ପୁଣି ଚର୍ଚ୍ଚାରେ ପାଟଣାଗଡ଼ ଏନଏସି: ଅବସରପ୍ରାପ୍ତ କର୍ମଚାରୀ ଓ ସିନିୟର ଆସିଷ୍ଟାଣ୍ଡ ମୁହାଁମୁହିଁ

ପାଟଣାଗଡ଼,୩।୮: ବଲାଙ୍ଗୀର ଜିଲା ପାଟଣାଗଡ଼ ଏନଏସିର ଜଣେ ଅବସରପ୍ରାପ୍ତ କର୍ମଚାରୀ ଓ ସିନିୟର ଆସିଷ୍ଟାଣ୍ଡଙ୍କ ମଧ୍ୟରେ ରବିବାର ମୁହାଁମୁହିଁ ହେବା ଚର୍ଚ୍ଚାର ବିଷୟ ହୋଇଛି । ଏ ନେଇ ଥାନାରେ କୌଣସି ପକ୍ଷରୁ ମାମଲା ରୁଜୁ ହୋଇ ନ ଥିବା ଜଣାଯାଇଛି। ପ୍ରକାଶ ଯେ, ଏନଏସିର ଅବସରପ୍ରାପ୍ତ କର୍ମଚାରୀ ବିଭୂତି ଦେହୁରୀଙ୍କ ବକେୟା ତଥା ଗ୍ରାଚ୍ୟୁଇଟି ବାବଦ ବାରମ୍ବାର ଟଙ୍କା ନେଇ କାର୍ଯ୍ୟାଳୟକୁ ଦୌଡ଼ି ନିରାଶ ହୋଇଛନ୍ତି । କାମ ପାଇଁ ସେ ଏନଏସି କାର୍ଯ୍ୟାଳୟର ସିନିୟର ଆସିଷ୍ଟାଣ୍ଡ ପ୍ରିୟବ୍ରତ ମଲ୍ଲିକଙ୍କୁ ଲାଞ୍ଚଦେବା ସତ୍ତ୍ବେ କାମ କରୁ ନ ଥିବା ଅଭିଯୋଗ କରିଛନ୍ତି । ତେଣୁ ସେ ଗତ ୧୪ ତାରିଖ ସପରିବାର ବିଭାଗୀୟ ସଚିବ ଉଷା ପାଢ଼ୀଙ୍କୁ ତାଙ୍କ କାର୍ଯ୍ୟାଳୟରେ ସାକ୍ଷାତକରି ଘଟଣା ବିଷୟରେ ଅବଗତ କରିଥିଲେ । ରବିବାର ପୁଣି ଦେହୁରୀ କାମ ପାଇଁ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଓ ସିନିୟର ଆସିଷ୍ଟାଣ୍ଡଙ୍କ ପାଖକୁ ଯାଇଥିଲେ । କାର୍ଯ୍ୟ ନିର୍ବାହୀ ଅଧିକାରୀ ଅନୁପସ୍ଥିତ ଥିବାବେଳେ ସିନିୟର ଆସିଷ୍ଟାଣ୍ଡଙ୍କୁ ସାକ୍ଷାତ କରିଥିଲେ । ସେଠାରେ ସିନିୟର ଆସିଷ୍ଟାଣ୍ଡ ୧୦ ହଜାର ଟଙ୍କା ଦାବି କରିଥିଲେ । ଏହାକୁ ନେଇ ଉଭୟଙ୍କ ମଧ୍ୟରେ କଥା କଟାକଟି ପରେ ବଚସା ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ସିନିୟର ଆସିଷ୍ଟାଣ୍ଡ ମଲ୍ଲିକ ଚପଲ ଉଠାଇ ମାଡ଼ମାରିଥିବା ଦେହୁରୀ ଅଭିଯୋଗ ଆଣିଛନ୍ତି । ଏ ସମ୍ପର୍କରେ ମଲ୍ଲିକଙ୍କୁ ପଚାରିବାରୁ ଅଭିଯୋଗ ଭିତ୍ତିହୀନ, ସେ କୌଣସି ଲାଞ୍ଚ ନେଇନାହାନ୍ତି କି ଦାବି କରିନାହାନ୍ତି ବୋଲି କହିଛନ୍ତି । କାର୍ଯ୍ୟ ନିର୍ବାହୀ ଅଧିକାରୀ ମାନସଫିଲ କେରକେଟାଙ୍କୁ ପଚାରିବାରୁ ସେ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟ ବ୍ୟସ୍ତ ଥିଲେ । ଘଟଣା ବିଷୟରେ ପରେ ଖବର ପାଇଥିଲେ । କାର୍ଯ୍ୟାଳୟରେ କର୍ମଚାରୀଙ୍କୁ ବାଡ଼ିଆପିଟା ଠିକ ନୁହେଁ। କାର୍ଯ୍ୟାଳୟରେ ସିସିଟିଭି କ୍ୟାମେରା ଲାଗିଛି, ଅନୁଧ୍ୟାନ କଲାପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup 2026: ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ମିଳିଲା ଗୁଡନ୍ୟୁଜ!

ନୂଆଦିଲ୍ଲୀ,୩୧।୧: ୨୦୨୬ T20 World Cup ପୂର୍ବରୁ ଭାରତୀୟ ଦଳକୁ ଭଲ ଖବର ମିଳିଛି। ଆଘାତରୁ ଫେରି ଆସୁଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ବିଷୟରେ ଏକ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

Budget 2026: ବଜେଟ ଭାଷଣରେ ଆସୁଥିବା କଷ୍ଟକର ଶବ୍ଦର ସରଳ ଅର୍ଥ ଜାଣନ୍ତିକି? ବୁଝନ୍ତୁ…

ନୂଆଦିଲ୍ଲୀ,୩୧।୧: ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ Budget କେବଳ ଦେଶର ଅର୍ଥନୈତିକ ଦିଗ ନିର୍ଣ୍ଣୟ କରିବ ନାହିଁ ବରଂ ସାଧାରଣ ଲୋକଙ୍କ…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ଜୋରଦାର ହେବ…

ଭୁବନେଶ୍ୱର,୩୧।୧: ଡ଼ିଶାରେ ପାନ ମସଲାକୁ ବ୍ୟାନ କରିଥିଲେ ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ…

ବେଲୁଚିସ୍ତାନରେ ପୁଣି ଜଳିଲା ବିଦ୍ରୋହର ନିଆଁ! BLA ଚଳାଇଛି Operation Herof 2.0 , ୧୨ ପାକିସ୍ତାନୀ ସେନା ନିହତ

କ୍ୱେଟା,୩୧।୧: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶ ପୁଣି ଥରେ ଯୁଦ୍ଧକ୍ଷେତ୍ର ପାଲଟିଛି, ଶନିବାର (ଜାନୁଆରୀ ୩୧) ବେଲୁଚି ଆର୍ମିମାନେ ଏକକାଳୀନ ୧୦ଟି ସହରରେ ପାକିସ୍ତାନୀ ସେନା ଏବଂ ISI…

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ।…

କ’ଣ ଏମିତି କହିଲା ତୁର୍କୀ? ଖପ୍ପା ହୋଇଗଲା Pakistan, ଜାଣନ୍ତୁ ପୂରା ଘଟଣା

ଇସଲାମାବାଦ,୩୧।୧: ଇସଲାମିକ ନାଟୋ ଗଠନ କରିବାକୁ ଚେଷ୍ଟା କରୁଥିବା Pakistanକୁ ତୁର୍କୀ ଏକ ଗୁରୁତ୍ୱପୂର୍ଣ୍ଣ ଧକ୍କା ଦେଇଛି। ତୁର୍କୀର ବୈଦେଶିକ ମନ୍ତ୍ରୀ ହାକାନ ଫିଦାନ ସ୍ପଷ୍ଟ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri