Posted inଜାତୀୟ

ହସ୍ପିଟାଲରେ ଲାଲୁଙ୍କୁ ଭେଟିଲେ ନୀତିଶ

ପାଟନା,୬।୭: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ପାଟନାର ପାରସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏୟାର ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଦିଲ୍ଲୀ ଆଣିବାକୁ ପ୍ରସ୍ତୁତି ଚାଲିଛି। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଜି ପାରସ ହସ୍ପିଟାଲ ପରିଦର୍ଶନ କରି ଲାଲୁଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ଏହାସହ ନୀତିଶଙ୍କ ଚିକିତ୍ସା ପାଇଁ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ସେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଲାଲୁ ଯାଦବଙ୍କ ପୁଅ ତେଜସ୍ବୀ ଯାଦବଙ୍କ ସହ ପିତାଙ୍କ ସ୍ବାସ୍ଥ୍ୟ ବିଷୟରେ ଆଲୋଚନା କରିଥିଲେ।
ତେଜସ୍ବୀ ବୁଧବାର କହିଛନ୍ତି ଯେ, ଯଦି ଆବଶ୍ୟକ ହୁଏ ତେବେ ବାପାଙ୍କୁ ସିଙ୍ଗାପୁରକୁ ନିଆଯିବ। ଲୋକମାନେ ନିଜ ଘରୁ ପ୍ରାର୍ଥନା କରିବା ଉଚିତ୍‌। ଡାକ୍ତରଖାନାରେ ଭିଡ଼ ହେତୁ ସଂକ୍ରମଣ ହେବାର ଆଶଙ୍କା ଅଛି। ଏହା ଅନ୍ୟ ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟଙ୍କ ପାଇଁ ମଧ୍ୟ ସମସ୍ୟା ସୃଷ୍ଟି କରିବ। ତେଣୁ ସେଠାରେ ଭିଡ଼ କରନ୍ତୁ ନାହିଁ।
ରାଜନୀତିରେ ଏଭଳି ପ୍ରସଙ୍ଗରେ ସମସ୍ତେ ଏକଜୁଟ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଫୋନରେ ଲାଲୁଙ୍କ ବିଷୟରେ ପଚାରି ବୁଝିଥିଲେ।
ସୂଚନାଯୋଗ୍ୟ, ପାଟନାରେ ଥିବା ରାବ୍ରି ଦେବୀଙ୍କ ସରକାରୀ ବାସଭବନରେ ଲାଲୁ ଯାଦବ ପାହାଚରୁ ଖସିପଡିଥିଲେ। ତାଙ୍କ କାନ୍ଧର ହାଡ ଭାଙ୍ଗିଯାଇଥିଲା। ଏହାପୂର୍ବରୁ ସେ ଅନେକ ରୋଗରେ ପୀଡିତ ଅଛନ୍ତି। ଗତ ସୋମବାର ସକାଳେ ତାଙ୍କ ଅବସ୍ଥା ଖରାପ ହେବା ପରେ ତାଙ୍କୁ ପାଟନାରେ ଥିବା ପାରସ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଲାଲୁଙ୍କ ଫୁସଫୁସ ପାଣିରେ ଜମିଛି। ତାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଏୟାର ଆମ୍ବୁଲାନ୍ସ ଯୋଗେ ଦିଲ୍ଲୀ ନେବାକୁ ପ୍ରସ୍ତୁତି ଚାଲିଛି। ତାଙ୍କୁ ଏୟାର ଆମ୍ବୁଲାନ୍ସ ଯୋଗେ ଦିଲ୍ଲୀ ଏମ୍ସକୁ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri