Posted inଜାତୀୟ

ସିବିଆଇ କୋର୍ଟରୁ ଲାଲୁଙ୍କୁ ଆଶ୍ୱସ୍ତି: ଚିକିତ୍ସା ପାଇଁ ଯାଇପାରିବେ ସିଙ୍ଗାପୁର

ପାଟନା,୨।୮: ବିହାର ରାଜଧାନୀ ପାଟନା ହାଇକୋର୍ଟ ରାଷ୍ଟ୍ରୀୟ ଜନତା ଦଳ ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କୁ ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବର୍ତ୍ତମାନ ସେ ଚିକିତ୍ସା ପାଇଁ ସିଙ୍ଗାପୁର ଯାଇପାରିବେ। ମଙ୍ଗଳବାର ସିବିଆଇ କୋର୍ଟ ତାଙ୍କୁ ସିଙ୍ଗାପୁର ଯିବା ପାଇଁ ଏବଂ ପାସପୋର୍ଟର ନବୀକରଣ ଲାଗି ଅନୁମତି ଦେଇଛନ୍ତି। ଲାଲୁ ଯାଦବଙ୍କ ଓକିଲ ସୁଧୀର କୁମାର ସିହ୍ନାଙ୍କ ଆବେଦନ ଉପରେ ସିବିଆଇ କୋର୍ଟର ସ୍ବତନ୍ତ୍ର ବିଚାରପତି ମହେଶ କୁମାର ଏହି ଅନୁମତି ଦେଇଛନ୍ତି। ସେ ଲାଲୁ ଯାଦବଙ୍କ ପାସପୋର୍ଟର ନବୀକରଣ କରିବା ଲାଗି ଅନୁମତି ପାଇଁ କୋର୍ଟରେ ଆବେଦନ କରିଥିଲେ। ଏହାପୂର୍ବରୁ ଜୁନ ୧୪ରେ ଲାଲୁ ଯାଦବଙ୍କୁ ବିଦେଶ ଯିବାକୁ ରାଞ୍ଚି ସିବିଆଇ କୋର୍ଟରୁ ଅନୁମତି ମିଳିସାରିଛି। ସୂଚନାଯୋଗ୍ୟ, ଲାଲୁ ପ୍ରସାଦ ଯାଦବ ଗତ ଏକ ବର୍ଷ ଧରି ସିଙ୍ଗାପୁରର ଡାକ୍ତରଙ୍କ ସହ ଯୋଗାଯୋଗରେ ଅଛନ୍ତି। ଗତ ବର୍ଷ ନଭେମ୍ବରରେ ମଧ୍ୟ ସିଙ୍ଗାପୁରରେ ତାଙ୍କର କିଡନୀ ପ୍ରତିରୋପଣ କରାଯାଇପାରିବ ବୋଲି ଆଲୋଚନା ହେଉଥିଲା। ଲାଲୁ ଅନେକ ରୋଗରେ ପୀଡିତ, ଯେଉଁଥିରେ ତାଙ୍କର ସବୁଠାରୁ ବଡ ସମସ୍ୟା ହେଉଛି ଟାଇପ-୨ ମଧୁମେହ ଏବଂ ରକ୍ତଚାପ। ତାଙ୍କୁ ଚିକିତ୍ସା କରୁଥିବା ଉଭୟ ବରିଷ୍ଠ ଡାକ୍ତରଙ୍କ ଅନୁଯାୟୀ ଲାଲୁ ପ୍ରସାଦ ୧୫ଟି ରୋଗରେ ପୀଡିତ ଅଛନ୍ତି। ସେମାନଙ୍କ ମଧ୍ୟରେ ସବୁଠାରୁ ବଡ଼ ଚିନ୍ତା ହେଉଛି ତାଙ୍କର ଅନିୟନ୍ତ୍ରିତ ମଧୁମେହ, ଯାହା ଇନ୍‌ସୁଲିନ ଉପରେ ସମ୍ପୂର୍ଣ୍ଣ ନିର୍ଭରଶୀଳ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri