ପରଲୋକରେ ପାଟଣା ୨୧ ନଂ ଜିଲା ପରିଷଦ ଜୋନ୍‌ ସଦସ୍ୟ

ପାଟଣା,୨୨ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ୨୧ ନମ୍ବର ଜିଲା ପରିଷଦ ସଦସ୍ୟ ପ୍ରପୁଲ୍ଲ ନାୟକଙ୍କ ହୃଦ୍‌ଘାତରେ ବୁଧବାର ବିଳମ୍ବିତ ରାତିରେ କେନ୍ଦୁଝର ଧରଣୀଧର ମେଡିକାଲ କଲେଜରେ ଦେହାନ୍ତ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା। ସେ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ପରିଚାଳକରୁ ଅବସର ଗ୍ରହଣ କରି ସକ୍ରିୟ ରାଜନୀତିରେ ବିଜେଡିରେ ଯୋଗ ଦେଇ ବିଜେଡି ଦଳୀୟ ଟିକେଟ୍‌ରୁ ୨୧ ନମ୍ବର ଜିଲା ପରିଷଦ ଜୋନ୍‌ର ସଦସ୍ୟ ଭାବେ ନିର୍ବାଚିତ ହୋଇଥିଲେ। ତାଙ୍କ ଅକାଳ ଦେହାନ୍ତରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ପାଟଣାର ପୂର୍ବତନ ବିଧାୟକ ଜଗନ୍ନାଥ ନାଏକ, ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ଉପସଭାପତି ରାଧାକାନ୍ତ ମହାନ୍ତ, ବିଜେଡି ଉତ୍ତର ଓଡ଼ିଶା ଯୁବ ସାଧାରଣ ସମ୍ପାଦକ ଦୀପକ ମଣ୍ଡଳ, କୁଡୁମି ସେନା ରାଜ୍ୟ ଉପସଭାପତି ମିତ୍ରଭାନୁ ମହାନ୍ତ ପ୍ରମୁଖ ମେଡିକାଲ କଲେଜକୁ ଯାଇ ଶେଷ ଦର୍ଶନ କରିଛନ୍ତି। ତାଙ୍କ ବିୟୋଗରେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ, ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ, କଂଗ୍ରେସ ବରିଷ୍ଠ ନେତା ଇଂ ବିନୋଦ ବିହାରୀ ନାଏକ, ପୂର୍ବତନ ପାଟଣା ବ୍ଲକ ଅଧ୍ୟକ୍ଷ ଇଂ ବିଦ୍ୟାଧର ଦାଶ, ପାଟଣା ବ୍ଲକ ଅଧ୍ୟକ୍ଷା ବୀଣାପାଣି ନାୟକ, ପି ଆର୍‌ ଆଇ ମେମ୍ବରଙ୍କ ସହ ବିଜେଡିର ବହୁ ବରିଷ୍ଠ ନେତା ଗଭୀର ଶୋକ ପ୍ରକାଶ କରିଛନ୍ତି। ତାଙ୍କ ମର ଶରୀର ମେଡିକାଲ କଲେଜରୁ ଆଣି ପାଟଣା ବ୍ଲକ କ୍ଷୀରେଇ ଟାଙ୍ଗିରି ବାସଭବନରେ କିଛି ସମୟ ପାଇଁ ରଖାଯିବା ପରେ ଗାଁ ଶ୍ମଶାନରେ ଅନ୍ତେଷ୍ଟି କ୍ରିୟା ସଂପନ୍ନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜମିକୁ ଜବରଦଖଲ କଲା ଘରୋଇ ଶିକ୍ଷାନୁଷ୍ଠାନ: ତାତିଲେ ଗାଁ ଲୋକେ, ଦେଲେ ଏଭଳି ଚେତାବନୀ

ପାଟଣା,୨୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ମୂଷା ଖୋରି ଆରଆଇ ସର୍କଲ ଅନ୍ତର୍ଗତ ଭାଲୁଘର ମୌଜାର ହୁଡ଼ି ଓ ସରକାରୀ ଜମିକୁ ବିବେକାନନ୍ଦ...

ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି

କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ବିଜେଡ଼ି ପ୍ରତିଷ୍ଠା ଦିବସରେ ଆଗାମୀ ପଞ୍ଚାୟତ-ସାଧାରଣ ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନେତା

ପାଟଣା,୨୬।୧୨,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜୁ ଜନତା ଦଳ (ବିଜେଡି)ର ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୨୯ତମ ପ୍ରତିଷ୍ଠା ଦିବସ ସାହାରପଡ଼ା ବ୍ଲକ ମୁଖ୍ୟାଳୟ...

ପରାଜୟ ଜାଣି ଆସିଲେନି ସରପଞ୍ଚ, କଣ୍ଟିପାଳ ସରପଞ୍ଚଙ୍କ ବିରୋଧରେ ଆଜି ପଡ଼ିଲା ଅନାସ୍ଥା ଭୋଟ

ଆନନ୍ଦପୁର,୧୯।୧୨ (ସୁଶାନ୍ତ କୁମାର ସାହୁ): ଗତ କିଛି ମାସ ଧରି ଅନାସ୍ଥା ପାଇଁ ଚର୍ଚ୍ଚାରେ ଥିବା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତରେ ଆଜି ଭୋଟିଂ ହୋଇଛି।...

ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ: ପ୍ରଧାନ ଶିକ୍ଷୟିତ୍ରୀଙ୍କୁ…

ପାଟଣା ,୧୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚାଖୁଣ୍ଡାପାଳ ପଞ୍ଚାୟତ ସାନଗମ୍ଭାରିଆ ପ୍ରାଥମିକ ବିଦ୍ୟାଳୟରେ ଅଗଷ୍ଟ ମାସ ଠାରୁ ଛାତ୍ରୀଛାତ୍ରମାନଙ୍କୁ ମଧ୍ୟାହ୍ନ ଭୋଜନରେ...

କୋଳିମାଟି ନିକଟରେ ସିରିଜ ଦୁର୍ଘଟଣା: ତାରିଣୀ ଦର୍ଶନ ସାରି ଫେରୁଥିବା ବସ୍‌- କାର୍‌କୁ ପିଟିଲା ଟ୍ରକ, ୩୦ ଯାତ୍ରୀ…

ଆନନ୍ଦପୁର,୧୮।୧୨(ସୁଶାନ୍ତ କୁମାର ସାହୁ):ଜାତୀୟ ରାଜପଥ ୨୦ କୋଳିମାଟି ଛକ ନିକଟରେ ସିରିଜ ଦୁର୍ଘଟଣା। ଘଟଗାଁ ତାରିଣୀ ଦର୍ଶନ ସାରି ଫେରୁଥିବା ତୀର୍ଥ ଯାତ୍ରୀ ବସକୁ ଧକ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri