ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ଯନ୍ତ୍ରଣା, ବାରଣ୍ଡା-ଚଟାଣରେ ଚାଲିଛି ସେବା: ନାହିଁ ନାହିଁରେ ଚାଲିଛି ସ୍ୱାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନେ ଯନ୍ତ୍ରଣା ଭୋଗୁଥିବା ଅଭିଯୋଗ ହୋଇଛି। ଯେଉଁଠି ସ୍ୱାସ୍ଥ୍ୟ ସମସ୍ୟା ନେଇ ରୋଗୀମାନେ ଉତ୍ତମ ଚିକିତ୍ସା ଆଶାରେ ପହଞ୍ଚନ୍ତି, ସେଠାରେ ଚିକିତ୍ସା ମିଳୁଥିଲେ ମଧ୍ୟ ଶଯ୍ୟା ଅଭାବରୁ ରୋଗୀଙ୍କୁ କଷ୍ଟ ଭୋଗିବାକୁ ପଡ଼ୁଥିବା ଅଭିଯୋଗ ହୋଇଛି।

କନ୍ଧମାଳ ଜିଲାର ଏକ ବୃହତ୍‌ ବ୍ଲକ ଭାବେ ଦାରିଙ୍ଗବାଡ଼ି ବ୍ଲକ ପରିଚିତ। ଏହି ବ୍ଲକର ୨୫ଟି ପଞ୍ଚାୟତର ଲକ୍ଷାଧିକ ଲୋକ ଗୋଟିଏ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭରଶୀଳ। ତେବେ ଦୀର୍ଘବର୍ଷ ହେଲା ସ୍ୱାସ୍ଥ୍ୟକେନ୍ଦ୍ରର ଅନ୍ତଃବିଭାଗରେ ମାତ୍ର ୧୬ଟି ରୋଗୀ ଶଯ୍ୟା ରହିଛି। ଫଳରେ ଏହାଠାରୁ ଅଧିକ ରୋଗୀ ଭର୍ତ୍ତି ହେଲେ, ଶଯ୍ୟା ଅଭାବରୁ କେତେକ ରୋଗୀଙ୍କୁ ଚଟାଣ ଓ ବାରଣ୍ଡାରେ ଶୁଆଇ ଚିକିତ୍ସା କରାଯାଉଥିବା ଅଭିଯୋଗ ହୋଇଛି। ଗୁରୁତର ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ଡାକ୍ତର ପରାମର୍ଶ ଦେଉଥିବା ମଧ୍ୟ କୁହାଯାଇଛି।

ରୋଗୀଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଶଯ୍ୟା ସଂଖ୍ୟା ବୃଦ୍ଧି କରିବାକୁ ଅଞ୍ଚଳବାସୀ ବାରମ୍ବାର ଦାବି କରିଆସୁଛନ୍ତି। ତେବେ ପ୍ରତିଶ୍ରୁତି ମିଳୁଥିଲେ ମଧ୍ୟ ନିର୍ବାଚନ ପରେ ତାହା ପାଳନ କରାଯାଉନାହିଁ ବୋଲି ଦାରିଙ୍ଗବାଡ଼ି ଅଞ୍ଚଳର ଯୁବ ସମାଜସେବୀ ଅକ୍ଷୟ ପରିଛା ଅଭିଯୋଗ କରିଛନ୍ତି।

କେବଳ ରୋଗୀ ଶଯ୍ୟା ନୁହେଁ, ସ୍ୱାସ୍ଥ୍ୟକେନ୍ଦ୍ରରେ ବିଭିନ୍ନ ବିଭାଗର ବିଶେଷଜ୍ଞ ଡାକ୍ତର ନଥିବାରୁ ଅନେକ ସମୟରେ ପ୍ରସୂତି ମହିଳା, ଶିଶୁ ଓ ଅନ୍ୟାନ୍ୟ ରୋଗୀ ଉପଯୁକ୍ତ ଚିକିତ୍ସା ପାଇପାରୁ ନ ଥିବାରୁ ଅକାଳରେ ଜୀବନ ହରାଉଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଦାରିଙ୍ଗବାଡ଼ିରେ ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞଙ୍କ ସମେତ ଶିଶୁ ବିଶେଷଜ୍ଞ ଡାକ୍ତର ନିଯୁକ୍ତି ଦେବାକୁ ମଧ୍ୟ ଦାବି ହୋଇଛି।

ସେହିପରି ଅଲଟ୍ରାସାଉଣ୍ଡ ବ୍ୟବସ୍ଥା କରିବା ସହ ଚିକିତ୍ସା କ୍ଷେତ୍ରରେ ଉନ୍ନତି ପାଇଁ ଆବଶ୍ୟକ ଅତ୍ୟାଧୁନିକ ଯନ୍ତ୍ରପାତି, ଷ୍ଟାଫ୍‌ ନର୍ସ ଓ ଅନ୍ୟାନ୍ୟ କର୍ମଚାରୀ ପଦବୀ ପୂରଣ ଏବଂ ବୃଦ୍ଧି କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।

ଦୁର୍ଗମ ପାହାଡ଼ିଆ ଅଞ୍ଚଳ ହୋଇଥିବାରୁ ଦୂରଦୂରାନ୍ତରୁ ଅନେକ ରୋଗୀ ପ୍ରତିଦିନ ଚିକିତ୍ସା ପାଇଁ ଏହି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆସନ୍ତି। ତେବେ ସ୍ୱାସ୍ଥ୍ୟକେନ୍ଦ୍ରଟି ବିଭିନ୍ନ ଅଭାବ ଓ ସମସ୍ୟା ମଧ୍ୟରେ ଚାଲିଥିବାରୁ ରୋଗୀଙ୍କୁ ଉତ୍ତମ ସେବା ମିଳିବା କଷ୍ଟକର ହୋଇପଡ଼ୁଛି। ବାରଣ୍ଡା ଓ ଚଟାଣରେ ରୋଗୀଙ୍କୁ ଶୁଆଇ ଚିକିତ୍ସା କରାଯାଉଥିବା ଘଟଣାରୁ ଏହା ସ୍ପଷ୍ଟ ହେଉଛି ବୋଲି ଲୋକେ ଅଭିଯୋଗ କରିଛନ୍ତି।

ଦାରିଙ୍ଗବାଡ଼ି ଅଞ୍ଚଳର ଜନସାଧାରଣଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଉପରୋକ୍ତ ସମସ୍ୟାଗୁଡ଼ିକ ପ୍ରତି ଜିଲା ପ୍ରଶାସନ ତୁରନ୍ତ ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ନେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ଆଗାମୀ ଦିନରେ ରୋଗୀଙ୍କୁ ଖଟ ଓ ଶଯ୍ୟାରେ ଶୁଆଇ ଚିକିତ୍ସା କରାଯିବାକୁ ମଧ୍ୟ ଦାବି ହୋଇଛି।

ଏନେଇ ସ୍ୱାସ୍ଥ୍ୟକେନ୍ଦ୍ରର ଇନ୍‌ଚାର୍ଜ ଡାକ୍ତର ସ୍ୱାଗତ ସେନାପତିଙ୍କ ପ୍ରତିକ୍ରିୟା ନିଆଯିବାରୁ ସେ କହିଛନ୍ତି, ସ୍ୱାସ୍ଥ୍ୟକେନ୍ଦ୍ରରେ ପୂର୍ବରୁ ରୋଗୀଙ୍କ ପାଇଁ ୧୬ଟି ଏବଂ ଲେବର ରୁମ୍‌ରେ ୨ଟି ଶଯ୍ୟା ରହିଛି। ଅଧିକ ରୋଗୀ ଆସିବାରୁ ସେମାନଙ୍କୁ ବାରଣ୍ଡା ଓ ଚଟାଣରେ ଶୁଆଇ ଚିକିତ୍ସା କରାଯାଉଛି। ରୋଗୀଙ୍କୁ ଭର୍ତ୍ତି କରି ଚିକିତ୍ସା କରିବାକୁ ଆମେ ବାଧ୍ୟ। ସେମାନେ ଚଟାଣରେ ଶୋଇଥିବା ବେଳେ ଆମକୁ ମଧ୍ୟ ସେଠାରେ ବସି ସାଲାଇନ୍‌ ଓ ଇଞ୍ଜେକ୍ସନ୍‌ ଦେଇ ଚିକିତ୍ସା କରିବାକୁ ପଡ଼ୁଛି ବୋଲି ସେ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରର ୩ ରେସଲର୍‌, ରାଜ୍ୟସ୍ତରରେ ଦେଖାଇବେ ଦମ୍‌: ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାକୁ…

ପୁରୁଷୋତ୍ତମପୁର, ୧୩/୯ (ସବିତା ମିଶ୍ର): ଗଞ୍ଜାମ ଜିଲାସ୍ତରୀୟ ରେସଲିଂ କ୍ରୀଡ଼ା ପ୍ରତିଯୋଗିତାରେ ବାଳକ ଓ ବାଳିକା ବିଭାଗରେ ଉତ୍ତମ ଦକ୍ଷତା ପ୍ରଦର୍ଶନ କରି ଚାମ୍ପିୟନ ଆଖ୍ୟା ଅର୍ଜନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

ଗଣେଶ ପୂଜାରେ ସୃଷ୍ଟି ହେବ ବଡ଼ ରାଜଯୋଗ: ୪ ରାଶି ହେବେ ମାଲାମାଲ୍‌, ଚାକିରିରେ ମିଳିବ ବଡ଼ ଅଫର୍‌…

ହିନ୍ଦୁ ଧର୍ମରେ ଗଣେଶ ଚତୁର୍ଥୀ ପର୍ୱର ଏକ ସୱତନ୍ତ୍ର ମହତ୍ତ୍ୱ ରହିଛି। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଚଳିତ ବର୍ଷ ଗଣେଶ ଚତୁର୍ଥୀରେ ଅନେକ ଶୁଭ ଯୋଗ…

ସମ୍ବଲପୁରରେ ଏନ୍ କାଉଣ୍ଟର: କୁଖ୍ୟାତ ଅପରାଧୀ ଇରଫାନ ଆହତ, ଦୁଇ ସହଯୋଗୀ …

ସମ୍ବଲପୁର, ୧୩।୯ (ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅଞ୍ଚଳରେ ପୋଲିସ ଓ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁନାପାଲି ଅଞ୍ଚଳର କୁଖ୍ୟାତ…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?