ରୋଗୀଙ୍କୁ ୫କି.ମି.ଖଟିଆରେ ବୋହି ନଦୀପାର

ଚନ୍ଦାହାଣ୍ଡି, ୧୩।୮(ଡି.ଏନ୍‌.ଏ.): ରାସ୍ତା ନଖିବାରୁ ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ପଟଖଲିଆ ପଞ୍ଚାୟତ ଗୌରଝରିଆ ଗ୍ରାମର ଜଣେ ରୋଗୀଙ୍କୁ ୫ କି.ମି. ବୋହିବା ସହ ନଦୀ ପାର କରାଇ ଆମ୍ବୁଲାନ୍ସ ପାଖକୁ ଆଣିଛନ୍ତି ପରିବାର ଓ ଗ୍ରାମବାସୀ। ଏହି ଘଟଣାକୁ ବିିଭନ୍ନ ମହଲରେ ନିନ୍ଦା କରାଯାଇଛି। ଏଦିଗରେ ଜିଳା ପ୍ରଶାସନ ତୁରନ୍ତ ଦୃଷ୍ଟି ଦେଇ ପଦକ୍ଷେପ ନେବାକୁ ଦାବି ହୋଇଛି।
ସୂଚନାନୁଯାୟୀ, ଗୌରଝରିଆ ଗ୍ରାମର ଧନୁ ପୋଟାଙ୍କ ସ୍ତ୍ରୀ ଲଳିତା (୩୫) ଙ୍କୁ ଜ୍ୱର ହୋଇଥିଲା। ସେ ଅଧିକ ଗୁରୁତର ହେବାରୁ ପରିବାର ଲୋକେ ଚିକିତ୍ସା ପାଇଁ ଡାକ୍ତରଖାନା ନେବାକୁ ୧୦୮ ଆମ୍ବୁଲାନକୁ ଫୋନ କରିଥିଲେ। ଗାଁକୁ ଯିବା ବାଟରେ ନଦୀ ପଡିବା ସହ କାଦୁଅ ପଚପଚ ରାସ୍ତା ଯୋଗୁ ଆମ୍ଭୁଲାନ୍ସ ନଦୀ ଆପଟେ ଅଟକି ରହିଥିଲା। ପରିବାର ଲୋକେ ଏକ ଖଟିଆରେ କାଦୁଅ ପଚ ପଚ ରାସ୍ତାରେ୫ କିମି ବୋହିବା ସହ ଆଣ୍ଠୁଏ ପାଣ ରେ ନଦୀ ପାର କରି ଆମ୍ବୁଲାନ୍ସ ପାଖରେ ପହଞ୍ଚତ୍ ଥିଲେ। ସେଠାରୁ ଲଳିତାଙ୍କୁ ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଚିକତ୍ସାପରେ ଲଳିତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିରଥିବା ଡାକ୍ତର ପୀର ପ୍ରସାଦ ଶତପଥୀ କହିଛନ୍ତି। ଗୋରଝରିଆ ଗ୍ରାମକୁ ସଂଯୋଗ କରୁଥିବା ନଦୀରେ ପୋଲ ଓ ପକ୍କାରାସ୍ତା ନିର୍ମାଣ ପାଇଁ ବାରମ୍ବାର ଏମ୍‌ପି ରମେଶ ମାଝି ଓ ବିଧାୟକ ପ୍ରକାଶ ମାଝିଙ୍କୁ କହିବବା ସତ୍ତ୍ୱେ ସେମାନେ ଗୁରୁତ୍ୱ ଦେଉ ନ ଥିବା ପାଟଖଲିଆ ସମିତି ସଭ୍ୟା ଅନୁପମା ଧୁରୁଆ କହିଛନ୍ତି। ତୁରନ୍ତ ଜିଲା ପ୍ରଶାସନ ଏ ଦିଗରେ ଦୃଷ୍ଟି ଦେଇ ପଦକ୍ଷେପ ନେବାକୁ ସେ ଦାବ କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ

ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି...

ପୈତୃକ ଗାଁରୁ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରଦୀପ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ଆସନ ପାଇଁ ଭାଜପା ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି। ବରଗଡ଼ ଲୋକସଭା କ୍ଷେତ୍ର ଅଧୀନ ବିଜେପୁର ନିର୍ବାଚନ ମଣ୍ଡଳି ପୈତୃକ...

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri