Posted inଜାତୀୟ

ମୋଦିଙ୍କୁ ଧନ୍ୟବାଦ ଦେଲେ ଚିରାଗ: କହିଲେ, ଆପଣଙ୍କ ଆଶୀର୍ବାଦ ସର୍ବଦା ଥାଉ

ପାଟନା,୧୧।୧୦: ଲୋକ ଜନଶକ୍ତି ପାର୍ଟି (ଏଲଜେପି)ର ଜାତୀୟ ସଭାପତି ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ରାମବିଳାଶ ପାଶ୍ୱାନଙ୍କ ପୁଅ ଚିରାଗ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏକ ଟୁଇଟ୍‌ କରି ସେ କହିଛନ୍ତି ପିତାଙ୍କ ଶେଷ ଯାତ୍ରା ସମୟରେ ବିନା ଅନୁରୋଧରେ କରିଥିବା ସହଯୋଗ ପାଇଁ ସମ୍ମାନିତ ପ୍ରଧାନମନ୍ତ୍ରୀଙ୍କ ଜୀଙ୍କୁ ହୃଦୟରୁ କୃତଜ୍ଞତା। ପୁଅ ଭାବରେ ମୁଁ ଏକ କଷ୍ଟଦାୟକ ସମୟ ଦେଇ ଗତି କରୁଛି। ଆପଣଙ୍କ ସହଯୋଗ ମୋ ସାହସ ବୃଦ୍ଧି କରିଛି। ଆପଣଙ୍କ ଆଶୀର୍ବାଦ ଏବଂ ସ୍ନେହ ସର୍ବଦା ଥାଉ ବୋଲି ସେ କହିଛନ୍ତି। ଆଗକୁ ବିହାର ବିଧାନସଭା ନିର୍ବାଚନ ଥିବାବେଳେ ଚିରାଗଙ୍କ ଏହି ଟୁଇଟ୍‌କୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ସୂଚନାଯୋଗ୍ୟ, ମୋଦି କ୍ୟାବିନେଟର ମନ୍ତ୍ରୀ ଥିବା ରାମବିଳାଶ ପାଶ୍ୱାନ ଗତ ଅକ୍ଟୋବର ୮ରେ ଦିଲ୍ଲୀରେ ଶେଷନିଃଶ୍ୱାସ ତ୍ୟାଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରୁ ବଡ଼ ଧରଣର ଚୋରି: ହୁଣ୍ଡି ଭାଙ୍ଗି ନେଇଗଲେ ଲକ୍ଷାଧିକ ଟଙ୍କା ସହ ଅଳଙ୍କାର

ରାୟଗଡ଼ା,୧୨।୫: ରାୟଗଡ଼ା ସାଇଲେଶ୍ୱର ମନ୍ଦିରରୁ ଏକ ବଡ଼ ଧରଣର ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଇଛନ୍ତି। ମିଳିଥିବର…

ଶହୀଦ ମାଧୋ ସିଂଙ୍କ ଜୀବନୀରେ ଭୁଲ ତଥ୍ୟକୁ ନେଇ ବିଜେଡିର ପ୍ରତିବାଦ, ସରକାରଙ୍କୁ ଦାବିପତ୍ର

ବରଗଡ଼, ୧୨।୫ (ପ୍ରେମାନନ୍ଦ ଖମାରୀ): ଭାରତର ସ୍ୱାଧୀନତା ସଂଗ୍ରାମରେ ବରଗଡ଼ ମାଟିର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଏହି ପରିପ୍ରେକ୍ଷିତରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ…

ବିଜୟ ମୁଖ୍ୟମନ୍ତ୍ରୀ ହେବେ ବୋଲି ଭବିଷ୍ୟବାଣୀ କରିଥିଲେ ଜ୍ୟୋତିଷ, TVK ସରକାରରେ ମିଳିଲା ବଡ଼ ପଦବୀ

ଚେନ୍ନାଇ,୧୨।୫: ତାମିଲନାଡୁର ନୂତନ ମୁଖ୍ୟମନ୍ତ୍ରୀ ପ୍ରଥମେ ତିନି ବର୍ଷ ପୂର୍ୱେ ପ୍ରତିଷ୍ଠିତ ତାଙ୍କ ଦଳ ସହିତ ନିର୍ୱାଚନରେ ଏକ ବଡ଼ ବିଜୟ ହାସଲ କରି ହଇଚଇ ସୃଷ୍ଟି…

ଇଟାଲୀ, ୟୁଏଇ, ସ୍ୱିଡେନ…ମୋଦିଙ୍କ ଏହି ୫ଟି ଦେଶ ଗସ୍ତ ସ୍ଥାନରେ ୫୦୦ ଭାରତୀୟ ଟଙ୍କାର ମୂଲ୍ୟ କେତେ?

ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ ୧୫ ରୁ ମେ ୨୦ ମଧ୍ୟରେ ପାଞ୍ଚଟି ଦେଶ ଗସ୍ତରେ ଯିବେ। ଏହି ଗସ୍ତ ସଂଯୁକ୍ତ ଆରବ ଏମିରେଟ୍ସ (UAE)…

NEET- UG ୨୦୨୬ ପରୀକ୍ଷା ବାତିଲ: ବର୍ଷିଲେ ରାହୁଲ, ମୋଦିଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୧୨।୫: NEET-UG ୨୦୨୬ ପରୀକ୍ଷା ବାତିଲକୁ ନେଇ ରାହୁଲ ଗାନ୍ଧୀ କେନ୍ଦ୍ର ସରକାର ଏବଂ ଭାଜପାକୁ କଡ଼ା ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ ଭ୍ରଷ୍ଟ…

ପଞ୍ଚାୟତ,ପୌର ନିର୍ବାଚନ ପୂର୍ବରୁ ଭାଜପାର ରଣନୀତି : ନୀତିନ ନବୀନଙ୍କ ଗସ୍ତକୁ ନେଇ ମନମୋହନ କହିଲେ…

ଭୁବନେଶ୍ୱର, ୧୨/୫ : ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ୧୮ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ଭାଜପା ମୁଖ୍ୟାଳୟରେ ଆୟୋଜିତ ଜିଲାସ୍ତରୀୟ ପ୍ରଶିକ୍ଷଣ…

ଚାଷଙ୍କ ଇଚ୍ଛା ମୃତ୍ୟୁ ଆବେଦନ: ତଦନ୍ତ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ତାଲମେଣ୍ଡା ଗ୍ରାମର ଯୁବ ଚାଷୀ ରୋହିତ ଭୋଇଙ୍କ ଇଚ୍ଛାମୃତ୍ୟୁ ଆବେଦନ ଏବେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ସମବାୟ ମନ୍ତ୍ରୀ ପ୍ରଦୀପ…

ସୁନା କିଣିବାକୁ ମନାକଲେ ମୋଦି, କିଣିଲେ ମିଳିବ ଦଣ୍ଡ! ଜାଣନ୍ତୁ ନୂଆ ନିୟମ…

ନୂଆଦିଲ୍‌ଲୀ,୧୨।୫: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଭାରତର ବୈଦେଶିକ ମୁଦ୍ରା ଭଣ୍ଡାର ଉପରେ ବଢ଼ୁଥିବା ଚାପ ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ପ୍ରତି ନାଗରିକମାନଙ୍କୁ ଗୋଟିଏ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri