ବୈତରଣୀ ନଦୀରେ ପକାଇଥିଲେ ଜାଲ, ପଡ଼ିଲା ୨୫ କେଜି ଓଜନର ବିଶାଳ ମାଛ

ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ କପୁଣ୍ଡି ଗ୍ରାମର ରୁଗୁଡ଼ିଭାଡ଼ି ସାହି ନିକଟ ଦେଇ ପ୍ରବାହିତ ବୈତରଣୀ ନଦୀରେ ଏକ ବଡ଼ଧରଣର ମାଛ ଧରାପଡ଼ିଛି। ଗ୍ରାମର ତପନ କୁମାର ମହାନ୍ତ ନଦୀରେ ଟେକା ଜାଲ ପକାଇ ମାଛ ଧରୁଥିବା ସମୟରେ ଜାଲରେ ଦୁଇଟି ବଡ଼ ମାଛ ପଡ଼ିଥିଲେ। ସେଥିରୁ ଗୋଟିଏ ମାଛ ଜାଲରୁ ଡେଇଁ ପୁଣି ନଦୀ ପାଣିକୁ ଚାଲିଯାଇଥିବା ବେଳେ, ଅନ୍ୟ ଏକ ବିଶାଳକାୟ ମାଛକୁ ସେ ଏବଂ ତାଙ୍କ ସାଙ୍ଗ ମିଶି ଅକ୍ଳାନ୍ତ ପରିଶ୍ରମ କରି କାବୁ କରିବାରେ ସଫଳ ହୋଇଥିଲେ।

ଧରାପଡ଼ିଥିବା ମାଛଟି ଏକ ଭାକୁଡ଼ ମାଛ ଥିଲା, ଯାହାର ଓଜନ ପ୍ରାୟ ୨୫ କିଲୋଗ୍ରାମ ହେବ। ଏତେ ବଡ଼ ମାଛ ଧରାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଥିଲା। ପରେ କିଛି ଯୁବକ ମାଛଟିକୁ ପାଟଣା ବଜାର ସ୍ଥିତ ବିଶ୍ୱକର୍ମା ଫିଲିଂ ଷ୍ଟେଶନ ନିକଟ ଏକ ଦୋକାନକୁ ଆଣି କାଟିଥିଲେ ଏବଂ କିଲୋ ପ୍ରତି ୨୨୦ ଟଙ୍କା ହିସାବରେ ବିକ୍ରି କରିଥିଲେ। ତେବେ ଲଗାଣ ବର୍ଷା ଯୋଗୁ କାନପୁର ଡ୍ୟାମରୁ ବଢ଼ି ପାଣି ଆସିବା କାରଣରୁ ଏହି ବଡ଼ ମାଛଟି ନଦୀର ଉପରମୁଣ୍ଡରୁ ଭାସି ଆସିଥିବା ବୋଲି ସ୍ଥାନୀୟ ଲୋକେ ଅନୁମାନ କରୁଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?