ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ପୋଷାକ ବଣ୍ଟନ କଲେ ପାଟଣା ବିଧାୟକ

ପାଟଣା, ୧୧।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ସରକାରୀ ଦଧିବାମନ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନଙ୍କୁ ଗୁରୁବାର ପୋଷାକ ବଣ୍ଟନ କରାଯାଇଛି। ପୋଷାକ ବଣ୍ଟନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଯୋଗଦେଇ ଛାତ୍ରୀଛାତ୍ରମାନଙ୍କୁ ପୋଷକ ବଣ୍ଟନ କରିଥିଲେ। ଏଥିରେ ସମ୍ମାନିତ ଅତିଥି ଭାବରେ ବ୍ଲକ ଗୋଷ୍ଠୀ ଶିକ୍ଷାଅଧିକାରୀ ପୂର୍ଣ୍ଣଚନ୍ଦ୍ର ଅମାନ୍ତ, ତୁରୁମୁଙ୍ଗା ସି,ଆର,ସି,ସି ଲିପଟନ ସାହୁ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଦୀପ୍ତିବାଳା ସାହୁ ଓ ସହକାରୀ ଶିକ୍ଷକ ପ୍ରମୁଖ ଉପସ୍ଥିତ ଥିଲେ। ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ମୋଟ ୧୪୦ ଜଣ ଛାତ୍ରୀଛାତ୍ରମାନଙ୍କୁ ପୋଷାକ ବଣ୍ଟନ କରାଯାଇଥିଲା। ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ଦମୟନ୍ତି ମହାନ୍ତ ,ଅନିମା ମହାରଣା ,ସସ୍ମିତା ଲେଙ୍କା ଓ ଶିକ୍ଷକ ଧର୍ମେନ୍ଦ୍ର ପାତ୍ର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।