ଭୁଲ୍‌ ଇଞ୍ଜେକଶନ ପାଇଁ ଚାଲିଗଲା ରୋଗୀଙ୍କ ଜୀବନ: ୫୯ ନଂ. ଜାତୀୟ ରାଜପଥ ଅବରୋଧ

ଫୁଲବାଣୀ ଅଫିସ,୫।୧୧: ରୋଗୀଙ୍କ ମୃତ୍ୟୁକୁ ନେଇ କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଉତ୍ତେଜନା ଦେଖାଯାଇଛି। ଭୁଲ୍‌ ଇଞ୍ଜେକଶନ ଦେବା ଯୋଗୁ ରୋଗୀଙ୍କ ମୃତ୍ୟୁ ଘଟିଥିବା ସମ୍ପର୍କୀୟ ଅଭିଯୋଗ କରିଛନ୍ତି। ସଲାଗୁଡ଼ା ତେଲେପଙ୍ଗା ଗ୍ରାମର ରବୀଚନ୍ଦ୍ର ଦିଗାଲଙ୍କ ଗୋଡ଼ ବଥା ସହ ଜ୍ବର ହେଉଥିଲା । ତାଙ୍କୁ ସମ୍ପର୍କୀୟ ଲୋକେ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। କିଛି ସମୟ ପରେ ରବୀଚନ୍ଦ୍ରଙ୍କ ମୃତ୍ୟୁ ଘଟିଥିଲା । ପରେ ଡାକ୍ତରଖାନା ପରିସରରେ ତାଙ୍କ ପରିବାର ଓ ସ୍ଥାନୀୟ ଲୋକେ ଉତ୍ତେଜନା ସୃଷ୍ଟି କରିଛନ୍ତି । ଘଟଣାସ୍ଥଳରେ ବାଲିଗୁଡ଼ା ଏସ୍‌ଡିପିଓ ମନୋଜ ପୂଜାରୀ, ଥାନା ଅଧିକାରୀ ବାବାଶଙ୍କର ସରାଫଙ୍କ ସମେତ ଅନ୍ୟ ପୋଲିସ କର୍ମଚାରୀ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ସହ ତଦନ୍ତ ଆରମ୍ଭ କରିଛନ୍ତି । ଏହି ଘଟଣାକୁ ନେଇ ଲୋକେ ଜାତୀୟ ରାଜପଥ ୫୯କୁ ଅବରୋଧ କରିଛନ୍ତି । ମୃତକ ପରିବାର ଉପଯୁକ୍ତ କ୍ଷତି ପୂରଣ ଦାବି ଓ ଡାକ୍ତରଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠନ ନିମନ୍ତେ ବାଲିଗୁଡ଼ା ଉପଖଣ୍ଡ ସ୍ବାସ୍ଥ୍ୟ କେନ୍ଦ୍ର ସମ୍ମୁଖରେ ଧାରଣାରେ ବସିଛନ୍ତି । ଉପଯୁକ୍ତ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ସେମାନେ କହିଥିଲେ। ଘଟଣା ସ୍ଥଳରେ ବାଲିଗୁଡ଼ା ଉପଖଣ୍ଡ ଅଧିକାରୀ ମନୋଜ ପୂଜାରୀ ଓ ବାଲିଗୁଡ଼ା ତହସିଲଦାର ଶଶାଙ୍କ ପାତ୍ର ଘଟଣା ସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri