ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଯୋଗ ଦେଇ ଫିତା କାଟି ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି। ପୂଜକ ନବଘନ ଦାଶ ନୀତିକାନ୍ତିରେ ପୂଜାର୍ଚ୍ଚନା କରିବା ପରେ ବିଧାୟକ ନାୟକ ଶିଶୁମାନଙ୍କ ଖଡିଛୁଆଁ ଶୁଭାରମ୍ଭ କରିଥିଲେ।

ଏଥିରେ ସମ୍ମାନିତ ଅତିଥି ଭାବେ ପାଟଣା ବ୍ଲକ ଅଧ୍ୟକ୍ଷା ବୀଣା ପାଣି ନାୟକ, ୨୩ନମ୍ବର୍‌ ଜୋନ ଜିଲା ପରିଷଦ ସଦସ୍ୟା ରୁନୁ ମହାନ୍ତ, ବଡ଼ ପାଟଣା ସରପଞ୍ଚ ବିନତୀ ବାନାରା, ପାଟଣା ବିଧାୟକଙ୍କ ବ୍ଲକ ପ୍ରତିନିଧି କମଳାକାନ୍ତ ଦାଶ, ବିଡ଼ିଓ ମାନସ କୁମାର ଦଣ୍ଡପାଟ, ଗୋଷ୍ଠୀ ଶିକ୍ଷାଧିକାରୀ ପୂର୍ଣ୍ଣଚନ୍ଦ୍ର ଅମାନ୍ତ, ଏବିଇଓ ସଚ୍ଚିଦାନନ୍ଦ ସେଠୀ, ପ୍ରକାଶ ରାୟ , ଖବର ଦାତା ନୃସିଂହ ନାଥ ସିଂହ, ସ୍ଥାନୀୟ ବିଦ୍ୟାଳୟ ପ୍ରଧାନଶିକ୍ଷକ କମଳାକାନ୍ତ ପତି ପ୍ରମୁଖ ସାମିଲ ହୋଇଥିଲେ। ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ପାଇଁ ଶିକ୍ଷା ସଚେତନତା ରଥକୁ ପତାକା ଦେଖାଇ ବିଧାୟକ ଶୁଭାରମ୍ଭ କରିଥିଲେ। ଶିକ୍ଷକ କୃଣାଳ ପଣ୍ଡା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ସିଆର୍‌ସିସି ଜ୍ୟୋତିର୍ମୟ ତ୍ରିପାଠୀ, ଶିକ୍ଷକ ସନ୍ତୋଷ କୁମାର ନାଏକ, ପ୍ରକାଶ ମିଶ୍ର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥଲେ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri