ପଟ୍ଟନାୟକ ବନ୍ଧ ଦୁର୍ନୀତି ଅଭିଯୋଗ: ଦୁଇ ଯନ୍ତ୍ରୀ-ଠିକାଦାରଙ୍କୁ ପଚରାଉଚରା ପାଇଁ ନେଲା ଭିଜିଲାନ୍ସ

ଗଜପତି,୫ା୮(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ଭିଜିଲାନ୍ସ ତଦନ୍ତ ଜୋରଦାର ହୋଇଛି। ଏହି କ୍ରମରେ ବୁଧବାର ଭିଜିଲାନ୍ସର ଏକ ସ୍ବତନ୍ତ୍ର ଦଳ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଦୁଇଜଣ ଯନ୍ତ୍ରୀ ଓ ଜଣେ ଠିକାଦାରଙ୍କୁ ପଚରାଉଚରା ପାଇଁ ନେଇଥିବା ସୂଚନା ମିଳିଛି।
ସୂଚନାନୁସାରେ, ପାରଳାଖେମୁଣ୍ଡି ପୌରପରିଷଦର ତତ୍କାଳୀନ ଯନ୍ତ୍ରୀ ତଥା ବର୍ତ୍ତମାନ ଗୁଣପୁର ଏନ୍‌ଏସିରେ କାର୍ଯ୍ୟରତ ଡି. ଯୁଧିଷ୍ଠିରଙ୍କୁ ଗୁଣୁପୁରରୁ, ପୌରପରିଷଦର ଏମଇ ସଞ୍ଜିବ ଚମ୍ପତ୍ତିଙ୍କୁ କାର୍ଯ୍ୟାଳୟରୁ ଏବଂ ଠିକାଦାର ସୁରେନ୍ଦ୍ର ପାଣିଗ୍ରାହୀଙ୍କୁ ବ୍ରହ୍ମପୁରରୁ ଭିଜିଲାନ୍ସ ଟିମ୍‌ ତଦନ୍ତ ପାଇଁ ନେଇଛି। ଅତିରିକ୍ତ ଭିଜିଲାନ୍ସ ଅଧୀକ୍ଷକ ଏଲ.ଡି. ସ୍ବାଇଁଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍‌ ଏହି କାର୍ଯ୍ୟାନୁଷ୍ଠାନ ଚଳାଇଥିବା ଜଣାପଡ଼ିଛି।

ଅଭିଯୋଗ ଅନୁଯାୟୀ, ୨୦୦୯ରୁ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର ପାଇଁ ବିଭିନ୍ନ ପର୍ଯ୍ୟାୟରେ ପ୍ରାୟ ୨ କୋଟି ୧୧ ଲକ୍ଷ ୫ ହଜାର ଟଙ୍କା ବ୍ୟୟବରାଦ ହୋଇଥିଲା। ପଙ୍କଉଦ୍ଧାର, ରିଟେନିଂ ଓ୍ବାଲ, କଂକ୍ରିଟ ବ୍ଲକ ପିଚିଂ, ଗାଧୁଆ ତୁଠ ନିର୍ମାଣ ସମେତ ବିଭିନ୍ନ କାମ ପାଇଁ ଏହି ଅର୍ଥ ମଞ୍ଜୁର ହୋଇଥିଲେ ମଧ୍ୟ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇନାହିଁ। ଦୀର୍ଘବର୍ଷ ଧରି ବନ୍ଧଟି ଅବ୍ୟବହୃତ ଅବସ୍ଥାରେ ପଡ଼ି ରହିଥିବା ସହ ଅଞ୍ଚଳରେ ପରିବେଶ ପ୍ରଦୂଷଣର କାରଣ ପାଲଟିଥିବା ଅଭିଯୋଗ ହୋଇଆସୁଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?