ରାଷ୍ଟ୍ରକୁ ଉନ୍ନତିର ଶିଖରରେ ପହଞ୍ଚାଇବାକୁ ପାଟଣା ବିଧାୟକଙ୍କ ଆହ୍ବାନ

ପାଟଣା,୧୫।୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ଷ୍ଟାଡିୟମରେ ଗୁରୁବାର ୭୮ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ବର୍ଣ୍ଣାଢ୍ୟ ପରିବେଶରେ ପାଳିତ ହୋଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଯୋଗ ଦେଇ ପତାକା ଉତ୍ତୋଳନ କରି ଭାରତକୁ ବିଶ୍ୱର ସର୍ବୋଚ୍ଚ ସ୍ଥାନକୁ ଉନ୍ନିତ କରିବାକୁ ସଂକଳ୍ପ ନେବାକୁ ସମବେତ ଛାତ୍ରୀଛାତ୍ର ଓ ଜନସାଧାରଣଙ୍କୁ ଆହ୍ବାନ ଦେଇଥିଲେ।

ପାଟଣା ନିର୍ବାଚନ ମଣ୍ଡଳୀର ମୌଳିକ ସମସ୍ୟାକୁ ଦୂର କରି ରାଜ୍ୟ ମାନଚିତ୍ରରେ ପାଟଣାର ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିବାକୁ ଗୁରୁତର ଦେଇ କାର୍ଯ୍ୟ କରିବେ ବୋଲି କହିଥିଲେ। ସମବେତ ୨୯ଟି ପ୍ୟାରେଡ ଗ୍ରୁପରୁ ବିଧାୟକ ଅଭିବାଦନ ଗ୍ରହଣ କରିଥିଲେ। ବିଧାୟକଙ୍କ ସହ ବ୍ଲକ ଅଧକ୍ଷା ସୁକାନ୍ତି ନାଏକ, ବିଡ଼ିଓ ଶିବ ଶଙ୍କର ମୁର୍ମୁ, ଏବିଡିଓ ଚିତ୍ତରଞ୍ଜନ ନାୟକ, ବିଇଓ ପୂର୍ଣ୍ଣଚନ୍ଦ୍ର ଅମାନ୍ତ,ଏମପି ପ୍ରତିନିଧି ପ୍ରହ୍ଲାଦ ପଲେଇ ପ୍ରମୁଖ ମଞ୍ଚାସୀନ ହୋଇଥିଲେ।
ଭାଜପା ନେତା କମଳା କାନ୍ତ ଦାଶ, ଦିଲୀପ କୁମାର ନାଏକ, ବିଜେଡି ବ୍ଲକ ସଭାପତି ମାଧବା ନନ୍ଦ ପୃଷ୍ଟୀ, ସାମାଜିକ କର୍ମୀ ଅଜୟ କୁମାର ଦାଶ, ଶିକ୍ଷାବିତ୍‌ ଭରତ ଚନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତି ଥିଲେ। କାର୍ଯ୍ୟକ୍ରମକୁ ଶିକ୍ଷକ ପାର୍ଥ ସାରଥି ବେଜ, କମଳା କାନ୍ତ ପତି, ସଂଯୋଜନା କରିଥିବା ବେଳେ ପ୍ୟାରେଡ କୁ ଶାନ୍ତନୁ କୁମାର ସାହୁ, କ୍ୟାପଟେନ ଧର୍ମେନ୍ଦ୍ର କୁମାର ସାହୁ, ପ୍ରମୋଦ ଭଞ୍ଜ, ଶିକ୍ଷକ ସନ୍ତୋଷ ନାଏକ, ପ୍ରମୋଦ ମହାନ୍ତ ପ୍ରମୁଖ ପରିଚାଳନା କରିଥିଲେ। ପାଟଣା ବ୍ଲକରୁ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପାଟଣା ଥାନା ଅଧିକାରୀ ବିବତ୍ସ ପ୍ରଧାନ, ଭାରତୀ କୃଷ୍ଣ ଗଣିତ ପାଇଁ ଦେବାଶିଷ ଦାଶ, ସୁବ୍ରତ କୁମାର ମହାନ୍ତ, ଜନ୍ମଜୟ ମହାନ୍ତ ପ୍ରମୁଖଙ୍କୁ ବିଧାୟକ ଅଖିଳ ସମ୍ବର୍ଦ୍ଧିତ କରିଥିଲେ। ପରିଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଓ ପୁରସ୍କାର ବିତରଣ ଅନୁଷ୍ଠିତ ହୋଇଥିଲା। ପାଟଣା ବ୍ଲକ ରେ ବ୍ଲକ ଅଧକ୍ଷ ସୁକାନ୍ତି ନାଏକ, ତହସିଲ ରେ ତହସିଲଦାର ଲୀଳାବତୀ ନାୟକ, ବ୍ଲକରେ ବ୍ଲକ ଅଧକ୍ଷା ସୁକାନ୍ତି ନାଏକ, ପାଟଣା କଲେଜ ଓ ସେଣ୍ଟ ଜାଭିୟର ସ୍କୁଲରେ ବିଧାୟକ, ପାଟଣା ଥାନାରେ ଥାନା ଅଧିକାରୀ ବିବତ୍ସ ପ୍ରଧାନ,ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ଡାକ୍ତର ଶୁଭେନ୍ଦୁ ସାଗର କୁମାର ନାଏକ, ରେଞ୍ଜ ଅଫିସ ରେ ରେଞ୍ଜର ବନ ବିହାରୀ ସର୍ଦାର, ତୁରୁମୁଙ୍ଗା ଥାନାରେ ଭାର ପ୍ରାପ୍ତ ଥାନାଧିକାରୀ ହୃଷୀକେଶ ବେହେରା, ମୁକ୍ତିତୀର୍ଥ କ୍ଳବରେ ସଭାପତି ଭାଗୀରଥି ଦାଶ, ସରସୱତୀ ଶିଶୁ ବିଦ୍ୟାମନ୍ଦିରରେ ସଭାପତି ଅରବିନ୍ଦ ଦାଶ, ପ୍ରମୁଖ ଜାତୀୟ ପତାକା ଉତ୍ତୋଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri