Posted inଜାତୀୟ

ଜାମିନରେ ଆସିଥିବା ବିଧାୟକ ହେଲେ ଶିକ୍ଷା ମନ୍ତ୍ରୀ, ଉଠିଲା ବିବାଦ

ପାଟନା,୧୮।୧୧: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନିଜ ମନ୍ତ୍ରୀ ମଣ୍ଡଳରେ ଡାକ୍ତର ମେୱାଲାଲ ଚୌଧୁରୀଙ୍କୁ ମନ୍ତ୍ରୀ ପଦ ଦେଇଛନ୍ତି। ସହକାରୀ ପ୍ରଫେସର ନିଯୁକ୍ତିରେ ମଓ୍ବୋଲାଲଙ୍କ ନାଁରେ ଘୋଟାଲା ଅଭିଯୋଗ ହୋଇଥିଲା। ସେ ଜାମିନରେ ଆସି ନିର୍ବାଚନ ଲଢୁଥିଲେ। ନୀତୀଶ କୁମାର ତାଙ୍କୁ କେବଳ ମନ୍ତ୍ରୀ କରିନାହାଁନ୍ତି, ବରଂ ଶିକ୍ଷା ମନ୍ତ୍ରଣାଳୟର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଛନ୍ତି। ରାଷ୍ଟ୍ରିୟ ଜନତା ଦଳ (ଆରଜେଡି) ଏହାକୁ ନେଇ ନୀତୀଶଙ୍କୁ କ୍ରମାଗତ ଭାବେ ଟାର୍ଗେଟ କରୁଛି। ବୁଧବାର ତେଜସ୍ବୀ ଯାଦବ ଏହା ବିଷୟରେ ଏକ ଟୁଇଟ କରିଛନ୍ତି ଯେଉଁଥିରେ ସେ ଦୁର୍ନୀତିଗ୍ରସ୍ତଙ୍କୁ ପୁରସ୍କାର ଦେବା କଥା କହିଛନ୍ତି। ସେ ଟୁଇଟ୍‌ରେ ଲେଖିଛନ୍ତି, ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସହକାରୀ ପ୍ରଫେସର ନିଯୁକ୍ତ ଏବଂ ଭବନ ନିର୍ମାଣ କାର୍ଯ୍ୟରେ ଦୁର୍ନୀତି ଅଭିଯୋଗ ହୋଇଥିବା ମେୱାଲାଲ ଚୌଧୁରୀଙ୍କୁ ଶିକ୍ଷା ମନ୍ତ୍ରୀ ଭାବରେ ନିଯୁକ୍ତ କରିଛନ୍ତି। ତାଙ୍କ ନାଁରେ ଆଇପିସି ୪୦୯,୪୨୦,୪୬୭, ୪୬୮,୪୭୧ ଏବଂ ୧୨୦ବି ଧାରାରେ ଅଭିଯୋଗ ହୋଇଛି। ମଓ୍ବୋଲାଲଙ୍କ ଶିକ୍ଷା ମନ୍ତ୍ରୀ କରାଯାଇ ଆହୁରି ଦୁର୍ନୀତି ପାଇଁ ରାସ୍ତା ସଫା କରିଛନ୍ତି। ସୂଚନାଯୋଗ୍ୟ ଯେ ତାରାପୁରରୁ ନବ ନିର୍ବାଚିତ ଜେଡିୟୁ ବିଧାୟକ ଡାକ୍ତର ମଓ୍ବୋଲାଲ ଚୌଧୁରୀ ପ୍ରଥମ ଥର ପାଇଁ କ୍ୟାବିନେଟରେ ସ୍ଥାନ ପାଇଛନ୍ତି। ସେ ରାଜନୀତିରେ ଯୋଗଦେବା ପୂର୍ବରୁ ୨୦୧୫ ପର୍ଯ୍ୟନ୍ତ ଭାଗଲପୁର କୃଷି ବିଶ୍ୱବିଦ୍ୟାଳୟର କୁଳପତି ଥିଲେ। ୨୦୧୫ରେ ଅବସର ନେବା ପରେ ସେ ରାଜନୀତିରେ ପ୍ରବେଶ କରିଥିଲେ। ଏହା ପରେ ସେ ଜେଡିୟୁରୁ ଟିକେଟ ନେଇ ତାରାପୁରରୁ ପ୍ରତିଦ୍ୱନ୍ଦ୍ୱିତା କରି ଜିତିଥିଲେ। କିନ୍ତୁ ନିର୍ବାଚନରେ ଜିତିବା ପରେ ଚୌଧୁରୀଙ୍କ ନାଁରେ ନିଯୁକ୍ତି ସ୍କାମ ଅଭିଯୋଗ କରାଯାଇଥିଲା। ୨୦୧୭ ମସିହାରେ ସାବୋର ପୋଲିସ ଷ୍ଟେସନରେ କୃଷି ବିଶ୍ୱବିଦ୍ୟାଳୟରେ ନିଯୁକ୍ତି ସ୍କାମ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ବିଧାୟକ କୋର୍ଟରୁ ମଧ୍ୟବର୍ତ୍ତୀକାଳୀନ ଜାମିନ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?