ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ଶେଷ ସାକ୍ଷୀଙ୍କ ସାକ୍ଷ୍ୟ ଗ୍ରହଣ

ପାଟଣାଗଡ଼,୧୬ା୨(ସଚ୍ଚିଦାନନ୍ଦ ମହାକୁର): ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଶନିବାର ସାକ୍ଷ୍ୟ ଗ୍ରହଣ ଶେଷ ହୋଇଛି। ଶେଷ ସାକ୍ଷୀ ଭାବେ ତତ୍କାଳୀନ କ୍ରାଇମବ୍ରାଞ୍ଚ ଅତିରିକ୍ତ ଏସ୍‌ପି ତଥା ତଦନ୍ତକାରୀ ଅଧିକାରୀ ଅନିଲ କୁମାର ଦାସଙ୍କ ଶନିବାର ରାତିରେ ସାକ୍ଷ୍ୟ ଗ୍ରହଣ ଶେଷ କରାଯାଇଥିଲା। ଗତ ୪ ଦିନ ଧରି ସାକ୍ଷ୍ୟ ଗ୍ରହଣ ସରକାରୀ ଓକିଲ ଚିତ୍ତରଞ୍ଜନ କାନୁନ୍‌ଗୋଙ୍କ ଉପସ୍ଥିତିରେ କରାଯାଇଥିଲା। ଏହି ସମୟରେ ମୃତ ସୌମ୍ୟ ଶେଖର ସାହୁଙ୍କ ବାପା ରବୀନ୍ଦ୍ର ସାହୁ ଅଦାଲତରେ ଉପସ୍ଥିତ ଥିଲେ। ସାହୁଙ୍କ କହିବା ଅନୁଯାୟୀ, ଅଦାଲତ ଉପରେ ତାଙ୍କର ପୂର୍ଣ୍ଣ ଭରସା ରହିଛି। ତାଙ୍କ ପରିବାରକୁ ଉଚିତ ନ୍ୟାୟ ମିଳିବ ବୋଲି କହିଥିଲେ। କ୍ରାଇମବ୍ରାଞ୍ଚର ସରକାରୀ ଓକିଲ ଚିତ୍ତରଞ୍ଜନ କାନୁନ୍‌ଗୋ ଗଣମାଧ୍ୟମକୁ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ, ସମସ୍ତ ସାକ୍ଷ୍ୟ ଗ୍ରହଣ ସରିଛି ଶୀଘ୍ର ଅଭିଯୁକ୍ତଙ୍କ ବୟାନ ରେକର୍ଡ ପରେ ଏହି ମାମଲାର ସମାପ୍ତି ଘଟିବ ବୋଲି ସେ କହିଛନ୍ତି । ଅପରପକ୍ଷରେ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ଓକିଲ ପ୍ରମୋଦ ମିଶ୍ର ମାମଲାର ତଦନ୍ତ ଅତ୍ୟନ୍ତ ଦୁର୍ବଳ ଭାବେ କରାଯାଇଥିବା କହିଛନ୍ତି।
ସୂଚନାଯୋଗ୍ୟ, ୨୦୧୮ ଫେବୃଆରୀ ୨୩ରେ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା ସମଗ୍ର ଦେଶକୁ ଚହଲାଇ ଦେଇଥିଲା। ପାଟଣାଗଡ଼ ଜବାହରଲାଲ କଲେଜର ତତ୍କାଳୀନ ଅଧ୍ୟାପକ ରବୀନ୍ଦ୍ର ସାହୁ ଏବଂ ଭଇଁଷା କଲେଜର ତତ୍କାଳୀନ ଅଧ୍ୟକ୍ଷା ସଂଯୁକ୍ତା ସାହୁଙ୍କ ଏକମାତ୍ର ପୁତ୍ର ସୌମ୍ୟଶେଖର ସାହୁଙ୍କ ବିବାହ ଉପହାର ଭାବେ ଆସିଥିବା ଏକ ପାର୍ସଲକୁ ଖୋଲିବାବେଳେ ଭୟଙ୍କର ବିସ୍ଫୋରଣ ହୋଇଥିଲା। ଏଥିରେ ନବବିବାହିତ ସୌମ୍ୟଶେଖର ଓ ତାଙ୍କ ଜେଜେମା’ ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା। ସୌମ୍ୟଶେଖରଙ୍କ ନବବିବାହିତା ସ୍ତ୍ରୀ ରିମାରାଣୀ ଗୁରୁତର ହୋଇଥିଲେ। ଏହି ମାମଲାରେ କ୍ରାଇମବ୍ରାଞ୍ଚ ଭଇଁଷା କଲେଜର ଇଂରାଜୀ ବିଭାଗ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ମୁଖ୍ୟ ଏବଂ ଏକମାତ୍ର ଅଭିଯୁକ୍ତ ଭାବେ ଗିରଫ କରିଥିଲା। ଅଭିଯୁକ୍ତ ପୁଞ୍ଜିଲାଲ ବଲାଙ୍ଗୀର ଜିଲା କାରାଗାରରେ ବିଚାରାଧୀନ କଏଦୀ ଭାବେ ରହିଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri