ଜୀବିତ ବ୍ୟକ୍ତିଙ୍କ ଡେଥ୍‌ ସାର୍ଟିଫିକେଟ…

ପାଟନା,୧୨।୪: ଦେଶରେ କରୋନା ଆତଙ୍କ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଶ୍ମଶାନ ଘାଟରେ ମଧ୍ୟ ଏହାର ଲମ୍ବା ଲାଇନ୍‌ ଦେଖିବାକୁ ମିଳୁଛି। କରୋନାକୁ ନେଇ ଯେଉଁଠି ଲୋକମାନଙ୍କୁ ଅତ୍ୟଧିକ ସଜାଗ, ସଚେତନତା ରହିବା ଜରୁରୀ ହୋଇପଡ଼ିଛି ସେଠାରେ କେତେକ ହସ୍ପିଟାଲରୁ ଅବହେଳା ଘଟଣା ସାମ୍ନାକୁ ଆସିଛି। ଜଣେ ଜୀବିତ ବ୍ୟକ୍ତିଙ୍କ ଡେଥ୍‌ ସାର୍ଟିଫିକେଟ ବାହାର କରି ତାଙ୍କ ପରିବାରବର୍ଗଙ୍କୁ ମୃତଦେହକୁ ହସ୍ତାନ୍ତର କରାଯାଇଥିଲା। ହେଲେ ଅନ୍ତିମ ସଂସ୍କାର ସମୟରେ ଜଣାପଡ଼ିଲା ଯେ, ଉକ୍ତ ବ୍ୟକ୍ତି ନିଜ ଲୋକ ନୁହଁନ୍ତି। ଏଭଳି ଘଟଣା ଘଟିଛି ବିହାରର ପାଟନାରେ। ସୂଚନାଯୋଗ୍ୟ, ପାଟନା ଜିଲାର ମହମଦପୁର ଗାଁର ଚୁନୁ କୁମାର ନାମକ ଜଣେ ବ୍ୟକ୍ତି ଏପ୍ରିଲ ୯ରେ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯାଇଥିଲା। ଏହାପରେ ତାଙ୍କୁ ପାଟନା ମେଡିକାଲ କଲେଜ ହସ୍ପିଟାଲ(ପିଏମସିଏଚ୍‌)ରେ ଭର୍ତ୍ତି କରାଯାଇଥିଲା। ହେଲେ ଏପ୍ରିଲ ୧୧ରେ ହସ୍ପିଟାଲ ପକ୍ଷରୁ ତାଙ୍କୁ ମୃତ ଘୋଷଣା କରାଯାଇ ତାଙ୍କର ଡେଥ୍‌ ସାର୍ଟିଫିକେଟ ସହ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ହେଲେ ଅନ୍ତିମ ସଂସ୍କାର ବେଳେ ଚୁନୁଙ୍କ ପୁଅ ବାପାଙ୍କୁ ଦେଖିବାକୁ ଇଛା ପ୍ରକାଶ କରିଥିଲେ। ସେହି ସମୟରେ ପିପିଇ କିଟ୍‌ରେ ବନ୍ଧା ଥିବା ବ୍ୟକ୍ତି ତାଙ୍କ ବାପା ନୁହଁନ୍ତି ବୋଲି ଜାଣିବାକୁ ପାଇଥିଲେ। ଏହାପରେ ସେ ପୁଣିଥରେ ହସ୍ପିଟାଲକୁ ଯାଇଥିଲେ। ସେଠାକୁ ଗଲା ବେଳକୁ ଜଣାପଡ଼ିଲା ଯେ, ଚୁନୁ କୁମାର ଜୀବିତ ଅଛନ୍ତି। ଏହି ଘଟଣାକୁ ପାଟନା ଜିଲାଧିକାରୀ ଚନ୍ଦ୍ରଶେଖର ସିଂହ ଗମ୍ଭୀରତାର ସହ ନେଇଛନ୍ତି। ଉକ୍ତ ଘଟଣାର ଯାଞ୍ଚ କରାଯାଇ ୨୪ଘଣ୍ଟା ମଧ୍ୟରେ ରିପୋର୍ଟ ପ୍ରଦାନ କରିବାକୁ ପିଏମ୍‌ସିଏଚ୍‌ ହସ୍ପିଟାଲକୁ ସେ ଚିଠି ଲେଖିଛନ୍ତି। ଏଥିସହ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲାଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri