ମୋବାଇଲ ଟର୍ଚ୍ଚରେ ରୋଗୀ ସେବା, ଡେରାବିଶ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ

ଡେରାବିଶ, ୧୪ା୨(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲାର ଡେରାବିଶ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଟି ୫୩ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବାରୁ ରୋଗୀଙ୍କ ପାଇଁ ଗୁରୁତ୍ୱ ବହନ କରୁଛି। ମାତ୍ର ସ୍ବାସ୍ଥ୍ୟକେନ୍ଦ୍ରରେ ଦିନକୁ ଦିନ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ସୋମବାର ରାତିରେ ରାଜପଥରେ ଏକ ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଚିକିତ୍ସା ଲାଗି ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ବିଦ୍ୟୁତ୍‌ ନ ଥିବାରୁ ସେମାନଙ୍କ ଚିକିତ୍ସା ମୋବାଇଲ ଟର୍ଚ୍ଚ ଲାଇଟ ସାହାଯ୍ୟରେ କରାଯାଇଥିଲା, ଯାହାକି ଜିଲାରେ ଆଲୋଡ଼ନ ସୃଷ୍ଟି କରିଛି।

ପଟ୍ଟାମୁଣ୍ଡାଇ ଅଞ୍ଚଳର ଜଣେ ବ୍ୟକ୍ତି ଜାତୀୟ ରାଜପଥରେ ଦୁର୍ଘଟଣାଗ୍ରସ୍ତ ହୋଇ ୧୦୮ ଆମ୍ବୁଲାନ୍ସ ଯୋଗେ ଡେରାବିଶ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସିଥିଲେ। ବିଦ୍ୟୁତ୍‌ କାଟ ଯୋଗୁ ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀ ସମ୍ପୃକ୍ତ ବ୍ୟକ୍ତି ଜଣକୁ ଟର୍ଚ୍ଚ ଆଲୁଅରେ ଚିକିତ୍ସା କରୁଥିବା ନେଇ ରୋଗୀଙ୍କ ସମ୍ପର୍କୀୟ ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ଏ ସମ୍ପର୍କରେ ସେବା ଯୋଗାଉଥିବା ସ୍ବାସ୍ଥ୍ୟକେନ୍ଦ୍ରର କର୍ମଚାରୀଙ୍କୁ ପଚାରିବାରୁ ସକାଳୁ ବିଦ୍ୟୁତ୍‌କାଟ କାଟ ଯୋଗୁ ଲାଇନ ନ ଥିବା ସେ କହିଥିଲେ। ଏ ସଂକ୍ରାନ୍ତରେ ସ୍ବାସ୍ଥ୍ୟକେନ୍ଦ୍ରର ଅଧିକାରୀ ଡା. ଚିତ୍ତରଞ୍ଜନ ବେହେରାଙ୍କୁ ବାରମ୍ବାର ଯୋଗାଯୋଗ କରିବାକୁ ଚେଷ୍ଟା କରାଯାଇଥିଲେ ମଧ୍ୟ ତାହା ସମ୍ଭବପର ହୋଇ ପାରି ନ ଥିଲା।

ତେବେ ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସଚ୍ଚିଦାନନ୍ଦ ମିଶ୍ରଙ୍କୁ ପଚାରିବାରୁ ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଡିଜି ନ ଥିବା ବେଳେ ଭଡ଼ାରେ ଆଣି ଜରୁରିକାଳୀନ ସେବା କରିବାକୁ ସମ୍ପୃକ୍ତ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀଙ୍କୁ କୁହାଯାଇଥିଲା। ମାତ୍ର ଡିଜି ପରିବର୍ତ୍ତେ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଥିବା ଇନ୍‌ଭରଟର ଯୋଗେ ରାତିରେ ପ୍ରାଥମିକ ଚିକିତ୍ସା କରାଯାଇଥିବା ଡା. ମିଶ୍ର କହିଥିଲେ। ତେବେ ଏଭଳି ଘଟଣା ବିଷୟରେ ଅଧିକ ତଦନ୍ତ ଜାରି ରହିଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅନିତା ପଟ୍ଟନାୟକ କହିଛନ୍ତି।

ସୂଚନା ଅନୁଯାୟୀ ଛତା ବିଦ୍ୟୁତ୍‌ ସେକ୍ସନ ଅଧୀନରେ ଥିବା ଗ୍ରୀଡ଼ରେ ଏକ ଉଚ୍ଚଶକ୍ତି ସମ୍ପନ୍ନ ଟ୍ରାନ୍ସଫର୍ମର ବଦଳା ଯାଇଥିବାରୁ ସକାଳ ୮ଟାରୁ ବିଦ୍ୟୁତ୍‌ କଟାଯାଇଲା। ସୋମବାର ରାତି ଯାଏ ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ କରାଯାଇଥିବା କହୁଥିଲେ ମଧ୍ୟ ଛତା ବିଦ୍ୟୁତ୍‌ ବିଭାଗର ଖାମଖିଆଲି ପାଇଁ ବହୁ ସମୟରେ ବିଦ୍ୟୁତ୍‌ କାଟ ହେଉଥିବା ଚାଟରା ଗ୍ରାମର ଲକ୍ଷ୍ମୀକାନ୍ତ ମହାନ୍ତି କହିଛନ୍ତି। ସେହିପରି କେନ୍ଦ୍ରାପଡ଼ା ଜିଲା ଭାଜପା ସାଧାରଣ ସମ୍ପାଦକ ସରୋଜକାନ୍ତ ନାୟକ କହିଛନ୍ତି, ନାହିଁ ନାହିଁରେ ଚାଲିଥିବା ଡେରାବିଶ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବା। ଏଠାରେ ସ୍ବାସ୍ଥ୍ୟସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ନାମକୁମାତ୍ର ରୋଗୀକଲ୍ୟାଣ ସମିତି ରହିଛି। ସମିତିର ବୈଠକ କେବେ ଓ କେଉଁଦିନ ହୁଏ ତାହା କେବଳ ସ୍ବାସ୍ଥ୍ୟକେନ୍ଦ୍ରର ଅଧିକାରୀ ଜାଣନ୍ତି। ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ପାଇଁ ଡେରାବିଶ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ସାଧାରଣ ଲୋକ ମୁହଁ ଫେରାଇଲେଣି। ସୋମବାର ରାତି ଘଟଣାର ଏକ ଉଚ୍ଚସ୍ତରୀୟ ତଦନ୍ତ ପାଇଁ ଭାଜପା ନେତା ନାୟକ ଜିଲାପାଳଙ୍କ ନିକଟରେ ଦାବି କରିଛନ୍ତି।

ଫଟୋ


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri