ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଡାଏରୀ ଫାର୍ମ ମାଲିକଙ୍କୁ ଆକ୍ରମଣ ଓ ଲୁଟ୍‌ କରିଥିବା ଘଟଣାରେ ପୋଲିସ ୩ ଜଣ ବୟସ୍କ ଅଭିଯୁକ୍ତଙ୍କୁ ଗିରଫ କରି ଜେଲ୍‌ ପଠାଇଥିବାବେଳେ ୪ ଜଣ ନାବାଳକଙ୍କୁ ବାଳସୁଧାର ଗୃହକୁ ପଠାଇଛି।

ଘଟଣାରୁ ପ୍ରକାଶ ଯେ, ମଙ୍ଗଳବାର ରାତି ପ୍ରାୟ ସାଢ଼େ ୮ଟାରେ ଜଗତସିଂହପୁର ଅଞ୍ଚଳର ଡାଏରୀ ଫାର୍ମ ମାଲିକ ତପନ ମଲ୍ଲିକ ଏକ ପିକ୍‌ଅପ୍‌ ଭ୍ୟାନ୍‌ରେ ମଇଁଷି ନେଇ ରାୟଗଡ଼ା ଯାଉଥିବା ସମୟରେ କିଛି ଦୁର୍ବୃତ୍ତ ସଂଘବଦ୍ଧ ଭାବେ ଗାଡ଼ିକୁ ଜବରଦସ୍ତ ଅଟକାଇଥିଲେ। ପରେ ତପନଙ୍କୁ ଭ୍ୟାନରୁ ଘୋଷାଡ଼ି ଆଣି ନିସ୍ତୁକ ମାଡ଼ ମାରିବା ସହ ତାଙ୍କ ନିକଟରୁ ୪ ହଜାର ଟଙ୍କା ଏବଂ ୨ଟି ମୋବାଇଲ୍ ଫୋନ୍ ଛଡ଼ାଇ ନେଇ ଚମ୍ପଟ ମାରିଥିଲେ।

ଏନେଇ ତପନ ପାଟପୁର ଥାନାରେ ଅଭିଯୋଗ କରିବା ପରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପାଟପୁର ଆଇଆଇସି ଦୀପ୍ତି ରଞ୍ଜନ ବେହେରାଙ୍କ ନିର୍ଦ୍ଦେଶକ୍ରମେ ତଦନ୍ତକାରୀ ଅଧିକାରୀ ଏସ୍.ଆଇ ତ୍ରିନାଥ ଭୋଇ ସଦଳବଳେ ନାକାବନ୍ଦୀ କରି ତଲାସି ଅଭିଯାନ ଜୋରଦାର କରିଥିଲେ।

ଏହି ଘଟଣାରେ ପୋଲିସ ୩ ଜଣ ଅଭିଯୁକ୍ତ— ଧର୍ମେନ୍ଦ୍ର ଓରଫ ଧରମା ସେଠୀ, କେ. କାହ୍ନା ପାତ୍ର ଏବଂ ରୋସନ ବିଷୋୟୀଙ୍କୁ ଗିରଫ କରି ବୁଧବାର ସନ୍ଧ୍ୟାରେ ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟରେ ହାଜର କରିଥିଲା। ଜାମିନ ଆବେଦନ ଖାରଜ ହେବାରୁ ସେମାନଙ୍କୁ ଦିଗପହଣ୍ଡି ସବ୍‌-ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି। ସେହିପରି ଏଥିରେ ସଂପୃକ୍ତ ଥିବା ୪ ଜଣ ନାବାଳକଙ୍କୁ ଛତ୍ରପୁରସ୍ଥିତ ଯୁଭେନାଇଲ୍‌ ଜଷ୍ଟିସ୍‌ ବୋର୍ଡରେ ହାଜର କରାଯିବା ପରେ ବାଳସୁଧାର ଗୃହକୁ ପଠାଯାଇଛି।

ପୋଲିସ ଅଭିଯୁକ୍ତମାନଙ୍କଠାରୁ ଲୁଟ୍‌ ହୋଇଥିବା ୩୫୦୦ ଟଙ୍କା, ୨ଟି ମୋବାଇଲ୍ ଫୋନ୍, ଆକ୍ରମଣରେ ବ୍ୟବହୃତ ୨ଟି ଠେଙ୍ଗା ସମେତ ୨ଟି ବାଇକ୍ ଏବଂ ଅଧିକ ୬ଟି ମୋବାଇଲ୍ ଫୋନ୍ ଜବତ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶନିଙ୍କ ବଡ଼ ଚଳନ: ଏହି ରାଶିଙ୍କ ଉପରେ ଧନବର୍ଷା, ଏମାନଙ୍କର ବଢିବ ଚିନ୍ତା; ଜାଣନ୍ତୁ ଆପଣଙ୍କ ରାଶିଫଳ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ, କାରଣ ଏହାର ବ୍ୟାପକ ପ୍ରଭାବ ସମସ୍ତ ରାଶି ଉପରେ ଦେଖିବାକୁ ମିଳେ। ବିଶେଷ କରି ସାଢ଼େସାତୀ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?