ଦେଖାଦେଇଛି।

ରୋଗୀ ଜଣକ କଳାହାଣ୍ଡି ଜିଲା ହରଲଙ୍ଗା ଗାଁରେ ପ୍ରତାପ ବେହେରା ଦଳେଇ ବୋଲି ଜଣାପଡିଛି। ଗରମ ପାଣିରେ ଗୋଡ଼ ପୋଡିଯିବାରୁ ଗତ ରବିବାର ଦିନଠାରୁ ଭର୍ତ୍ତି ହୋଇଥିଲେ ପ୍ରତାପ। ହସ୍ପିଟାଲ କର୍ତ୍ତୃପକ୍ଷ  ୧୪ ଘଣ୍ଟା ପରେ ମଧ୍ୟ ଥାନାରେ ନିଖୋଜ ସମ୍ପର୍କରେ କାହିଁକି ଜଣାଇନାହାନ୍ତି ବୋଲି ଅଭିଯୋଗ କରିଛନ୍ତି ପରିବାର ଲୋକେ।

ମେଡିକାଲ ସୁପରିଟେଡେଣ୍ଟ ଡ.ମାନସୀ ପଣ୍ଡାଙ୍କୁ ନିଖୋଜ ଅଭିଯୋଗକୁ ନେଇ ପଚାରିବାରୁ ରୋଗୀଙ୍କର ପୁଅ ଶୋଇ ଥିବାବେଳେ ବେଳେ ରାତି ଗୋଟାଏରେ ରୋଗୀ ପଳେଇଛନ୍ତି। ଏ ନେଇ ରୋଗୀ ନିଖୋଜ ହୋଇଥିବା ଅଭିଯୋଗ ହୋଇଛି। ମୁଁ ଏକ ମିଟିଂରେ ବସିଛି ମିଟିଂ ସରିଲେ ଜଣାଇବେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ହୋଇପାରନ୍ତି ସୁନେତ୍ରା, ପ୍ରସ୍ତାବ ଦେବ ଏନ୍‌ସିପି

ମୁମ୍ବାଇ,୩୦।୧: ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ତଥା ଏନ୍‌ସିପି ନେତା ଅଜିତ ପାଓ୍ବାରଙ୍କ ପରଲୋକ ପରେ ଦଳ ମଧ୍ୟରେ କ୍ଷମତା ଲଢ଼େଇ ଆରମ୍ଭ ହୋଇଛି। ଉପମୁଖ୍ୟମନ୍ତ୍ରୀ ପଦ…

WPL: ଫାଇନାଲରେ ପହଞ୍ଚିଲା ଆର୍‌ସିବି

ଭଦୋଦରା,୨୯ା୧- ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ରେ ଗୁରୁବାର ଖେଳାଯାଇଥିବା ଲିଗ୍‌ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଅତି ସହଜରେ ୮ ଉଇକେଟରେ ୟୁପି ଓ୍ବାରିଅର୍ସକୁ…

ବିବାହର ପ୍ରଲୋଭନ ଦେଖାଇ ସମ୍ପର୍କ: ଯୁବତୀ ଏବେ ୪ ମାସର ଗର୍ଭବତୀ

ଜୟପୁର, ୨୯।୧(ପବନ ପାଣିଗ୍ରାହୀ): ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ତାଙ୍କୁ ଗର୍ଭବତୀ ଓ ପରେ ପ୍ରତାରଣା କରିବା ଅଭିଯୋଗରେ ଜୟପୁର ମହିଳା ପୋଲିସ ଜଣେ ଯୁବକଙ୍କୁ ଗିରଫ…

ଅସଲି ଟ୍ରେଡିଂ କମ୍ପାନୀର ଫେକ୍‌ ଆପ୍‌, ହ୍ବାଟ୍ସଆପ୍‌ ଗ୍ରୁପ କରି ଲୁଟିଥିଲେ ୯୪.୬୨ ଲକ୍ଷ ଟଙ୍କା; ୩ ଯୁବକଙ୍କୁ ବାନ୍ଧିଲା…

ଦେବଗଡ, ୨୯ା୧ (ଶଶାଙ୍କ ଶେଖର ଝାଙ୍କର): ଅବସର ପ୍ରାପ୍ତ ଜଣେ ସରକାରୀ କର୍ମଚାରୀଙ୍କ ଠାରୁ ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇ ଅଭିଯୋଗରେ…

ମୋରମ ପାଇଁ ପାହାଡ଼ କାଟିଦେଲା ପୂର୍ତ୍ତ ବିଭାଗ, ବାରିଝୋଲା ଗ୍ରାମବାସୀ…

ରାୟଗଡ଼ା,୨୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ ଅନ୍ତର୍ଗତ ବାରିଝୋଲା ଗ୍ରାମସ୍ଥିତ ପଦ୍ମାବତୀ ହରିକୁପା ପାହାଡ଼ରୁ ଚାଲିଛି ମୋରମ ଖନନ। ତେବେ ମୋରମ ଖନନ ଯୋଗୁ…

ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଟଳିପଡ଼ିଲେ ଭକ୍ତ: ମହାପ୍ରଭୁଙ୍କ ଦର୍ଶନ ହେଲା…

ପୁରୀ,୨୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କର ଉତ୍ତରଦ୍ୱାର ନିକଟ ପରିକ୍ରମା…

ଓଡ଼ିଶାର ଆର୍ଥିକ ଅଭିବୃଦ୍ଧି: ଏତିକି ଟଙ୍କାକୁ ବଢିଗଲା ଲୋକଙ୍କ ମୁଣ୍ଡପିଛା ଆୟ

ଭୁବନେଶ୍ୱର,୨୯।୧: ଓଡ଼ିଶାର ଅର୍ଥନୈତିକ ପ୍ରଗତି କ୍ଷେତ୍ରରେ ଏକ ବଡ଼ ସଫଳତା ଦେଖିବାକୁ ମିଳିଛି। ୨୦୨୪-୨୫ ଆର୍ଥିକ ବର୍ଷରେ ରାଜ୍ୟର ମୁଣ୍ଡପିଛା ନିଟ୍ ଘରୋଇ ଉତ୍ପାଦ ୧,୬୮,୯୬୬ ଟଙ୍କାରେ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ: ଏହି କାମ ପାଇଁ ରାଜ୍ୟ ସରକାରଙ୍କୁ କଲେ ପ୍ରଶଂସା

ଭୁବନେଶ୍ୱର,୨୯।୧: ଗୁରୁବାର ଲୋକସେବା ଭାବନାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ବିଶ୍ବବ୍ୟାଙ୍କ ଅଧ୍ୟକ୍ଷ ଅଜ୍ଞ ବାଙ୍ଗା। ଓଡ଼ିଶାର ବିକାଶ ଧାରାକୁ ଆହୁରି ଗତିଶୀଳ କରିବା ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri