Posted inଜାତୀୟ

ହାତରେ ଜାତୀୟ ପତାକା ଧରିଥିବା ଯୁବକଙ୍କୁ ନିସ୍ତୁକ ମାଡ଼ ମାରିଲେ ଅତିରିକ୍ତ ଜିଲାପାଳ: ତଦନ୍ତ ନିର୍ଦ୍ଦେଶ

ପାଟନା,୨୨।୮: ବିହାରରେ ଶିକ୍ଷକ ନିଯୁକ୍ତି ବିଳମ୍ବକୁ ନେଇ ଶହ ଶହ ଆଶାୟୀ ସୋମବାର ପାଟନାରେ ବିକ୍ଷୋଭ କରୁଥିବା ବେଳେ ସେମାନଙ୍କୁ ଘଉଡ଼ାଇବାକୁ ଯାଇ ପୋଲିସ ଲାଠିଚାଳନା କରିବା ସହ ପାଣିମାଡ଼ କରିଛି। ଏପରିକି ଜାତୀୟ ପତାକା ଧରିଥିବା ଜଣେ ନିଯୁକ୍ତି ଆଶାୟୀ ତଳେ ପଡ଼ିଯାଇଥିବା ବେଳେ ତାଙ୍କୁ ପାଟନା ଅତିରିକ୍ତ ଜିଲାପାଳ କେ.କେ. ସିଂ ଲାଠିରେ ପିଟୁଥିବାର ଭିଡିଓ ଭାଇରାଲ ହୋଇଛି। ପରେ ସିଂ ଉକ୍ତ ପ୍ରାର୍ଥୀଙ୍କୁ ଘୋଷାଡ଼ୁଥିବା ଦେଖାଯାଇଛି। ଏହାକୁ ବିଭିନ୍ନ ମହଲରୁ ନିନ୍ଦା କରାଯିବା ପରେ ପାଟନା ଜିଲାପାଳ ଚନ୍ଦ୍ରଶେଖର ସିଂ ଏହାର ତଦନ୍ତ ପାଇଁ ଏକ ତଦନ୍ତ କମିଟି ଗଠନ ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟକୁ ନେଇ ଜିଲାପାଳ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ କହିଛନ୍ତି। ଜିିଲାପାଳଙ୍କ କହିବା ଅନୁଯାୟୀ, ଶିକ୍ଷକ ଯୋଗ୍ୟତା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଗୋଟିଏ ଗୋଷ୍ଠୀ ପ୍ରାର୍ଥୀ ତୁରନ୍ତ ନିଯୁକ୍ତି ଦାବିରେ ରାଲିରେ ବାହାରିଥିବା ବେଳେ ଡାକବଙ୍ଗଳା ଛକ ନିକଟରେ ଜନ ଅଧିକାର ପାର୍ଟିର କର୍ମୀମାନେ ସେମାନଙ୍କ ସହ ମିଶି ରାଜଭବନ ଅଭିମୁଖେ ଅଗ୍ରସର ହେବାରୁ ସମସ୍ୟା ସୃଷ୍ଟି ହୋଇଥିଲା। ଏତେସଂଖ୍ୟାରେ ଲୋକଙ୍କୁ ରାଜଭବନ ଆଡ଼େ ଯିବାକୁ ଦିଆ ନ ଯାଇ ସେମାନଙ୍କର ଏକ ୫ ଜଣିଆ ପ୍ରତିନିଧି ଦଳ ପଠାଇବାକୁ ପରାମର୍ଶ ଦିଆଯାଇଥିଲା। ଏହି ସମୟରେ ଉପଜିଲାପାଳ ଲାଠିରେ ଜଣେ ପ୍ରାର୍ଥୀଙ୍କୁ ପିଟୁଥିବାର ଏକ ଭିଡିଓ ଭାଇରାଲ ହେବା ପରେ ଉତ୍ତେଜନା ଦେଖାଯାଇଥିଲା। ଅନ୍ୟପଟେ ଶାସକ ଦଳରେ ସହଯୋଗୀ ଥିବା କଂଗ୍ରେସ ମଧ୍ୟ ଉକ୍ତ ଘଟଣାକୁ ନିନ୍ଦା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ଧକାର ଆଡକୁ ଯାଉଛି ଭାରତୀୟ କ୍ରିକେଟର୍‌ ଭବିଷ୍ୟତ: ବିସ୍ଫୋରକ ବୟାନ ଦେଲେ ପୂର୍ବତନ କ୍ରିକେଟ୍‌ର

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଭାରତୀୟ କ୍ରିକେଟ୍‌ ଦଳର ବର୍ତ୍ତମାନର ରଣନୀତି ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ…

ବଙ୍ଗରେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା,୯।୭: ପଶ୍ଚିମବଙ୍ଗର ବାରୁଇପୁରରେ ଜଣେ ନିର୍ଦ୍ଦୋଷ ଶିଶୁ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ, ପୂର୍ବ ବର୍ଦ୍ଧମାନ ଜିଲାରୁ ଗଣବଳାତ୍କାରର ଏକ ଘଟଣା ସାମ୍ନାକୁ ଆସିଛି। ଦିୱାନ-ଦିଘି…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ବିଜେଡି ନେତା, ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ପୂର୍ବତନ ବିଧାୟକ କହିଲେ…

ଗଞ୍ଜାମ ,୯।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

ବାଇକରେ ଯାଉଥିବାବେଳେ ଧକ୍କା ଦେଲା କାର୍‌, ଘଟଣାସ୍ଥଳରେ ଚାଲିଗଲା ତ୍ରିଲୋଚନଙ୍କ ଜୀବନ

ବଲାଙ୍ଗୀର, ୯।୭( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ବ୍ରିଜ ନିକଟରେ ବୁଧବାର ଜଣେ ମୋଟର ସାଇକେଲ ଆରୋହୀଙ୍କୁ ଏକ କାର୍‌…

ସଞ୍ଜୁ ସାମସନଙ୍କ ପ୍ରତ୍ୟାବର୍ତ୍ତନ ପକ୍କା! ଚତୁର୍ଥ ଟି-୨୦ରେ ଏହି ୩ ଖେଳାଳିଙ୍କ ସ୍ଥାନ ଉପରେ ଝୁଲୁଛି ଖଣ୍ଡା

ନୂଆଦିଲ୍ଲୀ,୯।୭ : ଇଂଲଣ୍ଡ ଗସ୍ତରେ ଏପର୍ଯ୍ୟନ୍ତ ଭାରତୀୟ ଦଳର ପ୍ରଦର୍ଶନ ବେଶ ନିରାଶାଜନକ ରହିଛି। ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ତିନୋଟି ମ୍ୟାଚ ମଧ୍ୟରୁ…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri