ପରଲୋକରେ ପାଟଣା ୨୧ ନଂ ଜିଲା ପରିଷଦ ଜୋନ୍‌ ସଦସ୍ୟ

ପାଟଣା,୨୨ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ୨୧ ନମ୍ବର ଜିଲା ପରିଷଦ ସଦସ୍ୟ ପ୍ରପୁଲ୍ଲ ନାୟକଙ୍କ ହୃଦ୍‌ଘାତରେ ବୁଧବାର ବିଳମ୍ବିତ ରାତିରେ କେନ୍ଦୁଝର ଧରଣୀଧର ମେଡିକାଲ କଲେଜରେ ଦେହାନ୍ତ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା। ସେ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ପରିଚାଳକରୁ ଅବସର ଗ୍ରହଣ କରି ସକ୍ରିୟ ରାଜନୀତିରେ ବିଜେଡିରେ ଯୋଗ ଦେଇ ବିଜେଡି ଦଳୀୟ ଟିକେଟ୍‌ରୁ ୨୧ ନମ୍ବର ଜିଲା ପରିଷଦ ଜୋନ୍‌ର ସଦସ୍ୟ ଭାବେ ନିର୍ବାଚିତ ହୋଇଥିଲେ। ତାଙ୍କ ଅକାଳ ଦେହାନ୍ତରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ପାଟଣାର ପୂର୍ବତନ ବିଧାୟକ ଜଗନ୍ନାଥ ନାଏକ, ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ଉପସଭାପତି ରାଧାକାନ୍ତ ମହାନ୍ତ, ବିଜେଡି ଉତ୍ତର ଓଡ଼ିଶା ଯୁବ ସାଧାରଣ ସମ୍ପାଦକ ଦୀପକ ମଣ୍ଡଳ, କୁଡୁମି ସେନା ରାଜ୍ୟ ଉପସଭାପତି ମିତ୍ରଭାନୁ ମହାନ୍ତ ପ୍ରମୁଖ ମେଡିକାଲ କଲେଜକୁ ଯାଇ ଶେଷ ଦର୍ଶନ କରିଛନ୍ତି। ତାଙ୍କ ବିୟୋଗରେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ, ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ, କଂଗ୍ରେସ ବରିଷ୍ଠ ନେତା ଇଂ ବିନୋଦ ବିହାରୀ ନାଏକ, ପୂର୍ବତନ ପାଟଣା ବ୍ଲକ ଅଧ୍ୟକ୍ଷ ଇଂ ବିଦ୍ୟାଧର ଦାଶ, ପାଟଣା ବ୍ଲକ ଅଧ୍ୟକ୍ଷା ବୀଣାପାଣି ନାୟକ, ପି ଆର୍‌ ଆଇ ମେମ୍ବରଙ୍କ ସହ ବିଜେଡିର ବହୁ ବରିଷ୍ଠ ନେତା ଗଭୀର ଶୋକ ପ୍ରକାଶ କରିଛନ୍ତି। ତାଙ୍କ ମର ଶରୀର ମେଡିକାଲ କଲେଜରୁ ଆଣି ପାଟଣା ବ୍ଲକ କ୍ଷୀରେଇ ଟାଙ୍ଗିରି ବାସଭବନରେ କିଛି ସମୟ ପାଇଁ ରଖାଯିବା ପରେ ଗାଁ ଶ୍ମଶାନରେ ଅନ୍ତେଷ୍ଟି କ୍ରିୟା ସଂପନ୍ନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ହାତୀ ପାଇଁ ଅଟକିଲା ମାଲବାହୀ ଟ୍ରେନ୍‌: ଲୋକୋପାଇଲଟ….

କେନ୍ଦୁଝର/ଯୋଡ଼ା,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ/ମାନସ ମହାନ୍ତି):କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଯୋଡ଼ା ସେକ୍ସନ ବାମେବାରି ନିକଟ ନମିରା ଗ୍ରାମ ନିକଟ ବନ୍ଧୁଆବେଡ଼ାରେ ଗୁରୁବାର ସକାଳ ସମୟରେ ହାତୀ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri