ରୋଗୀ ପରିବହନ ସେବା ବାଧାପ୍ରାପ୍ତ: ୧୦୮ ଆମ୍ବୁଲାନ୍ସ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ମେଡ଼ିକାଲରେ କାର୍ଯ୍ୟରତ ଥିବା ୧୦୮ ଆମ୍ବୁଲାନ୍ସ କର୍ମଚାରୀ ଏକାଧିକ ଦାବିନେଇ ବୁଧବାର ଅପରାହ୍ନରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଚାଲିବ ବୋଲି ସଙ୍ଘ ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷେ ଆମ୍ବୁଲାନ୍ସ କର୍ମଚାରୀଙ୍କ ଆନ୍ଦୋଳନ ଯୋଗୁ ମାଗଣା ରୋଗୀ ପରିବହନ ସେବା ଭଞ୍ଜନଗର ଉପଖଣ୍ଡରେ ବାଧାପ୍ରାପ୍ତ ହୋଇଛି। ରୋଗୀମାନେ ଘରୁ ମେଡିକାଲ ଆସିବା, ମେଡିକାଲରୁ ଅନ୍ୟ ମେଡ଼ିକାଲକୁ ୧୦୮ ଆମ୍ବୁଲାନ୍ସରେ ବୁଧବାର ଯିବା ସମ୍ଭବପର ହୋଇପାରିନାହିଁ। ଯାହାକୁ ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ସଙ୍ଘ ପକ୍ଷରୁ କୁହାଯାଇଛି ୧୧ ତାରିଖ ହେଲେ ମଧ୍ୟ କର୍ମଚାରୀମାନଙ୍କୁ ଦରମା ମିଳିନାହିଁ। ଫଳରେ କର୍ମଚାରୀ ମାନେ ଇଏମଆଇ ଦେବା, ଘର ଚଳାଇବାରେ ଘୋର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାଜ୍ୟରେ ୭୦ ଜଣ କର୍ମଚାରୀଙ୍କୁ ବେନିୟମ ଭାବେ ଛଟେଇ କରାଯାଇଛି। ସେମାନଙ୍କୁ ତୁରନ୍ତ ପୁଣି ନିଯୁକ୍ତି ଦିଆଯାଉ। ଗଞ୍ଜାମ ଜିଲାର କର୍ମଚାରୀଙ୍କ ଗ୍ରାଚ୍ୟୁଇଟ ଟଙ୍କା ମିଳିବାକୁ ନାହିଁ। ଗାଡ଼ିର ଟାୟାର ଠିକ ନାହିଁ। ଏସି ଅଚଳ ହେଲାଣି। ଏଭଳି ୧୦୮ ଆମ୍ବୁଲାନ୍ସ ଗାଡିର ଅନେକ ସମସ୍ୟା ଅଛି। ଯାହାକୁ ନେଇ ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟମାନେ ଆମ ଉପରେ ଅସନ୍ତୋଷ ଝାଡୁଛନ୍ତି। ଡ୍ୟୁଟି ସମୟରେ ବିଶ୍ରାମ ନେବା ପାଇଁ ମେଡିକାଲ ପରିସରରେ ବିଶ୍ରାମ କକ୍ଷ ବ୍ୟବସ୍ଥା କରାଯାଉ। ଏଥିସହ ଅନେକ ସମୟରେ ଓଭର ଡ୍ୟୁଟି କରିବାକୁ ପଡୁଛି। ଏ ନେଇ କିଛି ବିକଳ୍ପ ବ୍ୟବସ୍ଥା କରାଯାଉ। ଆମ ମାନଙ୍କ ସମସ୍ୟାକୁ ତୁରନ୍ତ ସମାଧାନ କରାଯାଉ। ନଚେତ୍‌ ଏହି ଆନ୍ଦୋଳନ ଜାରି ରହିବ ବୋଲି ସଂଘର ଜଣେ କର୍ମକର୍ତ୍ତା ସୁଭତୋଷ ପାଣିଗ୍ରାହୀ ଗଣମାଧ୍ୟମ ସମ୍ମୁଖରେ ତାହା ପ୍ରକାଶ କରିଛନ୍ତି। ଅପରପକ୍ଷେ କର୍ମଚାରୀମାନେ ବୁଧବାର ଉପ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଉପ ଜଲାପାଳଙ୍କୁ ଦେବାକୁ ଯାଇଥିଲେ।ମାତ୍ର ଉପ ଜିଲ୍ଲାପାଳ ବାହାରେ ଥିବା ଯୋଗୁ କର୍ମଚାରୀ ମାନେ ଦାବିପତ୍ର ଦେଇନପାରି ଫେରି ଆସିଛନ୍ତି। ଗୁରୁବାର ଦାବିପତ୍ର ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri