ମୋବାଇଲ ଟର୍ଚ୍ଚରେ ରୋଗୀ ସେବା, ଡେରାବିଶ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ

ଡେରାବିଶ, ୧୪ା୨(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲାର ଡେରାବିଶ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଟି ୫୩ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବାରୁ ରୋଗୀଙ୍କ ପାଇଁ ଗୁରୁତ୍ୱ ବହନ କରୁଛି। ମାତ୍ର ସ୍ବାସ୍ଥ୍ୟକେନ୍ଦ୍ରରେ ଦିନକୁ ଦିନ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ସୋମବାର ରାତିରେ ରାଜପଥରେ ଏକ ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଚିକିତ୍ସା ଲାଗି ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ବିଦ୍ୟୁତ୍‌ ନ ଥିବାରୁ ସେମାନଙ୍କ ଚିକିତ୍ସା ମୋବାଇଲ ଟର୍ଚ୍ଚ ଲାଇଟ ସାହାଯ୍ୟରେ କରାଯାଇଥିଲା, ଯାହାକି ଜିଲାରେ ଆଲୋଡ଼ନ ସୃଷ୍ଟି କରିଛି।

ପଟ୍ଟାମୁଣ୍ଡାଇ ଅଞ୍ଚଳର ଜଣେ ବ୍ୟକ୍ତି ଜାତୀୟ ରାଜପଥରେ ଦୁର୍ଘଟଣାଗ୍ରସ୍ତ ହୋଇ ୧୦୮ ଆମ୍ବୁଲାନ୍ସ ଯୋଗେ ଡେରାବିଶ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସିଥିଲେ। ବିଦ୍ୟୁତ୍‌ କାଟ ଯୋଗୁ ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀ ସମ୍ପୃକ୍ତ ବ୍ୟକ୍ତି ଜଣକୁ ଟର୍ଚ୍ଚ ଆଲୁଅରେ ଚିକିତ୍ସା କରୁଥିବା ନେଇ ରୋଗୀଙ୍କ ସମ୍ପର୍କୀୟ ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ଏ ସମ୍ପର୍କରେ ସେବା ଯୋଗାଉଥିବା ସ୍ବାସ୍ଥ୍ୟକେନ୍ଦ୍ରର କର୍ମଚାରୀଙ୍କୁ ପଚାରିବାରୁ ସକାଳୁ ବିଦ୍ୟୁତ୍‌କାଟ କାଟ ଯୋଗୁ ଲାଇନ ନ ଥିବା ସେ କହିଥିଲେ। ଏ ସଂକ୍ରାନ୍ତରେ ସ୍ବାସ୍ଥ୍ୟକେନ୍ଦ୍ରର ଅଧିକାରୀ ଡା. ଚିତ୍ତରଞ୍ଜନ ବେହେରାଙ୍କୁ ବାରମ୍ବାର ଯୋଗାଯୋଗ କରିବାକୁ ଚେଷ୍ଟା କରାଯାଇଥିଲେ ମଧ୍ୟ ତାହା ସମ୍ଭବପର ହୋଇ ପାରି ନ ଥିଲା।

ତେବେ ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସଚ୍ଚିଦାନନ୍ଦ ମିଶ୍ରଙ୍କୁ ପଚାରିବାରୁ ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଡିଜି ନ ଥିବା ବେଳେ ଭଡ଼ାରେ ଆଣି ଜରୁରିକାଳୀନ ସେବା କରିବାକୁ ସମ୍ପୃକ୍ତ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀଙ୍କୁ କୁହାଯାଇଥିଲା। ମାତ୍ର ଡିଜି ପରିବର୍ତ୍ତେ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଥିବା ଇନ୍‌ଭରଟର ଯୋଗେ ରାତିରେ ପ୍ରାଥମିକ ଚିକିତ୍ସା କରାଯାଇଥିବା ଡା. ମିଶ୍ର କହିଥିଲେ। ତେବେ ଏଭଳି ଘଟଣା ବିଷୟରେ ଅଧିକ ତଦନ୍ତ ଜାରି ରହିଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅନିତା ପଟ୍ଟନାୟକ କହିଛନ୍ତି।

ସୂଚନା ଅନୁଯାୟୀ ଛତା ବିଦ୍ୟୁତ୍‌ ସେକ୍ସନ ଅଧୀନରେ ଥିବା ଗ୍ରୀଡ଼ରେ ଏକ ଉଚ୍ଚଶକ୍ତି ସମ୍ପନ୍ନ ଟ୍ରାନ୍ସଫର୍ମର ବଦଳା ଯାଇଥିବାରୁ ସକାଳ ୮ଟାରୁ ବିଦ୍ୟୁତ୍‌ କଟାଯାଇଲା। ସୋମବାର ରାତି ଯାଏ ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ କରାଯାଇଥିବା କହୁଥିଲେ ମଧ୍ୟ ଛତା ବିଦ୍ୟୁତ୍‌ ବିଭାଗର ଖାମଖିଆଲି ପାଇଁ ବହୁ ସମୟରେ ବିଦ୍ୟୁତ୍‌ କାଟ ହେଉଥିବା ଚାଟରା ଗ୍ରାମର ଲକ୍ଷ୍ମୀକାନ୍ତ ମହାନ୍ତି କହିଛନ୍ତି। ସେହିପରି କେନ୍ଦ୍ରାପଡ଼ା ଜିଲା ଭାଜପା ସାଧାରଣ ସମ୍ପାଦକ ସରୋଜକାନ୍ତ ନାୟକ କହିଛନ୍ତି, ନାହିଁ ନାହିଁରେ ଚାଲିଥିବା ଡେରାବିଶ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବା। ଏଠାରେ ସ୍ବାସ୍ଥ୍ୟସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ନାମକୁମାତ୍ର ରୋଗୀକଲ୍ୟାଣ ସମିତି ରହିଛି। ସମିତିର ବୈଠକ କେବେ ଓ କେଉଁଦିନ ହୁଏ ତାହା କେବଳ ସ୍ବାସ୍ଥ୍ୟକେନ୍ଦ୍ରର ଅଧିକାରୀ ଜାଣନ୍ତି। ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ପାଇଁ ଡେରାବିଶ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ସାଧାରଣ ଲୋକ ମୁହଁ ଫେରାଇଲେଣି। ସୋମବାର ରାତି ଘଟଣାର ଏକ ଉଚ୍ଚସ୍ତରୀୟ ତଦନ୍ତ ପାଇଁ ଭାଜପା ନେତା ନାୟକ ଜିଲାପାଳଙ୍କ ନିକଟରେ ଦାବି କରିଛନ୍ତି।

ଫଟୋ


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri