Posted inଜାତୀୟ

ଜାମିନରେ ଆସିଥିବା ବିଧାୟକ ହେଲେ ଶିକ୍ଷା ମନ୍ତ୍ରୀ, ଉଠିଲା ବିବାଦ

ପାଟନା,୧୮।୧୧: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନିଜ ମନ୍ତ୍ରୀ ମଣ୍ଡଳରେ ଡାକ୍ତର ମେୱାଲାଲ ଚୌଧୁରୀଙ୍କୁ ମନ୍ତ୍ରୀ ପଦ ଦେଇଛନ୍ତି। ସହକାରୀ ପ୍ରଫେସର ନିଯୁକ୍ତିରେ ମଓ୍ବୋଲାଲଙ୍କ ନାଁରେ ଘୋଟାଲା ଅଭିଯୋଗ ହୋଇଥିଲା। ସେ ଜାମିନରେ ଆସି ନିର୍ବାଚନ ଲଢୁଥିଲେ। ନୀତୀଶ କୁମାର ତାଙ୍କୁ କେବଳ ମନ୍ତ୍ରୀ କରିନାହାଁନ୍ତି, ବରଂ ଶିକ୍ଷା ମନ୍ତ୍ରଣାଳୟର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଛନ୍ତି। ରାଷ୍ଟ୍ରିୟ ଜନତା ଦଳ (ଆରଜେଡି) ଏହାକୁ ନେଇ ନୀତୀଶଙ୍କୁ କ୍ରମାଗତ ଭାବେ ଟାର୍ଗେଟ କରୁଛି। ବୁଧବାର ତେଜସ୍ବୀ ଯାଦବ ଏହା ବିଷୟରେ ଏକ ଟୁଇଟ କରିଛନ୍ତି ଯେଉଁଥିରେ ସେ ଦୁର୍ନୀତିଗ୍ରସ୍ତଙ୍କୁ ପୁରସ୍କାର ଦେବା କଥା କହିଛନ୍ତି। ସେ ଟୁଇଟ୍‌ରେ ଲେଖିଛନ୍ତି, ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସହକାରୀ ପ୍ରଫେସର ନିଯୁକ୍ତ ଏବଂ ଭବନ ନିର୍ମାଣ କାର୍ଯ୍ୟରେ ଦୁର୍ନୀତି ଅଭିଯୋଗ ହୋଇଥିବା ମେୱାଲାଲ ଚୌଧୁରୀଙ୍କୁ ଶିକ୍ଷା ମନ୍ତ୍ରୀ ଭାବରେ ନିଯୁକ୍ତ କରିଛନ୍ତି। ତାଙ୍କ ନାଁରେ ଆଇପିସି ୪୦୯,୪୨୦,୪୬୭, ୪୬୮,୪୭୧ ଏବଂ ୧୨୦ବି ଧାରାରେ ଅଭିଯୋଗ ହୋଇଛି। ମଓ୍ବୋଲାଲଙ୍କ ଶିକ୍ଷା ମନ୍ତ୍ରୀ କରାଯାଇ ଆହୁରି ଦୁର୍ନୀତି ପାଇଁ ରାସ୍ତା ସଫା କରିଛନ୍ତି। ସୂଚନାଯୋଗ୍ୟ ଯେ ତାରାପୁରରୁ ନବ ନିର୍ବାଚିତ ଜେଡିୟୁ ବିଧାୟକ ଡାକ୍ତର ମଓ୍ବୋଲାଲ ଚୌଧୁରୀ ପ୍ରଥମ ଥର ପାଇଁ କ୍ୟାବିନେଟରେ ସ୍ଥାନ ପାଇଛନ୍ତି। ସେ ରାଜନୀତିରେ ଯୋଗଦେବା ପୂର୍ବରୁ ୨୦୧୫ ପର୍ଯ୍ୟନ୍ତ ଭାଗଲପୁର କୃଷି ବିଶ୍ୱବିଦ୍ୟାଳୟର କୁଳପତି ଥିଲେ। ୨୦୧୫ରେ ଅବସର ନେବା ପରେ ସେ ରାଜନୀତିରେ ପ୍ରବେଶ କରିଥିଲେ। ଏହା ପରେ ସେ ଜେଡିୟୁରୁ ଟିକେଟ ନେଇ ତାରାପୁରରୁ ପ୍ରତିଦ୍ୱନ୍ଦ୍ୱିତା କରି ଜିତିଥିଲେ। କିନ୍ତୁ ନିର୍ବାଚନରେ ଜିତିବା ପରେ ଚୌଧୁରୀଙ୍କ ନାଁରେ ନିଯୁକ୍ତି ସ୍କାମ ଅଭିଯୋଗ କରାଯାଇଥିଲା। ୨୦୧୭ ମସିହାରେ ସାବୋର ପୋଲିସ ଷ୍ଟେସନରେ କୃଷି ବିଶ୍ୱବିଦ୍ୟାଳୟରେ ନିଯୁକ୍ତି ସ୍କାମ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ବିଧାୟକ କୋର୍ଟରୁ ମଧ୍ୟବର୍ତ୍ତୀକାଳୀନ ଜାମିନ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri