ଆଜି ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ରାୟ

ବଲାଙ୍ଗୀର/ପାଟଣାଗଡ଼,୨୮ା୫(ବୀରେନ୍ଦ୍ର କୁମାର ଝାଙ୍କର/ ସଚ୍ଚିଦାନନ୍ଦ ମହାକୁର):ସାରା ଦେଶରେ ହଇଚଇ ସୃଷ୍ଟି କରିଥିବା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ରାୟ ବୁଧବାର ପ୍ରକାଶ ପାଇବ। ଦୀର୍ଘ ୭ ବର୍ଷର ଅପେକ୍ଷା ପରେ ଏହି ରାୟ ପ୍ରକାଶ ପାଇବାକୁ ଯାଉଥିବାରୁ ବିଭିନ୍ନ ମହଲରେ ଏନେଇ ଉତ୍ସୁକତା ପ୍ରକାଶ ପାଇଛି। ପାଟଣାଗଡ଼ ଏଡିଜେ କୋର୍ଟରେ ଏହି ଚର୍ଚ୍ଚିତ ମାମଲାର ରାୟ ପ୍ରକାଶ ପାଇବାକୁ ଯାଉଛି।
୨୦୧୮ ଫେବୃଆରୀ ୨୩ରେ ପାଟଣାଗଡ଼ରେ ପାର୍ସଲ ବୋମା ବିସ୍ଫୋରଣ ଘଟି ନବବିବାହିତ ସଫ୍ଟୱେର ଇଞ୍ଜିନିୟର ସୌମ୍ୟଶେଖର ସାହୁ, ତାଙ୍କ ଜେଜେମା ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା। ମୃତ ସୌମ୍ୟଶେଖରଙ୍କ ନବବିବାହିତା ସ୍ତ୍ରୀ ରିମାରାଣୀ ଗୁରୁତର ଆହତ ହୋଇଥିଲେ। ଏହି ମାମଲାରେ କ୍ରାଇମବ୍ରାଞ୍ଚ ପାଟଣାଗଡ଼ ନିକଟସ୍ଥ ଭଇଁଷା କଲେଜର ଇଂଲିଶ ବିଭାଗ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ଏକମାତ୍ର ଓ ମୁଖ୍ୟ ଅଭିଯୁକ୍ତ ଭାବେ ଗିରଫ କରିଥିଲା। କ୍ରାଇମବ୍ରାଞ୍ଚ ଟିମ୍‌ ୨୦୦୦ ପୃଷ୍ଠାର ଚାର୍ଜଶଟ୍‌ ଦାଖଲ କରିବା ପରେ ପାଟଣାଗଡ଼ ଏଡିଜେ କୋର୍ଟରେ ପ୍ରାୟ ୨ବର୍ଷ କାଳ ଏହାର ଶୁଣାଣି ଓ ନ୍ୟାୟିକ ପ୍ରକ୍ରିୟା ଚାଲିଥିଲା। ୬୨ଜଣ ସାକ୍ଷୀଙ୍କ ସାକ୍ଷ୍ୟ ଗ୍ରହଣ ପରେ ଏଡିଜେ ୨୮ ତାରିଖରେ ଏହି ଚର୍ଚ୍ଚିତ ମାମଲାର ରାୟ ପ୍ରକାଶ କରିବେ ବୋଲି ଶୁଣାଇଥିଲେ। ଫଳରେ ନ୍ୟାୟ ଅପେକ୍ଷାରେ ଥିବା ମୃତ ସୌମ୍ୟଶେଖରଙ୍କ ମାତାପିତା ସଞ୍ଜୁକ୍ତା ସାହୁ ଓ ରବୀନ୍ଦ୍ର ସାହୁ ନ୍ୟାୟ ପାଇବେ ବୋଲି ଆଶାବାଦୀ ଥିବା ଜଣାଇଛନ୍ତି। ଅନ୍ୟପକ୍ଷରେ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ କ’ଣ ଦଣ୍ଡ ମିଳିବ ଏବେ ତା’ ଉପରେ ସମସ୍ତଙ୍କର ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri