ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ ଯୁବକ ରୋଗୀ ଓ ତାଙ୍କ ପରିଜନ ମାନଙ୍କଠାରୁ ଚୋରୁ କରିବା ସହ ବିଭିନ୍ନ ସମୟରେ ମୋବାଇଲ ଫୋନ ଓ ଟଙ୍କା ପଇସା ଲୁଟ୍ କରୁଥିବା ନେଇ ଅଭିଯୋଗ ହୋଇଛି ।

ରବିବାର ହସ୍ପିଟାଲ ପରିସରରୁ ମୋବାଇଲ ଚୋରି କରୁଥିବା ବେଳେ ଜଣେ ଲୋକଙ୍କ ହାବୁଡ଼ରେ ପଡ଼ିଥିଲେ। ସମ୍ପୃକ୍ତ ଚୋରକୁ ଲୋକେ ଧରିବା ପରେ ହାତବାନ୍ଧି ଉତ୍ତମ ମାଡ଼ ମାରିଥିଲେ । ଖବର ପାଇ ପୋଲିସ ଘଟଣlସ୍ଥଳରେ ପହଞ୍ଚି ସମ୍ପୃକ୍ତ ଯୁବକଙ୍କୁ ଉଦ୍ଧାର କରିଥିଲା । ସୂଚନା ଅନୁଯାୟୀ ଭୀମଭୋଇ ମେଡିକାଲ କଲେଜ ଓ ହସପିଟାଲର ସ୍ତ୍ରୀ ପ୍ରସ୍ତୁତି ଵିଭାଗରେ ଜଣେ ରୋଗୀ ତାଙ୍କ ମୋବାଇଲକୁ ଚାର୍ଜରେ ବସାଇଥିବା ବେଳେ ଜଣେ ଚୋର ଚୋରି କରୁବାକୁ ଚେଷ୍ଟା କରିଥିଲା । ଏହି ସମୟରେ ସେ ଲୋକଙ୍କ ହାବୁଡରେ ପଡିଯାଇଥିଲା । ଘଟଣା ସ୍ଥଳରେ ଲକ୍ଷ୍ମୀ ଜୋର୍ ଥାନା ପୋଲିସ ପହଞ୍ଚି ମୋବାଇଲ ଚୋରକୁ ଉଦ୍ଧାର କରି ପୋଲିସ ଫାଣ୍ଡିକୁ ଆଣିଥିଲା । ସମ୍ପୃକ୍ତ ଯୁବକ ଜଣକ ହେଲେ ପ୍ରକାଶ ଭୋଇ ( ୨୭) । ଲକ୍ଷ୍ମୀ ଜୋର୍ ଥାନା ଅନ୍ତର୍ଗତ ରାଜେନ୍ଦ୍ର ପଡାର ବୋଲି ପୋଲିସ ପକ୍ଷରୁ ପଚାରାଉଚରା ବେଳେ ଜଣାପଡିଛି  । ତେବେ ଯୁବକଙ୍କୁ ପଚରାଉଚରା ଜାରି ରଖିଛି ପୋଲିସ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri