ଖଟିଆରେ ୨ କି.ମି. ବୁହାହେଲେ ରୋଗୀ

ମୁନିଗୁଡା,୨୪।୨(ଡି.ଏନ୍‌.ଏ.) ରାସ୍ତା ଖରାପ ଥିବାରୁ ଗାଁକୁ ଯାଇ ପାରିଲାନି ଆମ୍ବୁଲାନ୍ସ। ଫଳରେ ରୋଗୀଙ୍କୁ ପରିବାର ଲୋକେ ୨ କି.ମି. ଦୂରରେ ଥିବା ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଖଟିଆରେ ବୋହି ଆଣିଥିଲେ। ଏପରି ଘଟଣା ରାୟଗଡ଼ା ଜିଲା ମୁନିଗୁଡା ବ୍ଲକ ଜଗଦଳପୁର ପଞ୍ଚାୟତ ହାତିଚାଞ୍ଚଡା ଗାଁରେ ଦେଖିବାକୁ ମିଳିଛି। ବୁଧବାର ସନ୍ଧ୍ୟାରେ ହାତିଚାଞ୍ଚଡା ଗାଁରେ ରାଜେସ ଜାକେସିକା(୬) ଖେଳିବା ସମୟରେ ପଡି ଯିବାରୁ ତାଙ୍କର ପେଟ ଓ ପିଠିରେ ଗଭୀର ଆଘାତ ଲାଗିଥିଲା। ତୁରନ୍ତ ତାଙ୍କୁ ଡାକ୍ତରଖାନା ଆଣିବା ପାଇଁ ଗ୍ରାମବାସୀ ୧୦୮ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ। କିନ୍ତୁ ଗାଁ ଆଗରୁ ପଡୁଥିବା ଏକ କଲଭର୍ଟ କାମ ଦୀର୍ଘ ବର୍ଷ ଧରି ସରି ନ ଥିବାରୁ ଆମ୍ବୁଲାନ୍ସଟି ଗାଁକୁ ଯାଇପାରି ନଥିଲା। ଗ୍ରାମବାସୀ ଓ ଆମ୍ବୁଲାନ୍ସ କର୍ମଚାରୀ ମନୋରଞ୍ଜନ କର ମିଶି ରାଜେଶଙ୍କୁ ଖଟିଆରେ ବୋହି ଆଣିଥିଲେ। ତାଙ୍କୁ ମୁନିଗୁଡା ଡାକ୍ତରଖାନାକୁ ଅଣାଯାଇଥିଲା ଗୁରୁତର ଥିବାରୁ ରାଜେଶଙ୍କୁ ବିଷମକଟକ ଖ୍ରୀଷ୍ଟ୍ରିୟାନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାସ୍ତା କାମ ଶୀଘ୍ର ସାରିବାକୁ ଗ୍ରାମବାସୀ ଦାବି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri