ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଯୋଗ ଦେଇ ଫିତା କାଟି ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି। ପୂଜକ ନବଘନ ଦାଶ ନୀତିକାନ୍ତିରେ ପୂଜାର୍ଚ୍ଚନା କରିବା ପରେ ବିଧାୟକ ନାୟକ ଶିଶୁମାନଙ୍କ ଖଡିଛୁଆଁ ଶୁଭାରମ୍ଭ କରିଥିଲେ।
ଏଥିରେ ସମ୍ମାନିତ ଅତିଥି ଭାବେ ପାଟଣା ବ୍ଲକ ଅଧ୍ୟକ୍ଷା ବୀଣା ପାଣି ନାୟକ, ୨୩ନମ୍ବର୍ ଜୋନ ଜିଲା ପରିଷଦ ସଦସ୍ୟା ରୁନୁ ମହାନ୍ତ, ବଡ଼ ପାଟଣା ସରପଞ୍ଚ ବିନତୀ ବାନାରା, ପାଟଣା ବିଧାୟକଙ୍କ ବ୍ଲକ ପ୍ରତିନିଧି କମଳାକାନ୍ତ ଦାଶ, ବିଡ଼ିଓ ମାନସ କୁମାର ଦଣ୍ଡପାଟ, ଗୋଷ୍ଠୀ ଶିକ୍ଷାଧିକାରୀ ପୂର୍ଣ୍ଣଚନ୍ଦ୍ର ଅମାନ୍ତ, ଏବିଇଓ ସଚ୍ଚିଦାନନ୍ଦ ସେଠୀ, ପ୍ରକାଶ ରାୟ , ଖବର ଦାତା ନୃସିଂହ ନାଥ ସିଂହ, ସ୍ଥାନୀୟ ବିଦ୍ୟାଳୟ ପ୍ରଧାନଶିକ୍ଷକ କମଳାକାନ୍ତ ପତି ପ୍ରମୁଖ ସାମିଲ ହୋଇଥିଲେ। ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ପାଇଁ ଶିକ୍ଷା ସଚେତନତା ରଥକୁ ପତାକା ଦେଖାଇ ବିଧାୟକ ଶୁଭାରମ୍ଭ କରିଥିଲେ। ଶିକ୍ଷକ କୃଣାଳ ପଣ୍ଡା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ସିଆର୍ସିସି ଜ୍ୟୋତିର୍ମୟ ତ୍ରିପାଠୀ, ଶିକ୍ଷକ ସନ୍ତୋଷ କୁମାର ନାଏକ, ପ୍ରକାଶ ମିଶ୍ର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥଲେ।