ଭଞ୍ଜନଗର ମେଡିକାଲରେ ରୋଗୀ-ଗାର୍ଡ ଧସ୍ତାଧସ୍ତି, ପ୍ରତିବାଦରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଭଞ୍ଜନଗର,୧୧ା୮(ବାବୁଲା ପ୍ରଧାନ): ଦୁଇ ଦିନ ପୂର୍ବେ ଗଞ୍ଜାମ ଜିଲା ଭଞ୍ଜନଗର ମେଡିକାଲକୁ ଦୁଇଟି କ୍ଷେତ୍ରରେ ଉଲ୍ଲେଖନୀୟ ସାସ୍ଥ୍ୟସେବା ପାଇଁ ରାଜ୍ୟସ୍ତରରେ ଦୁଇଟି ପୁରସ୍କାର ମିଳିଥିଲା। ଯାହାକୁ ନେଇ ଅଞ୍ଚଳବାସୀ ଖୁସି ବ୍ୟକ୍ତ କରିଥିଲେ। କିନ୍ତୁ ରବିବାର ମେଡିକାଲର ସୁନାମରେ କିଛିଟା ଦାଗ ଦେଖାଦେଇଛି। ମେଡିକାଲରେ ରୋଗୀ ଓ ସିକ୍ୟୁରିଟି ଗାର୍ଡ ମଧ୍ୟରେ ଧସ୍ତାଧସ୍ତି ହୋଇଥିବା ଭିଡିଓ ଭାଇରାଲ ହୋଇଛି। ଏହାପରେ କଥା ଯାଇ ଥାନାରେ ପହଞ୍ଚିଛି। ପୋଲିସ ଦୁଇଟି ଏତଲା ଗ୍ରହଣ କରି ଘଟଣାର ତଦନ୍ତ ଚଳାଇଛି।

ଅପରପକ୍ଷେ ରୋଗୀଙ୍କ ସମ୍ପର୍କୀୟ ଡାକ୍ତରଙ୍କୁ ଦୁର୍ବବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗ କରି ଡାକ୍ତରମାନେ ୧ ଘଣ୍ଟା ଆଉଟ ଡୋର ରୋଗୀ ସେବା ବନ୍ଦ କରିଥିଲେ। ଏହାପରେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ହସ୍ତକ୍ଷେପ ପରେ ରୋଗୀ ସେବା ସ୍ବାଭାବିକ ହୋଇଥିଲା। ଅପରପକ୍ଷେ ରୋଗୀ ଏବଂ ତାଙ୍କ ସମ୍ପର୍କୀୟଙ୍କୁ ଡାକ୍ତର ଏବଂ ଗାର୍ଡମାନେ ମଧ୍ୟ ଦୁର୍ବ୍ୟବହାର ଦେଖାଇଥିବା ଅଭିଯୋଗ ହୋଇଛି। ଏନେଇ ସେମାନେ ଥାନାରେ ଅଭିଯୋଗ କରିଛନ୍ତି। ଏହି ଘଟଣା ସହରରେ ଚର୍ଚ୍ଚାର ବିଷୟ ପାଲଟିଛି।

ଘଟଣାରୁ ପ୍ରକାଶ ଯେ, ଜିଲୁଣ୍ଡିର ଜଣେ ରୋଗୀ ତାଙ୍କର ପୁଅକୁ ଧରି ମେଡିକାଲକୁ ଚିକିତ୍ସା ପାଇଁ ଯାଇଥିଲେ। ସେମାନେ ଧାଡ଼ିରେ ଠିଆ ହୋଇଥିଲେ। ଏହି ସମୟରେ ଅନ୍ୟ ଜଣେ ରୋଗୀ ଆଗୁଆ ଦେଖାଇବାକୁ ନେଇ ବିବାଦ ଦେଖାଦେଇଥିଲା। ପରବର୍ତ୍ତୀ ପର୍ଯ୍ୟାୟରେ ତାହା ଧସ୍ତାଧସ୍ତି ପର୍ଯ୍ୟନ୍ତ ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ସୋନିଆଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଲା ବଡ଼ ଅପଡେଟ, ଆଣ୍ଟିବାୟୋଟିକରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୋନିଆ ଗାନ୍ଧୀ…

ପ୍ରଧାନମନ୍ତ୍ରୀ ମୋଦି, ନିର୍ବାଚନ କମିଶନଙ୍କ AI ଭିଡିଓ ଭାଇରାଲ, X ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୬।୩: କେରଳ ପୋଲିସର ସାଇବର ଶାଖା ସୋସିଆଲ ମିଡିଆ ପ୍ଲାଟଫର୍ମ X ଏବଂ ଏହାର ଏକ ହ୍ୟାଣ୍ଡେଲ ବିରୋଧରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ହୋଇଛି…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri