ରୋଗୀ ସେବା କରୁଛନ୍ତି ସୁରକ୍ଷାକର୍ମୀ, ଭିଡିଓ ଭାଇରାଲ ପରେ ତଦନ୍ତ ନିର୍ଦ୍ଦେଶ

ହିଞ୍ଜିଳିକାଟୁ,୧୯ା୮(ଡି.ଏନ୍‌.ଏ.): ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ପାଇଁ ୮୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ କୋଠା, ଡାକ୍ତରଖାନାକୁ କାଟାଗୋରୀ-୨ ଉପଖଣ୍ଡ ଚିକିତ୍ସାଳୟର ମାନ୍ୟତା, ରୋଗୀ ସେବାରେ ସୁଧାର ଆଣିବା ଲାଗି ଡାକ୍ତର,ନର୍ସ ଓ କର୍ମଚାରୀଙ୍କ ସଂଖ୍ୟା ବୃଦ୍ଧି ସତ୍ତ୍ୱେ ହିଞ୍ଜିଳିକାଟୁ ଡାକ୍ତରଖାନାରେ ରୋଗୀସେବାରେ ଚରମ ଅବହେଳା ଅଭିଯୋଗ ହୋଇଛି। ଡାକ୍ତର,ନର୍ସ ଓ ସ୍ବାସ୍ଥ୍ୟକର୍ମୀଙ୍କ ରୋଗୀସେବା ବଦଳରେ ଗ୍ରୁପ -୪ ସୁରକ୍ଷାକର୍ମୀଙ୍କ ଦ୍ବାରା ରୋଗୀସେବାର ଏକ ଭିଡିଓ  ୨ଦିନ ଧରି ସୋସିଆଲ ମିଡିଆରେ ଭାଇରାଲ ପରେ ଅସଲି ସ୍ବାସ୍ଥ୍ୟସେବାର ଗୁମର ଫିଟିଛି। ବିଶେଷକରି ସନ୍ଧ୍ୟା ପରେ ହିଞ୍ଜିଳିକାଟୁ ଡାକ୍ତରଖାନାର ଏମିତି ପରିବେଶ ରୋଗୀ ଓ ସମ୍ପର୍କୀୟଙ୍କ ପାଇଁ ନାନା ଯନ୍ତ୍ରଣା ଆଣି ଦେଉଛି। କୌଣସି ଡାକ୍ତର ତ ଦୂରର କଥା ନର୍ସ, ସ୍ବାସ୍ଥ୍ୟକର୍ମୀଙ୍କ ବି ଦେଖା ମିଳୁନାହିଁ। ଦୂର ଦୂରଦୂରାନ୍ତରୁ ଆସୁଥିବା ରୋଗୀ ବେଡ଼ରେ ପଡି ଛଟପଟ ହେଉଥିବା ବେଳେ ମେଡିକାଲରେ ନିୟୋଜିତ ସୁରକ୍ଷାକର୍ମୀଙ୍କ ଦ୍ବାରା ଚିକିତ୍ସା ହେଉଛି। ଯାହାର ଦୃଶ୍ୟ ଏବେ ସାମାଜିକ ଗଣମାଧ୍ୟମରେ ଖୁବ ଭାଇରାଲ ହେବାରେ ଲାଗିଛି। ସ୍ବାସ୍ଥ୍ୟସେବାର ଗୁମର ପଦାରେ ପଡ଼ିବା ପରେ ଗଞ୍ଜାମ ସିଡିଏମ୍‌ଓ ଗୁରୁବାର ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଆର୍‌ଏମ୍‌ସି ପରିସରରେ ନବନିର୍ମିତ ଡାକ୍ତରଖାନା କୋଠାରେ ରୋଗୀ ସେବା ଆରମ୍ଭ ହୋଇଥିଲା ଗତ ଫେବୃଆରୀ ମାସରେ। ସେଠାରେ ଡାକ୍ତର ଓ କର୍ମଚାରୀଙ୍କ ପାଇଁ କ୍ୱାର୍ଟର ରହିଛି। ତେବେ ଏ ପର୍ଯ୍ୟନ୍ତ ମାତ୍ର ଜଣେ ଡାକ୍ତର, ଫାର୍ମାସିଷ୍ଟ ବ୍ୟତୀତ ଅନ୍ୟ କେହି ଏଠାରେ ରହୁନାହାନ୍ତି। ଡାକ୍ତରମାନେ ବ୍ରହ୍ମପୁର ଠାରେ ରହିବା ସହ ପାଳି କରି ଏଠାକୁ ଆସୁଛନ୍ତି। କିଛି ଡାକ୍ତର ବିଭିନ୍ନ ଅଞ୍ଚଳ ବୁଲି ଘରୋଇ ଚିକିତ୍ସାରେ ବ୍ୟସ୍ତ ରହୁଛନ୍ତି। ଫଳରେ ଗ୍ରୁପ୍‌-୪ ସୁରକ୍ଷାକର୍ମୀ ସ୍ବାସ୍ଥ୍ୟସେବା ଯୋଗାଇ ରୋଗୀଙ୍କଠାରୁ ଅର୍ଥ ଆଦାୟ କରୁଥିବା ଅଭିଯୋଗ ହେଉଛି।

ଟଙ୍କାଛାଇ ଅଞ୍ଚଳର ଜଣେ ରୋଗୀ କିଛିଦିନ ତଳେ ଚିକିତ୍ସା ନିମନ୍ତେ ହିଞ୍ଜିଳିକାଟୁ ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ହଠାତ୍‌ ଅସୁସ୍ଥତା ଅନୁଭବ କରିବାରୁ ସେଠାରେ ଉପସ୍ଥିତ ସୁରକ୍ଷାକର୍ମୀ ବ୍ଲଡ଼ ପ୍ରେସର ମେଶିନ ସାହାଯ୍ୟରେ ସ୍ବାସ୍ଥ୍ୟ ଯାଞ୍ଚ କରିଥିଲେ। ଏହା ଦେଖି ସେଠାରେ ଉପସ୍ଥିତ ରୋଗୀଙ୍କ ସମ୍ପର୍କୀୟ ଏହାର ଭିଡିଓ ଉତ୍ତୋଳନ କରିବା ସହ ମେଡିକାଲର ଦୁରାବସ୍ଥା ସମ୍ବନ୍ଧରେ ଗୁମର ଖୋଲିଛନ୍ତି। ଏହାର ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?