ରୋଗୀ ପାଉନାହାନ୍ତି ମାଗଣା ଔଷଧ

କଳିଙ୍ଗନଗର,୨୬ା୬(ଶୁଭାଶିଷ ରାଉତ): ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦାନଗଦି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ବୋର୍ଡ ଲଗାଯାଇଛି। ଏଥିରେ ଲେଖା ଅଛି ଔଷଧ ଖର୍ଚ୍ଚର ନାହିଁ ଭୟ, ଆମେ ସାଥେ ଅଛି ନିରାମୟ। ଏଭଳି ଏକ ବୋର୍ଡମାରି ବିଭାଗ ଲୋକଙ୍କୁ ଭୂଆଁ ବୁଲାଇ ଚାଲିଥିବା ଅଭିଯୋଗ ହୋଇଛି। କାରଣ ନିରାମୟରେ ମାଗଣାରେ ୨୪/୭ ଘଣ୍ଟିଆ ଔଷଧ ଯୋଗାଇ ଦେବାକୁ ବ୍ୟବସ୍ଥା ଥିଲେ ମଧ୍ୟ ଏଠାରେ ରୋଗୀ ପାଉନାହାନ୍ତି ମାଗଣା ଔଷଧ। ଏଠାରେ ୨୪ ଘଣ୍ଟା ନିରାମୟ ଔଷଧ କେନ୍ଦ୍ର ଖୋଲା ରହିବା ପରିବର୍ତ୍ତେ ମାତ୍ର ୬ ଘଣ୍ଟା ଖୋଲାଯାଉଛି, ଯାହାକି ସକାଳ ୮ରୁ ୧୨ ଓ ଅପରାହ୍ନରେ ୪ରୁ ୬ ଘଟିକା। ଏହି ସମୟରେ ଆଉଟଡୋରରେ ବସୁଥିବା ଡାକ୍ତରମାନେ ଯାହା ଔଷଧ ଲେଖୁଛନ୍ତି ତାହା ମଧ୍ୟ ଉପଲବ୍ଧ ଠିକ ଭାବେ ହେଉନାହିଁ। ଚିଠା ଦେଖି ରୋଗୀଙ୍କୁ ଔଷଧ ବିତରଣ କରିବା ପାଇଁ ଦାୟିତ୍ୱରେ ଥିବା ଜଣେ ମାତ୍ର ଫାର୍ମାସିଷ୍ଟ ଭିଡ ଯୋଗୁ ରୋଗୀଙ୍କୁ ଠିକ ଭାବେ ଔଷଧ ଯୋଗାଇ ଦେଉନାହାନ୍ତି। ଫଳରେ ରୋଗୀ ବାହାରୁ ଔଷଧ କିଣିବାକୁ ବାଧ୍ୟ ହେଉଛନ୍ତି। ଏହି ଡାକ୍ତରଖାନାଟି ଶିଳ୍ପାଞ୍ଚଳର ମୁଖ୍ୟ ଡାକ୍ତରଖାନା ହୋଇଥିବାରୁ ଏଠାକୁ ଦୈନିକ ବହୁ ଦୁର୍ଘଟଣା ଜନିତ ଅପରିଚିତ ରୋଗୀ ଆସିଥାନ୍ତି। ହେଲେ ସେମାନଙ୍କ ଚିକିତ୍ସା ପାଇଁ ଆବଶ୍ୟକ ଔଷଧ ଡାକ୍ତରଖାନାରୁ ନ ମିଳିବା ଫଳରେ ବହୁ ଅସୁବିଧା ହେଉଛି। ଏ ସମ୍ପର୍କରେ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡା. ଜ୍ୟୋତିରଞ୍ଜନ ମହାପାତ୍ରଙ୍କୁ ପଚାରିବାରୁ ସେ କହିଛନ୍ତି, ନିରାମୟ ଔଷଧ ୨୪ ଘଣ୍ଟିଆ ଯୋଗାଇବାକୁ ହେଲେ ଆଉ ୩ ଫାର୍ମାସିଷ୍ଟଙ୍କ ଆବଶ୍ୟକ ହେଉଛି। ଏବେ ମାତ୍ର ୨ ଫାର୍ମାସିଷ୍ଟ ଅଛନ୍ତି। ଜଣେ ନିରାମୟ କାଉଣ୍ଟରରେ ବସୁଛନ୍ତି, ଆଉ ଜଣେ ଷ୍ଟୋରରେ। ମୁଁ ଚିଠି ଲେଖି ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଜଣାଇଛି। ଖୁବ୍‌ଶୀଘ୍ର ଏହାର ସମାଧାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri